ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୩ ପ୍ରସ୍ତୁତି

ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୩ ପ୍ରସ୍ତୁତି

ନବରଙ୍ଗପୁର, ୦୭/୦୯(ମସିହା) ଆସନ୍ତା ସେପ୍ଟେମ୍ବର ୦୯ ତାରିଖ ଶନିବାର ଦିନ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୩ ଅନୁଷ୍ଟିତ ହେବାକୁ ଯାଉଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ଆଦେଶ କ୍ରମେ ନବରଙ୍ଗପୁର, ଉମରକୋଟ, ରାଇଘର, ଚନ୍ଦହାଣ୍ଡି ଓ ଝରିଗାଁ ରେ ଥିବା ବିଚାରାଳୟ ଗୁଡିକରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ, ୨୦୨୩ ଅନୁଷ୍ଟିତ ହେବାକୁ ଯାଉଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରଧୀନ ମକଦ୍ଧମା ଯଥା-ଦେୱାନୀ, ଫୌଜଦାରୀ (ସାଲିସ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟ।ଙ୍କ ଋଣ, ବିଦ୍ୟୁତ୍ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନ୍ସ ଇତ୍ୟାଦି ମକଦ୍ଧମାର ଆପୋଷ ସହମତିରେ ସହଜ, ଚୁଡାନ୍ତ ଏବଂ ଅମଳଯୋଗ୍ୟ ସମାଧାନ ହୋଇଥାଏ । ଏହି ଲୋକ ଅଦାଲତରେ କେବଳ ବିଚାରଧୀନ ମକଦ୍ଧମା ନୁହେଁ, ବରଂ ପ୍ରାକ- ମକଦ୍ଧମା ସ୍ତରୀୟ (ମକଦ୍ଧମାକୁ ଯିବା ପୂର୍ବରୁ) ବିବାଦ ଯଥା- ବ୍ୟ।ଙ୍କ ଋଣ ଦେୟ, ବିଜୁଳି/ ଜଳଯୋଗାଣ ଦେୟ, ଚେକ ବାଉନ୍ସ ସମ୍ବଦ୍ଧିୟ ବିବାଦ, ଶ୍ରମବିବାଦ ଇତ୍ୟାଦିର ଆପୋଷ ସହମତିରେ ସମାଧାନ ମଧ୍ୟ ହୋଇପାରିବ । ସବିଶେଷ ବିବରଣୀ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର, ତାଲୁକ ଆଇନ ସେବା କମିଟି, ଉମରକୋଟ ଓ ଚନ୍ଦାହାଣ୍ଡି ସହ ତୁରନ୍ତ ଯୋଗାଯୋଗ କରନ୍ତୁବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ ସୂଚନା ଦେଇଛନ୍ତି । ଯୋଗାଯୋଗ ନମ୍ବର. ୦୬୮୫୮-୨୨୨୪୪୫. ରେ ଯୋଗାଯୋଗ କରି ପାରିବେ l

ରବି ନାରାୟଣ ମହାନ୍ତି ଙ୍କ ରିପୋର୍ଟ 

Related posts

ଡ଼ାବୁଗାଁ ଭୈରବ ସ୍ନାତକ ମହାବିଦ୍ୟାଳୟ ରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ 

masiha

ଗୋରୁମହିଷାଣୀ ଅଂଚଳର ଯୁବକ ନିଖୋଜ

Sunil Chandra Nayak

ଡ଼ଙ୍ଗରଗଡ଼ ମହୋତ୍ସବ ନଭେମ୍ବର ୨୫ରେ

Sunil Chandra Nayak

Leave a Comment

error: Content is protected !!