ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଉ ପାଦେ , ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ଵାରା ମିଶନ ଶକ୍ତି ସ୍କୁଟର ରାଜ୍ୟ ସ୍ତରୀୟ ଯୋଜନାର ଶୁଭାରମ୍ଭ

ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଉ ପାଦେ ,

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ଵାରା ମିଶନ ଶକ୍ତି ସ୍କୁଟର ରାଜ୍ୟ ସ୍ତରୀୟ ଯୋଜନାର ଶୁଭାରମ୍ଭ….

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି। ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନଙ୍କୁ କହିଲେ ଯେ ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଜି ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇ ରହିବ।

ମିଶନ ଶକ୍ତି ମା’ ମାନଙ୍କୁ ସ୍କୁଟର କିଣିବା ପାଇଁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦେଉଛୁ। ସେମାନଙ୍କର ଏହି ଋଣ ବାବଦକୁ ୫୨୮ କୋଟି ଟଙ୍କାର ସୁଧ ରାଜ୍ୟ ସରକାର ଦେବେ। ଏହି ଯୋଜନାରେ ୨ ଲକ୍ଷରୁ ଅଧିକ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନେ ସ୍କୁଟର ପାଇବେ। ଆଜି ଏହି ଯୋଜନାର ଶୁଭାରମ୍ଭରେ ୧୫ ହଜାର ମା’ଙ୍କୁ ସ୍କୁଟର ଦିଆଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବ୍ଲକ ଓ ଜିଲ୍ଲା ସ୍ତରୀୟ ମିଶନ ଶକ୍ତି ଫେଡେରେସନ୍‌କୁ ସରକାରୀ କାର୍ଯ୍ୟ ପାଇଁ ଯାନସୁବିଧା ଯୋଗାଇଦେବା ବାବଦରେ ଘୋଷଣା କରିଥିଲେ। ଯାନସୁବିଧା ବଳରେ ସେମାନଙ୍କର ଦକ୍ଷତା ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କୁ ଉଦ୍ୟୋଗୀଭାବେ ପରିଣତ କରିବା ଆମର ଲକ୍ଷ୍ୟ। ଏଥିପାଇଁ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦ କୋଟି ଟଙ୍କାର ସୁଧ ସହାୟତା ସିଧା ସଳଖ ଦିଆ ଯାଉଛି।

ଗତି ହିଁ ଶକ୍ତି,ସ୍କୁଟର ମାଆ ମାନଙ୍କ ପାଇଁ ଏକ ପ୍ରତୀକ। ‘ସ୍କୁଟର ଯୋଜନା’ ମା’ଙ୍କ ଗତିକୁ ଅଧିକ ଶକ୍ତିଶାଳୀ କରିଛି ବୋଲି ଏହି ଅବସରରେ କହିଛନ୍ତି ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ନବରଙ୍ଗପୁର ଠାରେ ଶିଶୁ ଓ କିଶୋର ଶ୍ରମ ନିଷେଧ ଓ ନିୟନ୍ତ୍ରଣ ସଚେତନତା ଅଭିଯାନ 

Sunil Chandra Nayak

ସାମାନ୍ୟ ବର୍ଷାରେ ରାସ୍ତା ଉପରେ ଆଣ୍ଠୁଏ ପାଣି, ସୃଷ୍ଟି ହେଉଛି କୃତ୍ରିମ ବନ୍ୟା

masiha

କଟକ ସଦର କମାପୁର ମାଟିରେ ରଜ ମହୋତ୍ସଵ – ୨୦୨୬ ପାଳିତ 

Sunil Chandra Nayak

Leave a Comment

error: Content is protected !!