ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଯୋଡ଼ାବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ଯୋଡ଼ାବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ଲାଞ୍ଜିଗଡ଼,୧୧/୧୦(ମନିସ)-କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଯୋଡାବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଚମ୍ପାଦେଇପୁର କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ନମିତାରାଣୀ ଭୋଇ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ ନାୟକ, ଅତିରିକ୍ତ ଶିକ୍ଷା ଅଧିକାରୀ ସୁଢଳଦେବ ମୁଣ୍ଡ, ଭାରତ ଭୂଷଣ ସାହୁ, ସାଂସଦ ପ୍ରତିନିଧି ଲକ୍ଷ୍ମୀଧର ସନ୍ତୋଷରାୟ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବାଲାଜୀ ପାତ୍ର, ବରିଷ୍ଠ ଶିକ୍ଷକ ପଦ୍ମଲୋଚନ ସୁନା, ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋବର୍ଦ୍ଧନ ମାଝୀ, ବରିଷ୍ଠ ଶିକ୍ଷୟିତ୍ରୀ ତିଳୋତ୍ତମା ଦଳାଇ ପ୍ରମୁଖ ଯୋଗ ଦେଇଥିଲେ। ସିଆରସିସି ସୌଭାଗ୍ୟ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ସୁବାସ ଚନ୍ଦ୍ର ନାୟକ ପରିଚାଳନା କରିଥିବାବେଳେ ଚନ୍ଦନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ! ଏଇ ଅବସରରେ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। କ୍ଲଷ୍ଟର ସ୍ତରୀୟ ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

ଲାଞ୍ଜିଗଡ ରୁ ସୁଶିଲ କୁମାର ବାଗ ଙ୍କ ରିପୋର୍ଟ 

Related posts

ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ

Sunil Chandra Nayak

ରାୟଗଡ଼ ବନାଞ୍ଚଳ ତରଫରୁ ସୁଲଭ ମୂଲ୍ୟରେ ଚାରା ବଣ୍ଟନ 

masiha

ତିରିଂ ଥାନା ! ଅଂଶୁଘାତରେ ଯୁବକ ମୃତ

Leave a Comment

error: Content is protected !!