ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭାରତୀୟ ମଜଦୁର ସଂଘ ପକ୍ଷରୁ ରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳନ

ଭାରତୀୟ ମଜଦୁର ସଂଘ ପକ୍ଷରୁ ରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳନ

ରାୟଗଡ଼ା : ତା: ୧୭/୦୯/୨୩ // ଭାରତୀୟ ମଜଦୁର ସଂଘ ୧୭ ସେପ୍ଟେମ୍ବର ଭଗବା ବିଶ୍ଵକର୍ମା ଜୟନ୍ତୀ କୁ ରାଷ୍ଟ୍ରୀୟ ଶ୍ରମିକ ଦିବସ ରୂପେ ସାରା ଦେଶରେ ପାଳନ କରି ଆସୁଛି।

ଏହି ଅବସରରେ ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୁର ସଂଘ ପକ୍ଷରୁ ଗାନ୍ଧୀ ପାର୍କ ନିକଟରୁ ଭଗବାନ ବିଶ୍ଵକର୍ମା ଏବଂ ଭାରତ ମାତାଙ୍କ ରଥ କୁ ସଂକିର୍ତ୍ତନ ସହ ବିରାଟ ପଟୁଆରରେ ବାହାରି ସହର ପରିକ୍ରମା କରି ସ୍ଥାନୀୟ ଟାଉନ୍ ହଲ୍ ଠାରେ ପହଞ୍ଚି ଏକ ସଭାର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଭଗବାନ ବିଶ୍ଵକର୍ମା , ଭାରତ ମାତା , ସଂଘ ର ପ୍ରତିଷ୍ଠାତା ଦତ୍ତୋପନ୍ତ ଠେଙ୍ଗଡୀ ଜିଙ୍କ ଫଟୋ ଚିତ୍ର ରେ ପୂଷ୍ପ ଦ୍ଵିପ ପ୍ରଜ୍ବଳନ କରି , ଶ୍ରମିକ ଗୀତ ଗାନ କରା଼ଯାଇ ସାରା ଦେଶରେ ମୃତ୍ୟୁ ବରଣ କରିଥିବା ସମସ୍ତ ଶ୍ରମିକ ଭାଇ ଭଉଣୀ ମାନଙ୍କ ଉଦ୍ଦେଶ୍ୟରେ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ପଶ୍ଚିମ ପ୍ରାନ୍ତଃ ସେବା ପ୍ରମୁଖ ଶ୍ରୀ ଦିପକ କୁମାର ରାଉତ ଏବଂ ଶ୍ରମିକ ନେତା ତଥା ଭାରତୀୟ ମଜଦୁର ସଂଘ ର ରାଜ୍ୟ ସମ୍ପାଦକ ଶ୍ରୀ ଯୋଗେଶ୍ଵର ଦାସ ଯୋଗ ଦେଇ ଭାରତୀୟ ବିଚାର ରେ ଭାରତ ଗଠନରେ ଏକ ଅଣ ରାଜନୈତିକ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ହୋଇ ଶ୍ରମିକ ମାନଙ୍କ ସମସ୍ତ ସମସ୍ୟାର ସମାଧାନ କରିବା ସହ ଭାରତୀୟ ବିଚାର ରେ ସମର୍ପିତ ହୋଇ ଶୃଙ୍ଖଳିତ ଭାବେ ନିଜର କର୍ମମୟ ଜୀବନ ମଧ୍ୟରେ ଭାରତୀୟ ବିଚାର ଧାରାରେ ରାଷ୍ଟ୍ର ହିତ , ଉଦ୍ୟୈ।ଗ ହିତ , ଶ୍ରମିକ ହିତ ଏବଂ ତ୍ୟାଗ ତପସ୍ୟା ଆଉ ବଳିଦାନ କୁ ଦୃଷ୍ଟିରେ ରଖି ଭାରତୀୟ ମଜଦୁର ସଂଘ କୁ ସାରା ଦେଶରେ ପ୍ରଥମ ସ୍ଥାନ ଅଧିକାର କରିବା ରେ ଶ୍ରମିକ ମାନଙ୍କ ଯେଉଁ ଅବଦାନ ରହିଛି ତାକୁ ସମ୍ମାନ ଦେବା ସହିତ , ମାତୃ ଶକ୍ତି ଆଜିର ଦିନରେ ନିଜ ପରିବାର, ନିଜ କର୍ମମୟ ଜୀବନ ମଧ୍ୟରେ ଭାରତୀୟ ମଜଦୁର ସଂଘ କୁ ଆଗକୁ ନେବାରେ ପାରଦର୍ଶିତା ରଖିଥିବାରୁ ଭୂୟସୀ ପ୍ରଶଂସା କରିବା ସହ ସମ୍ମାନ ଜଣାଇ ଥିଲେ। ସରକାର ଆଜିର ଦିନରେ ଅଙ୍ଗନୱାଡ଼ି କର୍ମୀ , ଆଶା କର୍ମୀ , ପାଚିକା , ଆଶା ସାଥୀ , ଠିକା ଶ୍ରମିକ , ଅସଂଘଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକ ଭାଇ ଭଉଣୀ ମାନଙ୍କୁ ଅଣଦେଖା କରୁଥିବା ଏବଂ କଳକାରଖାନା ରେ କାର୍ଯ୍ୟରତ ଶ୍ରମିକ ମାନଙ୍କୁ ଛଟେଇ କରାଯାଉଥିବା ଭଳି ବିଭିନ୍ନ ସମସ୍ୟାକୁ ନେଇ ନିନ୍ଦା କରିବା ନିନ୍ଦା କରିଥିଲେ।

ଜିଲ୍ଲା ସଭାପତି ମହନ ରାଓ ମାଝୀ ଏବଂ ଜିଲ୍ଲା ସଂପାଦକ ଗଣେଶ କୁମାର ସାହୁଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ ୱାରକର୍ସ ଆସୋସିଏସନ୍, ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘ , ବିଶ୍ଵକର୍ମା ମଜଦୁର ସଂଘ , ରାୟଗଡ଼ା ଜିଲ୍ଲା ବ୍ୟବସାୟ ମଜଦୁର ସଂଘ , ରାୟଗଡ଼ା ଜିଲ୍ଲା ସଫେଇ ମଜଦୁର ସଂଘ , ଉତ୍କଳ ଆଲୁମିନା ମଜଦୁର ସଂଘ , ଜେ କେ ପେପର ମିଲ ମଜଦୁର ସଂଘ , ଇମ୍ଫା ଶ୍ରମିକ ସଂଘ, ଇମ୍ଫା ଠିକା ମଜଦୁର ସଂଘ , ପାଚିକା ସଂଘ , ରାୟଗଡ଼ା ଜିଲ୍ଲା ହୋଟେଲ କର୍ମଚାରୀ ସଂଘ , ରାୟଗଡ଼ା ଜିଲ୍ଲା ପରିବା ବ୍ୟବସାୟ ସଂଘ ଏବଂ ୧୧ ଟି ବ୍ଳକରୁ ୨ ହଜାରରୁ ଉର୍ଦ୍ଧ୍ବ କାର୍ଯ୍ୟକର୍ତ୍ତା ମାନେ ଯୋଗ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଭାରତୀୟ ମଜଦୁର ସଂଘ ର ଶ୍ରୀମତୀ ଜୟନ୍ତୀ ପଦ୍ମାଳୟା ସାହୁ , ଶ୍ରୀମତୀ ଉଷାରାଣୀ ଦାଶ , ଏ ତିରୁପତି ରାଓ , ଶ୍ରୀମତୀ ନେହା ସିଂ , କେ କେ ଜେନା , ଧର୍ମ ସିଂ ନାଗ , ଦୂର୍ଗା ମାଧବ ଘୋଷ , ପରମାନନ୍ଦ ପ୍ରଧାନ , ନିରଞ୍ଜନ ସେନାପତି ,ଏମ ରାମ ବାବୁ ପରିଚାଳନା କରିଥିଲେ।

ରାୟଗଡା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରକ୍ତଦାନ ଶିବିର ଆୟୋଜନ ନେଇ ସିନାପାଲି ଶିକ୍ଷା ବିଭାଗର ପ୍ରସ୍ତୁତି 

Sunil Chandra Nayak

World Water Day observed by the Institute of Engineers(India) Rourkela local centre

Sunil Chandra Nayak

୧- ମା ମଙ୍ଗଳାଙ୍କ ତୃତୀୟ ବାର୍ଷିକ ଜନ୍ମ ଉତ୍ସବ ଅନୁଷ୍ଠିତ ,୨-ଆମ୍ ଆଦମୀ ପାର୍ଟିର ନିର୍ବାଚନ ମଣ୍ଡଳୀ ସ୍ତରୀୟ ବୈଠକ ପାଇଁ ପ୍ରସ୍ତୁତି ବୈଠକ, ଜୁନ ୧୫ ରେ ବୈଠକର ନିଷ୍ପତ୍ତି 

masiha

Leave a Comment

error: Content is protected !!