ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ରାକ୍ଷୀ ପୂର୍ଣ୍ଣିମା

        ରାକ୍ଷୀ ପୂର୍ଣ୍ଣିମା

ରକ୍ଷା ବନ୍ଧନ ହିନ୍ଦୁଙ୍କ ଏକ ପବିତ୍ର ପର୍ବ।ଭାଇର ହାତରେ ସ୍ନେହର ଡୋରୀ ବାନ୍ଧିଥାଏ ଭଉଣୀ। ଭାଇଟିଏ ଭଉଣୀକୁ ପ୍ରତିଶ୍ରୁତି ଦେଇଥାଏ ସବୁ ବିପଦ ଆପଦରୁ ତାକୁ ରକ୍ଷା କରିବାକୁ। ସେଥିପାଇଁ ଭଉଣୀ ଏହି ଦିନଟିକୁ ଖୁବ୍‌ ଉତ୍କଣ୍ଠାର ସହିତ ଅପେକ୍ଷା କରିଥାଏ। ଶ୍ରାବଣ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ରକ୍ଷା ବନ୍ଧନ ପାଳନ କରାଯାଇଥାଏ । ହେଲେ ଭଦ୍ରାକାଳ ଥିଲେ ରକ୍ଷୀ ବାନ୍ଧିବା ଅଶୁଭ ମନାଯାଇଥାଏ। ଏବର୍ଷ ରାକ୍ଷୀ ପିନ୍ଧାକୁ ନେଇ ଦ୍ବନ୍ଦ୍ବ ଉପିଜିଛି। ଆଜି ଅଗଷ୍ଟ ୩୦ ତାରିଖରେ ପୂରା ଦିନ ଭଦ୍ରା କାଳ ରହିବ । ୩୦ ଅଗଷ୍ଟରେ ପୂର୍ଣ୍ଣିମା ତିଥି ସହ ସକାଳ ୧୦ଟା ୫୯ ମିନିଟରୁ ଭଦ୍ରାକାଳ ଆରମ୍ଭ ହେଉଛି । ଏହି ସମୟରେ ରାକ୍ଷୀ ବାନ୍ଧିବା ଅଶୁଭ ବିବେଚନା କରାଯାଇଥାଏ । ତେବେ ରାତି ୯ଟା ୨ ମିନିଟରେ ଭଦ୍ରାକାଳ ଶେଷ ହେଉଥିବାରୁ ଏହାପରେ ନିଜ ଭାଇ ହାତରେ ରାକ୍ଷୀ ବାନ୍ଧି ପାରିବେ। ୩୧ ଅଗଷ୍ଟରେ ବି ଆପଣ ରାକ୍ଷୀ ବାନ୍ଧି ପାରିବେ। ଅଗଷ୍ଟ ୩୧ ସକାଳ ୭ଟା ୫ ମିନିଟ ପର୍ଯ୍ୟନ୍ତ ରାକ୍ଷୀ ବାନ୍ଧି ପାରିବେ ।

ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ।

ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ। ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି।ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମଯଜ୍ଞ ମଧ୍ୟ କୁହାଯାଏ। 

ପୁରାଣ….

ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା । ପୁରାଣରେ ଅସୁର ରାଜାବଳିଠାରୁ ମୋଗଲ ସମ୍ରାଟ ହୁମାୟୁନଙ୍କ ଯାଏଁ ରକ୍ଷାବନ୍ଧନ ଭଉଣୀର ସମ୍ମାନ ରକ୍ଷା କରିଆସିଛି ।

ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ଼ ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଏହାପରେ ଜଣେ ଭାଇ ହିସାବରେ ଲକ୍ଷ୍ମୀଙ୍କ କଥା ବୁଝିବା ବଳିଙ୍କର କର୍ତ୍ତ୍ୟବ୍ୟ ଥିଲା । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।

ମହାଭାରତରେ ମଧ୍ୟ ଏପରି ଏକ ପୌରାଣିକ କାହାଣୀ ରହିଛି।କାହାଣୀଟି କୃଷ୍ଣ ଓ ଦ୍ରୌପଦୀଙ୍କୁ ନେଇ । ଶ୍ରୀକୃଷ୍ଣ ଅତ୍ୟାଚାରୀ ଶିଶୁପାଳକୁ ବଧ କରିବା ବେଳେ ତାଙ୍କର ଅଙ୍ଗୁଳି କଟିଯାଇଥିଲା । ସେଥିରୁ ରକ୍ତ ବାହାରିବା ଦେଖି ଦ୍ରୌପଦୀ ନିଜ ପିନ୍ଧା ଶାଢ଼ୀ ଚିରି ସେଥିରେ ଗୁଡ଼ାଇ ଦେଇଥିଲେ, ଫଳରେ ରକ୍ତ ବନ୍ଦ ହେଇଯାଇଥିଲା । ଦ୍ରୌପଦୀଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଭଉଣୀର ସ୍ନେହ ପାଇଥିଲେ । ଯେତେବେଳେ କୁରୁସଭାରେ ଦ୍ରୌପଦୀଙ୍କୁ କୌରବମାନେ ବିବସନା କରିବାକୁ ଉଦ୍ୟତ ହେଲେ ସେତେବେଳେ ଶ୍ରୀକୃଷ୍ଣ ବସ୍ତ୍ରଦାନକରି ଦ୍ରୌପଦୀଙ୍କ ସମ୍ମାନ ରକ୍ଷା କରିଥିଲେ ।

ଇତିହାସ….

