ସାଲେପାଲୀ ଗ୍ରାମ ପଞ୍ଚାୟତ ରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା
ମ.ରାମପୁର,୧୧/୦୯(ମସୀହା):ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱର ର ମିଳିତ ସହଯୋଗ ରେ ମ.ରାମପୁର ବ୍ଲକ ର ସାଲେପାଲିି ଗ୍ରାମ ପଞ୍ଚାୟତସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଅତିଥି ଭାବେ ଲୟ ଭୋଇ (ନାଏବ ସରପଞ୍ଚ , ସଲେପାଲିି) ପି ଇ ଓ ସତ୍ୟ ନାରାୟଣ ସାହୁ, ଆଇଆଇଏଫଏଲ୍ ବ୍ୟାଙ୍କ ପରିଚାଳକ ସୁନିଲ କୁମାର ପଧାନ , ପ୍ରକାଶ ତ୍ରିପାଠୀ ଉତେଇ ଭେଲୀ କୃଷକ ଉତ୍ପାଦକ କମ୍ପାନୀ ର ନିର୍ଦ୍ଦେଶକ, ସତ୍ୟ ସାହୁ ବ୍ଲକ ପ୍ରକଳ୍ପ ପରିଚାଳକ ମିଶନ ଶକ୍ତି, ମ.ରାମପୁର ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହି ଉଦ୍ଘାଟନ କରିଥିଲେ।
ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।
କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା ।
ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାର କୁ ଠିକ୍ ଭାବେ ପରିଚାଳନା କରିପାରିବେ ।
କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ, ସୁନିଲ କୁମାର ପଧାନ ଓ ମହେଶ୍ଵେତା ସାହୁ ତାଲିମ୍ ପ୍ରଦାନ କରିଥିଲେ । ମମିତା ପୁଝାରୀ, ଲୟ ଭୋଇ, ବିଷ୍ଣୁ ରଣା, ବଂଶୀ ରଣା ଓ ଗ୍ରାମ ପଞ୍ଚାୟତ ର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ। ଏହି କର୍ମଶାଳା ରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ , ଗୋଷ୍ଠୀ ସହାୟିକା,ଚାଷୀ ଗୋଷ୍ଠୀ,ମିଳିତ ଉତ୍ତର ଦାୟୀ ଗୋଷ୍ଠୀ ରୁ ୬୫ ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।