ବଡପଳଶା ପଞ୍ଚାୟତରେ ବିକାଶର ବାର୍ତ୍ତା ନେଇ ବିଜେଡିର ଜନ ସଂପର୍କ ଯାତ୍ରା
ମୟୂରଭଞ୍ଜ- ୭/୧୦ ( ମସିହା) ଗାନ୍ଧୀ ଜୟନ୍ତୀ ଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ପର୍ଯ୍ୟନ୍ତ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସାରା ରାଜ୍ୟରେ ବିଜେଡ଼ିର ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହେବା ପାଇଁ ସ୍ଥିର ହୋଇଛି । ତେଣୁ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଵହଳଦା ବ୍ଳକର ବଡପଳଶା ପଞ୍ଚାୟତର ସୁନାପୋଷୀ ଗ୍ରାମରେ ଆଜି ଶନିବାର ଦିନ ବିଜେଡ଼ିର ଜନସଂପର୍କ ପଦଯାତ୍ରା ବିଜେଡି ବ୍ଳକ ସଭାପତି ହରେକୃଷ୍ଣ ମଣ୍ଡଳଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପଦଯାତ୍ରାରେ ଜିଲ୍ଲା ବିଜେଡ଼ି ସାଧାରଣ ସଂପାଦକ ପଙ୍କଜ ରାଉତ( ଲୁଲୁ),ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ଯୁବ ବିଜେଡ଼ି ଯୁବ ସଭାପତି ରାହୁଲ ଯାଦବ,, ଵହଳଦା ବ୍ଳକ ୨୫ ନମ୍ବର ଜିଲ୍ଲା ପରିଷଦ ସଦସ୍ୟା ଭଗବତୀ ମିଶ୍ର,୨୬ ନମ୍ବର ଜିଲ୍ଲା ପରିଷଦ ସଦସ୍ୟା ସୂର୍ଯ୍ୟମଣି ହାଁସଦା,ସମେତ ଶତାଧିକ ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ସଦସ୍ୟ,କୃଷକ,ଛାତ୍ର,ଦିବ୍ଯାଙ୍ଗ, ଗାଁ ମୁରବି ଯୋଗ ଦେଇଥିଲେ । ଆଦିବାସୀ ପାରଂପରିକ ଢୋଲ,ମାଦଳ ବଜାଇ ସରକାର ଙ୍କ ଯୋଜନା ସମ୍ବନ୍ଧରେ ଗାଁ ପରିଭ୍ରମଣ କରିଥିଲେ ।ପରେ ଆନନ୍ଦରେ ନୃତ୍ୟ କରିଥିଲେ । ନେତୃବୃନ୍ଦ କହିଥିଲେ ସରକାରଙ୍କ ବହୁବିଧ ଯୋଜନା ତଥା ମମତା ଯୋଜନା, ହରିଶ୍ଚନ୍ଦ୍ର ଯୋଜନା,କିଶୋରୀ ଯୋଜନା, ମଧୁବାବୁ ପେନସନ, ଗୋପବନ୍ଧୁ ଯୋଜନା,କଳାକାର ଭତ୍ତା,ଦଇଵ୍ଯଆଙ୍ଗ ଯୋଜନା,କାଳିଆ ଯୋଜନା, ଛାତ୍ରବୃତ୍ତି,ଶ୍ରମିକ କଲ୍ୟାଣ ଯୋଜନା,ଖାଦ୍ଯ ସୁରକ୍ଷା,ଆବାସ ଯୋଜନା,ବିଜୁ ସେତୁ,ଘରକୁ ଘର ପାଣି, ବିଜୁ ଜ୍ୟୋତି,ଐତିହାସିକ ବିଜୁ ସ୍ବାସ୍ଥ୍ୟ ଯୋଜନା, ବିଦ୍ୟାଳୟ , ହସ୍ପିଟାଲ ରୂପାନ୍ତିକରଣ,ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା, ବିପର୍ଯ୍ୟୟ ପରିଚାଳନା,ବିଶ୍ଵ ସ୍ତରୀୟ କ୍ରୀଡା,ପଛୁଆ ବର୍ଗ କଲ୍ୟାଣ ଯୋଜନା, ଆଦିବାସୀ କଲ୍ୟାଣ ଯୋଜନା,ମହିଳା ବିକାଶ,କୃଷି ଓ କୃଷକ ଉନ୍ନତିକରଣ,ବହୁ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ଭଳି ବହୁ ଜନକଲ୍ଯାଣ ଯୋଜନା କରିଛନ୍ତି ।ତଦସହ ଏହି ସବୁ ଯୋଜନାରୁ ଯେଉଁମାନେ ବଂଚିତ ହୋଇଛନ୍ତି ସେମାନଙ୍କୁ ଚିହ୍ନଟ କରି ଯୋଜନାରୁ କିଭଳି ଉନ୍ନତି ହେବ ସେଥିପାଇଁ ସ୍ଥାନୀୟ ନେତୃବୃନ୍ଦ ଚେଷ୍ଟା କରିବେ ବୋଲି କହିଥିଲେ ।