ଇତିହାସରେ ମଧ୍ୟ ରହିଛି ରକ୍ଷାବନ୍ଧନ । ଯଦିଓ ଏହାପଛରେ ରହିଛି ରାଜନୈତିକ ଅଭିସନ୍ଧି, ତେବେ ବି ରାକ୍ଷୀ ବାନ୍ଧିଥିବା ଭଉଣୀର ସମ୍ମାନ ରକ୍ଷା ପାଇଁ ଭାଇ ପଛଘୁଞ୍ଚା ଦେଇନାହିଁ ।

ପ୍ରଥମ ଘଟଣାଟି ହେଲା ଖ୍ରୀଷ୍ଟପୂର୍ବ ୩୦୦ ବର୍ଷ ତଳର । ମାସିଡୋନିଆର ସମ୍ରାଟ ଆଲେକଜାଣ୍ଡାର ଭାରତ ଉପରେ ବିଜୟ ଲାଭ ପାଇଁ ଅଗ୍ରସର ହେଉଥିବା ବେଳେ ରାଜା ପୁରୁଙ୍କ ସମ୍ମୁଖୀନ ହେଇଥିଲେ । ପ୍ରଥମ ଥର ପୁରୁଙ୍କଠାରୁ ଆଲେକଜାଣ୍ଡାର ପରାସ୍ତ ହେଲେ, ସେତେବେଳେ ଆଲେକଜାଣ୍ଡାରଙ୍କ ପତ୍ନୀ ପୁରୁଙ୍କ ନିକଟକୁ ଏକ ରାକ୍ଷୀ ପ୍ରେରଣ କରିଥିଲେ। ପୁରୁ ତାଙ୍କୁ ନିଜର ଭଉଣୀ ଭାବେ ଗ୍ରହଣ କରିଥିଲେ ।

ଅନ୍ୟ ଘଟଣାଟି ହେଲା ରାଣୀ କର୍ଣ୍ଣାବତୀ ଓ ସମ୍ରାଟ ହୁମାୟୁନଙ୍କୁ ନେଇ । ମଧ୍ୟ ଯୁଗର ରାଜପୁତ ଯୋଦ୍ଧମାନେ ପରାକ୍ରମୀ ଥିଲେ । ସେମାନେ କୈଣସି ଆକ୍ରମଣକାରୀ ସତ ପ୍ରାଣ ଦେଇ ଲଢୁଥିଲେ । ଏମିତି ଏକ ଯୁଦ୍ଧରେ ଚିତୋରର ରାଣୀ କର୍ଣ୍ଣାବତୀ ସ୍ୱାମୀଙ୍କୁ ହରାଇବାପରେ ଯେତେବେଳେ ଅନୁଭବ କଲେ ଯେ,ସୁଲତାନ ବାହାଦୁରଶାହାଙ୍କୁ ପ୍ରତିହତ କରାଯାଇପାରିବ ନାହିଁ, ସେତେ ବେଳେ ସେ ଉପାୟଟିଏ ଚିନ୍ତାକଲେ । ମୋଗଲ ସମ୍ରାଟ ହୁମାୟୁନଙ୍କ ନିକଟକୁ ଏକ ରାକ୍ଷୀ ପଠେଇ ଦେଲେ । ହୁମାୟୁନ ମଧ୍ୟ ଏହାକୁ ଭଉଣୀର ସ୍ନେହ ମନେ କରି ଚିତୋରର ସୁରକ୍ଷାପାଇଁ ତୁରନ୍ତ ତାଙ୍କର ସୈନ୍ୟବାହିନୀ ପଠେଇଦେଇଥିଲେ ।

ଏହି ଦିନରେ ପାଳନ କରାଯାଉଥିବା ଅନ୍ୟାନ୍ୟ ପର୍ବ ପର୍ବାଣି….

ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାକୁ ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥିଭାବେ ଗ୍ରହଣ କରାଯାଏ । ହଳମୂଷଳ ଧାରଣ କରିଥିବା ବଳଭଦ୍ରଙ୍କୁ ସମ୍ମାନ ଜଣାଇ ଏହିଦିନ ଗୋମାତାଙ୍କୁ ପୂଜା କରାଯାଏ । ସେମାନଙ୍କୁ ଗାଧୋଇ ଦିଆଯାଇ ତାଙ୍କ ଶିଙ୍ଗରେ ରାକ୍ଷୀ ବାନ୍ଧିବା ଏବଂ ପିଠା ଖାଇବାକୁ ଦେବାର ପରମ୍ପରା ରହିଛି । ବ୍ରାହ୍ମଣମାନେ ଏହି ଦିନ ମନ୍ତୁରା ପଇତା ମଧ୍ୟ ପ୍ରଦାନ କରିଥାନ୍ତି, ଏହି ପଇତା ପିନ୍ଧିଲେ ବ୍ରହ୍ମରାକ୍ଷସ କବଳରୁ ମୁକ୍ତି ମିଳେ ବୋଲି ମଧ୍ୟ ବିଶ୍ୱାସ ରହିଛି ।

ବଳରାମ ଜୟନ୍ତୀ….

