ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହା ମାଁ ପାଟଖଣ୍ଡା ଯାତ୍ରା ସମ୍ପନ୍ନ

ତେରେସିଂହା ମାଁ ପାଟଖଣ୍ଡା ଯାତ୍ରା ସମ୍ପନ୍ନ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଐତିହାସିକ ଗ୍ରାମ ତେରେସିଂହା ଠାରେ ମାଁ ପାଟଖଣ୍ଡା ଯାତ୍ରା ଶୁକ୍ରବାର ସମ୍ପନ୍ନ ହୋଇଯାଇଛି l ଏହି ଯାତ୍ରାରେ ମା’ଙ୍କୁ ଦର୍ଶନ କରିବା ପାଇଁ ଆଖପାଖ ଅଞ୍ଚଳର ଶହଶହ ଭକ୍ତଙ୍କର ସମାଗମ ହୋଇଥିଲା l ଭକ୍ତ ମାନଙ୍କର ମାନସିକ ପୂରଣ ହୋଇ ଥିବାରୁ ଏଠାରେ ବୋଦା, କୁକୁଡ଼ା ବଳି ପଡ଼ିଥାନ୍ତି l ