ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର 

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର 

ନବରଙ୍ଗପୁର, ୧୪/୦୯(ମସିହା) ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ “Sexual Harassment of Women at Workplace (Prevention, Prohibition and Redressal) Act, ୨୦୧୩”, ମହିଳା ଆଇନଜୀବି ଏବଂ ଜିଲ୍ଲା କୋର୍ଟ କର୍ମଚାରୀ ମାନଙ୍କୁନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ. ସଂଜୀବ ଦୁବେ ଯୋଗ ଦେଇଥିଲେ ଏବଂ ଉକ୍ତ ଆକ୍ଟ ବିଷୟରେ ଆଲୋକପାତ କରିଥିଲେ । ପରିବାର ବିଚାରବିଭାଗୀୟ ଜର୍ଜ ଡକ୍ଟର ମୁନରାନୀ ମିଶ୍ର, ଅତିରିକ୍ତ ଜିଲ୍ଲା ଜର୍ଜ (POCSO Act) ଶ୍ରୀମତୀ ପ୍ରଣତୀ ସାହା, ଅତିରିକ୍ତ ଜିଲ୍ଲା ଜର୍ଜ ଶ୍ରୀଯୁକ୍ତ ଶିବ ପ୍ରସାଦ ମିଶ୍ର, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ, ବରିଷ୍ଟ ଦେବାନୀ ଜର୍ଜ ରାଜୀବ ଲୋଚନ ସାହୁ ଓ ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ, ନବରଙ୍ଗପୁର ଶ୍ରୀମତୀ ପ୍ରଜ୍ଞା ପଣ୍ଡା ପ୍ରମୁଖ ମହିଳା ଆଇନଜୀବି ଏବଂ ଜିଲ୍ଲା କୋର୍ଟ କର୍ମଚାରୀ ମାନଙ୍କୁ “Sexual Harassment of Women at Workplace (Prevention, Prohibition and Redressal) Act, ୨୦୧୩”, ବିଷୟରେ ସଚେତନ କରିଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ ଏହି ତାଲିମ ଶିବିରର ପରିଚାଳନା କରିଥିଲେ ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ନୂଆପଡାରେ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ

masiha

ଧର୍ମଗଡ ବ୍ଲକ ରେ ଅଭିଯୋଗ ଶୁଣାଣି ଶିବିର 

Sunil Chandra Nayak

ଶବ ସତ୍କାର ରେ ସମ୍ପର୍କୀୟ ଙ୍କ ଅସହଯୋଗ ଘଟଣା ; ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ ରେ ବ୍ଲକ ପ୍ରଶାସନ ପିଡୀତଙ୍କ ଘରେ

Sunil Chandra Nayak

Leave a Comment

error: Content is protected !!