ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ବିଷମ କଟକ : 21/08/2023 – ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ବିଷମ କଟକ ପଞ୍ଚାୟତ ସମିତି ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଲାଲ ମୋହନ ରାଉତରାୟ, ନିର୍ବାହୀ ଅଧିକାରୀ ତଥା ଜିଲ୍ଲା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ନିହାର ରଞ୍ଜନ କହଁର, ଗୁଣପୁର ଆଦିବାସୀ ଉନ୍ନୟନ ସସ୍ଥା, ପ୍ରକଳ୍ପ ପ୍ରଶାସକ ତଥା ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଶାନ୍ତିପ୍ରଭା ପ୍ରଧାନ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

        ଆଜି ମୋଟ 39ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ 33ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ 6ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ତିନିଜଣଙ୍କୁ 70(ସତୁରି) ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବା ସହ ଜଣଙ୍କୁ ହୁଇଲ ଚୌକି ପ୍ରଦାନ କରିଥିଲେ । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ସହ ଆଲୋଚନା କରି ସେମାନେ କିପରି ସ୍ୱାବଲମ୍ବୀ ହୋଇ ପାରିବେ ଓ ବିଭିନ୍ନ ବ୍ୟାଙ୍କରୁ ସ୍ୱଳ୍ପ ସୁଧରେ ଆର୍ଥିକ ସହ।ୟତା ଆଣି ବିଭିନ୍ନ ପ୍ରକଳ୍ପ ଓ ବ୍ୟବସାୟ କରିପାରିବେ ସେ ବିଷୟରେ ଗୁରୁତ୍ୱ ଆରୋପ କରିଥିଲେ ।

ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥି, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ଭାରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଜିଲ୍ଲା ସ୍ୱାସ୍ଥ୍ୟ ପ୍ରକଳ୍ପ ସଯୋଜକ ରାଜେଶ ପଟନାୟକ, ଗୁଣପୁର ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ବିଷମ କଟକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଦାଶିବ ନାୟକ, ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ । ଆଜିର ଅଭିଯୋଗ ଗୁଡିକରେ ବିଶେଷ କରି ରାସ୍ତା, ପାନୀୟ ଜଳ, ବିଦ୍ୟୁତିକରଣ, ବିଷମ କଟକ ସହରର ଟ୍ରାଫିକ ସମସ୍ୟା ନିମନ୍ତେ ଦରଖାସ୍ତ ଆସିଥିବା ଜଣା ପଡ଼ିଥିଲା । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।ବିଷମ କଟକ ଥାନା ଅଧିକାରୀ ଓ କର୍ମଚାରୀ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ନିୟୋଜିତ ଥିଲେ । ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ବିଷମ କଟକ ବ୍ଲକ ବିପିଏମ, ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ସମସ୍ତ କର୍ମଚାରୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

ରାୟଗଡା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ ଉପଖଣ୍ଡ କୁ ଜିଲ୍ଲା ମାନ୍ୟତା ଦାବୀ ରେ ଆସନ୍ତା ଅକ୍ଟୋବର ୪ ତାରିଖ “ଧର୍ମଗଡ ଉପଖଣ୍ଡ ବନ୍ଦ ଡାକରା” ଦେଲା କ୍ରିୟାନୁଷ୍ଠାନ କମିଟି

masiha

ଟେମରା ପଞ୍ଚାୟତରେ ମଧୁବାବୁ ପେନସନ ଯୋଜନାରେ ସାମିଲ ହେଲେ ୨୮ ହିତାଧିକାରୀ

Sunil Chandra Nayak

ଅକ୍ଷୟ ମହାନ୍ତି ଙ୍କ ସଂଗୀତରେ ଝୁମିଲେ ଶ୍ରୋତା 

masiha

Leave a Comment

error: Content is protected !!