ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସରସ୍ଵତୀ ଶିଶୁ ଜ୍ଞାନ ମନ୍ଦିର ରେ ଗାନ୍ଧୀ ଜୟନ୍ତୀ ପାଳିତ

ସରସ୍ଵତୀ ଶିଶୁ ଜ୍ଞାନ ମନ୍ଦିର ରେ ଗାନ୍ଧୀ ଜୟନ୍ତୀ ପାଳିତ

ନବରଙ୍ଗପୁର: ସ୍ଥାନୀୟ ସରସ୍ଵତୀ ଶିଶୁ ଜ୍ଞାନ ମନ୍ଦିର ରେ ଅନୁଷ୍ଠାନର ଅଧ୍ୟକ୍ଷ ରବି ଗୁରୁଜୀଙ୍କ ସଭାପତିତ୍ବରେ ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନ ମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳନ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା କ୍ରୀଡ଼ା ସଂଘର ସମ୍ପାଦକ ତଥା ଟେଲି ଫିଲ୍ମ ନିର୍ଦ୍ଦେଶକ ମନୋଜ କୁମାର ପଟ୍ଟନାୟକ ଯୋଗ ଦେଇ ଉଭୟ ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନ ମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୀବନ ବିଷୟରେ ଆଲୋକପାତ କରିଥିଲେ। ସମସ୍ତଙ୍କୁ ଗୋଟାଏ ଦିନରେ ଚବିଶ ଘଣ୍ଟା ହିଁ ମିଳେ କିନ୍ତୁ ଏହି ସମୟ କୁ ଯିଏ ସଦୁପଯୋଗ କରେ ତାର ଭବିଷ୍ୟତ ଉଜ୍ଜଳ ହୁଏ ଶ୍ରୀ ପଟ୍ଟନାୟକ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିସ୍କୁଟ ଚକ୍ଲେଟ ବଣ୍ଟନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ଅନ୍ୟ ଶିକ୍ଷକ ଶିକଷୟିତ୍ରୀ ମାନେ ନିଜ ମତପୋଷଣ କରିବା ସହ କାର୍ଯ୍ୟକ୍ରମ ସଫଳ କରିବାରେ ସହୋଯୋଗ କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଆରଣ୍ୟକ ବାରିକ ସଂଘ ତରଫରୁ ବିଧାୟିକା ମନୋରମା ମହାନ୍ତି ଙ୍କୁ ସମ୍ବର୍ଦ୍ଧନା 

masiha

ତେରେସିଂହା +୨ କଲେଜରେ ସଚେତନତା କର୍ମଶାଳା

masiha

ନୂଆପଡା ଜିଲ୍ଲାରେ ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ସମାରୋହ ପାଳିତ l ମାନ୍ୟବର ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ , ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗଦାନ କରି ଦୁଇ ମହାମାନବଙ୍କୁ ପୁଷ୍ପମାଲ୍ୟ ସହିତ ଶ୍ରଦ୍ଧାସୁମନ ଅର୍ପଣ କଲେ 

Sunil Chandra Nayak

Leave a Comment

error: Content is protected !!