ଡାବୁଗାଁ, ୧୮/୮ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ବ୍ଲକ ପଞ୍ଚାୟତ ଉନ୍ନୟନ ପ୍ଳାନ ଉପରେ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅପରାହ୍ନ ୪ ଘ. ସମୟରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ ବିଭିନ୍ନ ବିଭାଗରେ ବ୍ଲକ ଓ ପଞ୍ଚାୟତର ଉନ୍ନୟନ ପ୍ଳାନ ଉପରେ ଆଲୋଚନା କରାଯାଇଥିଲା | ଏହି ବୈଠକରେ ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ରାଜ୍ୟସଭା ସାଂସଦ ପ୍ରତିନିଧି ରମାରାଓ ଚୌଧୁରୀ, ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ଶ୍ୟାମସୁନ୍ଦର ବେସ୍ରା, ସହକାରୀ କୃଷି ଅଧିକାରୀ ସୋମେନ୍ଦ୍ର ବିଶ୍ଵାସ, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତମ ସେଠୀ, ବରିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ସଙ୍ଗୀତା ସାମଲ, ଅଙ୍ଗନୱାଡି ସୁପରଭାଇଜର କୁନମୁନ ସେନାପତି ଓ ରୋଜାଲିନ ପ୍ରଧାନ, ବନପାଳ ଉମାକାନ୍ତ ପଟ୍ଟନାୟକ, ମିସନଶକ୍ତି ବିପିଏ ନବୀନ ଭତ୍ରା, ଉନ୍ନୟନ କିରାଣୀ ଶେଫାଳୀ ଦେ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |