ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲୋକନୃତ୍ୟ କଳାକାରଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ଶୁଭାରମ୍ଭ , “ପ୍ରଚାର କରିବେ ସରକାରଙ୍କ ବିଭିନ୍ନ ଯୋଜନାର “

ରାୟଗଡା/୩୧/୮ : କଳାକାରଙ୍କୁ ଦିଆଯାଉଛି ତାଲିମ | ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ ପାରମ୍ପରିକ ଲୋକକଳା ମାଧ୍ୟମରେ ଗାଁ ଗାଁରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାର ବ୍ଲକ କଳା ସାଂସ୍କୃତିକ ସଂଗଠନର କଳାକାର ମାନଙ୍କୁ ଆଜି ଓ ଆସନ୍ତା କାଲି ଦୁଇ ଦିନ ଧରି ତାଲିମ ପ୍ରଦାନ କରାଯିବ | ଜିଲ୍ଲା ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ରାୟଗଡା ଜିଲ୍ଲା ପ୍ରଶାସନର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଏବଂ ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ସୂଚନା ଶିକ୍ଷା ଓ ଯୋଗାଯୋଗ ଉପକ୍ରମରେ ଲୋକକଳାର ପ୍ରୟୋଗକୁ ନେଇ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସାଧନ ସଭ୍ୟଙ୍କ ପ୍ରଶିକ୍ଷଣ ଶିବିରରେ ଅନୁଷ୍ଠିତ ପ୍ରଥମ ଦିନର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ସାଧାରଣ ବିଭାଗ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରୋଇତ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ଯାଜ୍ଞସେନୀ ବେହେରା, ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବି. ଏଲ. ଏନ. ରାଜୁ, ଓଏଲଏମ ଡିପିଏମ ହେମନ୍ତ ବାଗ,ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥି, ସଂସାଧନ ସଭ୍ୟ ଶିକ୍ଷକ ଦ୍ଵିତୀ ଚନ୍ଦ୍ର ସାହୁ, ସନ୍ତୋଷ କୁମାର ତାଣ୍ଡି,ଜିଲ୍ଲା କଳା ସାଂସ୍କୃତି ସଂଗଠନ ଉପ ସଭାପତି ସନ୍ତୋଷ କୁମାର ବଚା ପ୍ରମୁଖ ମଞ୍ଚସିନ ହୋଇଥିବା ବେଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ ପ୍ରଧାନ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ସୁସ୍ମିତା ବାଉରୀ ସଂଯୋଜନା କରିବା ସହ ତାଲିମ ପ୍ରଦାନ ବିଷୟରେ ଆଲୋକପାତ କରିଥିଲେ | ରାଜ୍ୟ ସରକାର ଙ୍କ ପ୍ରଗତିମୂଳକ କାର୍ଯ୍ୟକ୍ରମ ଓ ଅନ୍ୟାନ୍ୟ ଯୋଜନା ସମ୍ପର୍କରେ ମୁଖ୍ୟତଃ ସରକାରଙ୍କ ମମତା ଯୋଜନା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା,ଫସଲ ବୀମା ଯୋଜନା, କୃଷି ଋଣ ସୁଧ, ମଧୁବାବୁ ପେନସନ ଯୋଜନା, ଆମ ଓଡିଶା ନବୀନ ଓଡିଶା, ମିଶନ ଶକ୍ତି ,5ଟି ସ୍କୁଲ ରୂପାନ୍ତୀକରଣ, କ୍ରୀଡା, ହରିଶ୍ଚନ୍ଦ୍ର ଯୋଜନା, ଓଡିଶା ଆଦର୍ଶ ବିଦ୍ୟାଳୟ, ଆମ ହସ୍ପିଟାଲ ଆଦି ଆଠଟି ଯୋଜନା ସମ୍ପର୍କ ରେ ବିଷଦ ବିବରଣୀ ପ୍ରଦାନ କରାଯାଇଥିଲା | ଏହି ଶିବିରରେ ବିକେଏସଏସର ସାଧନ ସଭ୍ୟମାନେ ପ୍ରଶିକ୍ଷଣ ନେଇ ନିଜ ସଂଘର ଅନ୍ୟ ସଭ୍ୟମାନଙ୍କୁ ତାଲିମ ଦେବେ | ଆସନ୍ତା ସେପ୍ଟେମ୍ବର ୧୫ ରୁ ୩୦ ତାରିଖ ପର୍ଯ୍ୟନ୍ତ ଷୋହଳ ଦିନ ଯାଏଁ ତାଲିମ ପ୍ରାପ୍ତ କଳାକାର ମାନେ ଗାଁ ଗାଁ ରେ ଲୋକଙ୍କୁ ଲୋକ କଳା ମାଧ୍ୟମରେ ସଚେତନ କରିବେ | ଆଜିର ତାଲିମ ଶିବିରରେ ବିଭିନ୍ନ ଯୋଜନା ସମ୍ପର୍କୀୟ ଭିଡ଼ିଓ ପ୍ରଦର୍ଶନ କରାଯାଇଥିବା ବେଳେ ଭିଡ଼ିଓ ସଂୟପ୍ରକିୟ ପ୍ରଶ୍ନତ୍ତର କାର୍ଯ୍ୟକ୍ରମ ଏବଂ ଏକ ଦିନର କାର୍ଯ୍ୟକ୍ରମର ସାରାଂଶ, ଚୂଡାନ୍ତୀକରଣ ବିଷୟରେ ଆଲୋକପାତ କରାଯାଇଥିଲା |

ରାୟଗଡା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

କଟକ ସଦର ମାଟିରେ ଯୁବନେତା ଇଂ.ପ୍ରକାଶ ଚନ୍ଦ୍ର ସେଠୀଙ୍କ ନେତୃତ୍ୱରେ “ଗାଁ କୁ ଚାଲ ଅଭିଯାନ”ର ସଫଳ ଯାତ୍ର।

masiha

ବାରମ୍ବାର ଅଭିଯୋଗ ପରେ, ପାଣୀ ନିଷ୍କାସନର ବାଟ ଫିଟିଲା

Sunil Chandra Nayak

ହନୁମାନଙ୍କ ମନ୍ଦିରରେ ପୂଜାର୍ଚ୍ଚନାରେ ଯୋଗଦାନ କଲେ ସମାଜସେବୀ 

Sunil Chandra Nayak

Leave a Comment

error: Content is protected !!