ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ

ଡାବୁଗାଁ, ୨୧/୮ (ମ.ନି.ସ.)- ଶ୍ରାବଣ ମାସର ୩ୟ ସୋମବାର ରେ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ କେଲିଆ ଶୈବ ପୀଠରେ ସକାଳୁ ବୋଲ ବମ ଭକ୍ତଙ୍କ ଭିଡ ଜମିଥିଲା | ଆଜି ଭୋରରୁ ୩ ଘ॰ କେଲିଆ ଶୈବ ପୀଠରେ ଭକ୍ତ ମାନେ ପହଞ୍ଚି ଧାଡି ବାନ୍ଧି ଜଣେ ଜଣେ ବାବା ଝଡେଶ୍ଵର ମହାଦେବଙ୍କ ଉପରେ ଜଳ ଢାଳି ଅଭିଷେକ କରି ପୂଜାର୍ଚ୍ଚନା କରିଥିଲେ | ଶାନ୍ତି ଶୃଙ୍ଖଳାର ସହ କାଉଡିଆ ମାନେ ଶ୍ରୀ ଝଡେଶ୍ଵର ମହାଦେବଙ୍କୁ ଜଳ ଲାଗି କରିବା ସହ ଦର୍ଶନ କରିଥିଲେ | ଏଠାରେ ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ଵ ଭକ୍ତ ଙ୍କ ସମାଗମ ହୋଇଥିଲା | ଏହା ସହ ଡାବୁଗାଁ, ବିରିସୋଲା , ଜୁନାପାଣି ଶିବ ମନ୍ଦିରରେ ମଧ୍ୟ କାଉଡିଆ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା | ବିଭିନ୍ନ ଶୈବପୀଠ ମାନଙ୍କରେ ଭକ୍ତ ମାନଙ୍କ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ପକ୍ଷରୁ ପୋଲିସ ମୁତୟନ କରଯାଇଥିଲା | ଏଥିରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର ଓ ସ୍ଥାନୀୟ ସରପଞ୍ଚ ଙ୍କ ତରଫରୁ ପକ୍ଷରୁ ଭକ୍ତ ମାନଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା କରାଯାଇଥିଲା |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଝରାଡିହି ଵହଳଦା ରୋଡ଼ ଷ୍ଟେସନରେ ଟ୍ରେନ ଦୁର୍ଘଟଣାରେ ବୃଦ୍ଧ ମୃତ

masiha

ଏବିଭିପି ତରଫରୁ ମକ୍ ଡ୍ରିଲ୍ ପାଇଁ ପ୍ରସ୍ତୁତି

masiha

ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ରେ ନେତାଜୀ ସୁବାସ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏ ଙ୍କ ଜନ୍ମ ବାର୍ଷିକୀ ପାଳନ

Sunil Chandra Nayak

Leave a Comment

error: Content is protected !!