ଡାବୁଗାଁ, ୨୮/୮ (ମ.ନି.ସ.)- ଶ୍ରାବଣ ମାସର ଶେଷ ସୋମବାର ରେ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ କେଲିଆ ଶୈବ ପୀଠରେ ସକାଳୁ ବୋଲ ବମ ଭକ୍ତଙ୍କ ଭିଡ ଜମିଥିଲା | ଆଜି ଭୋରରୁ ୩ ଘ॰ କେଲିଆ ଶୈବ ପୀଠରେ ଭକ୍ତ ମାନେ ପହଞ୍ଚି ଧାଡି ବାନ୍ଧି ଜଣେ ଜଣେ ବାବା ଝଡେଶ୍ଵର ମହାଦେବଙ୍କ ଉପରେ ଜଳ ଢାଳି ଅଭିଷେକ କରି ପୂଜାର୍ଚ୍ଚନା କରିଥିଲେ | ଶାନ୍ତି ଶୃଙ୍ଖଳାର ସହ କାଉଡିଆ ମାନେ ଶ୍ରୀ ଝଡେଶ୍ଵର ମହାଦେବଙ୍କୁ ଜଳ ଲାଗି କରିବା ସହ ଦର୍ଶନ କରିଥିଲେ | ଏଠାରେ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ଵ ଭକ୍ତ ଙ୍କ ସମାଗମ ହୋଇଥିଲା | ଏହା ସହ ଡାବୁଗାଁ, ବିରିସୋଲା , ଜୁନାପାଣି ଶିବ ମନ୍ଦିରରେ ମଧ୍ୟ କାଉଡିଆ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା | ବିଭିନ୍ନ ଶୈବପୀଠ ମାନଙ୍କରେ ଭକ୍ତ ମାନଙ୍କ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ପକ୍ଷରୁ ପୋଲିସ ମୁତୟନ କରଯାଇଥିଲା |
previous post