ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଇନସେବା ପ୍ରାଧିକରଣ ରୟଗଡା ଦ୍ବାରା ରାୟଗଡା କଲେକ୍ଟେଟ୍ ରେ ଆଇନ ସଚେତନତା ଶିବିର

ଆଇନସେବା ପ୍ରାଧିକରଣ ରୟଗଡା ଦ୍ବାରା ରାୟଗଡା କଲେକ୍ଟେଟ୍ ରେ ଆଇନ ସଚେତନତା ଶିବିର

       ଅଦ୍ୟ ତା-୧୨.୧୦.୨୦୨୩ ରିଖ ଗୁରୁବାର ଦିନ ସକାଳ ଘ.୧୧.୦୦ମି ରେ ସ୍ଥାନୀୟ କଲେକ୍ଟେଟ୍ ରେ ଥିବା ର ଚିନ୍ତନ କକ୍ଷ ହଲ୍ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତରଫରୁ କର୍ମକ୍ଷତ୍ରରେ ରେ ହେଉଥିବା ମହିଳାମାନଙ୍କର ଯୌନ ନିର୍ଯ୍ୟାତନ ସୁରକ୍ଷା ଆଇନ ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଏହି ଆଇନ ସଚେତନତା କାର୍ଯ୍ୟକ୍ରମକୁ ରାୟଗଡା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀମତି ନିବେଦିତା ପଣ୍ଡା ଅଧ୍ୟକ୍ଷତା ରେ ଅନୁଷ୍ଟିତ ହୋଇଥିଲା I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ଏ.ଡି.ଏମ୍ ଶ୍ରୀ ଭାସ୍କର ରଇତ, ରାୟଗଡା ବାର ଆସୋସିଏସନର ଓକିଲ ଶ୍ରୀମତି ଶୁଭ୍ରା ପଣ୍ଡା, ଶ୍ରୀମତି ପ୍ରଣତି ପାତ୍ର, ଶ୍ରୀ ଭି.ଅବତାର ଓ ରାୟଗଡା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ପାନେଲ ଓକିଲ ସୀତାରାମ ପଣ୍ଡା ପ୍ରମୁଖ ଯୋଗଦେଇଥିଲେ I ଏଥିସହିତ କଲେକ୍ଟେଟ୍ ଓ ଡି.ଆର.ଡି.ଏ ର ସମସ୍ତ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ I ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ମହିଳା ମାନେ କର୍ମକ୍ଷେତ୍ର ରେ ଯୌନନିର୍ଯ୍ୟାତନର ସୀକାର ହେଉଛନ୍ତି ତାକୁ କିପରି ପ୍ରତିରୋଧ କରିବା ଓ କିପରି ଯୌନ ନିର୍ଯ୍ୟାତନା ସୀକାର ନହୁଅନ୍ତି ସେଥିପାଇ ସେମାନେ କମ୍ପ୍ଲେନ କମିଟିର ସହଯୋଗ ନେବାକଥା ସେ ବିଷୟରେ ବିସୃତ ଭାବରେ ଅଶଗ୍ରହଣକାରୀମାନଙ୍କୁ ବୁଝାଇଥିଲେ I ଏଥିସହିତ ମହିଳାମାନେ କର୍ମକ୍ଷେତ୍ରରେ ଯୌନନିର୍ଯ୍ୟାତନର ସୀକାର ହେଲେ ସେମାନଙ୍କ ପାଇ ନ୍ୟାୟିକ ବ୍ୟବସ୍ଥା ଓ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ପରିଶେଷରେ ଅତିଥିମାନେ ଏହି ଆଇନ ଉପରେ ଥିବା ସୁପ୍ରିମକୋଟ ର ବିଭିନ୍ନ ଜଜମେଣ୍ଟ ଉପରେ ଅଶଗ୍ରହଣକାରୀମାନଙ୍କୁ ଧାରଣା ଦେଇଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ କଲେକ୍ଟଟର ଓ ଡି.ଆର.ଡି.ଏ ର ସମସ୍ତ କର୍ମଚାରୀ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

ରାୟଗଡା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ନୂଆପଡା ଜିଲ୍ଲାର ବରିଷ୍ଠ ସାମ୍ବାଦିକ ସୁବାଷ ଚନ୍ଦ୍ର ପଟ୍ଟନାୟକ ଙ୍କ ଆଜି ୮୩ ବର୍ଷ ବୟସ ରେ ପରଲୋକ

Sunil Chandra Nayak

ଓଡ଼ିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ

Sunil Chandra Nayak

ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା 

masiha

Leave a Comment

error: Content is protected !!