କୃଷ୍ଣଙ୍କ ବଡ଼ ଭାଇ ଭଗବାନ ବଳରାମ ଏହି ଦିନ ଅବତୀର୍ଣ୍ଣ ହୋଇଥିଲେ, ତେଣୁ ଏହି ଦିନଟିକୁ ବଳରାମ ଜୟନ୍ତୀ ରୂପେ ପାଳନ କରାଯାଏ।

ଗହ୍ମା ପୂର୍ଣ୍ଣିମା…

ଏହି ଦିନ ସବୁ ପାଳିତ ପଶୁ ଗାଈ, ଗୋରୁ ଆଦିଙ୍କୁ ସଜାଯାଏ ଏବଂ ପୂଜା କରାଯାଏ । ବିଭିନ୍ନ ପ୍ରକାରର ପିଠା ଓ ମିଠା ତିଆରି କରାଯାଏ ଏବଂ ପରିବାର, ବନ୍ଧୁ ବାନ୍ଧବମାନଙ୍କ ମଧ୍ୟରେ ବଣ୍ଟାଯାଏ ।

ଝୁଲଣ ପୂର୍ଣ୍ଣିମା/ ଝୁଲଣ ଯାତ୍ରା….

ଶ୍ରାବଣ ମାସରେ ଶୁକ୍ଳ ପକ୍ଷ ଦଶମୀଠାରୁ ଭାଦ୍ରବ ପ୍ରତିପଦ ପର୍ଯ୍ୟନ୍ତ ୭ଦିନ ଏହି ଝୁଲଣ ଯାତ୍ରା ପର୍ବ ପାଳନ କରାଯାଏ । ଭଗବାନ କୃଷ୍ଣ ଏବଂ ରାଧା ଏହି ବର୍ଷା ଋତୁରେ ଦୋଳି ଖେଳି ଆନନ୍ଦ ନେଇଥାନ୍ତି । ରାଧା କୃଷ୍ଣଙ୍କୁ ଝୁଲଣରେ ସଜାଯାଇ ଦୋଳି ଖେଳା ଯାଇଥାଏ ।

ରକ୍ଷା-ବନ୍ଧନ: ପ୍ରେମ ଓ ବିଶ୍ବାସର ପର୍ବ

ସ୍ନେହ, ଶ୍ରଦ୍ଧା, ସମ୍ମାନର ପ୍ରତୀକ ରକ୍ଷା ବନ୍ଧନ ସମଗ୍ର ଭାରତବର୍ଷର ଏକ ସମୃଦ୍ଧ ଉତ୍ସବ। L ବସୁଧୈବ କୁଟୁମ୍ବକମ୍ ‘ ଆଦର୍ଶ ଆମର ମୂଳମନ୍ତ୍ର… ସମଗ୍ର ବିଶ୍ଵକୁ ଗୋଟିଏ ପରିବାର ଭାବେ ବିଶ୍ବାସ କରୁଥିବା ଭାରତୀୟ ସଂସ୍କୃତିରେ ରକ୍ଷାବନ୍ଧନ ପର୍ବର ଗୁରୁତ୍ୱ ବେଶ୍ ପ୍ରଭାବଶାଳୀ। ଶ୍ରାବଣ ପୂର୍ଣ୍ଣିମାର ଶୁଭ ଅବସରରେ ପାଳିତ ହେଉଥିବା ଏହି ଉତ୍ସବଟି କେବଳ ଭାଇ-ଭଉଣୀର ପବିତ୍ର ସ୍ନେହର ବନ୍ଧନ ନୁହେଁ ବରଂ ଦୁଇଟି ଆତ୍ମା, ଦୁଇଟି ହୃଦୟ ଏବଂ ଦୁଇଟି ପ୍ରାଣ ମଧ୍ୟରେ ପରସ୍ପର ପ୍ରତି ଘନିଷ୍ଠତା ଆବେଗ ଓ ସମ୍ମାନର ପ୍ରତୀକ।

ବିଦ୍ୟାଧର ସାହୁଙ୍କ ଉପସ୍ଥାପନା….

Related posts

କୁସୁମଖୁଣ୍ଟି ଠାରେ ଷୋହଳ ପ୍ରହର ନାମଯଜ୍ଞ ପାଇଁ କଳସଯାତ୍ରା

Sunil Chandra Nayak

ମ.ରାମପୁରରେ ଜଗତର ନାଥ ଜଗନ୍ନାଥଙ୍କ ଦେବସ୍ନାନ

ଜୁନାଗଡ଼ ରେ ହନୁମାନ ଜୟନ୍ତୀ ସମାରୋହରେ ପାଳିତ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort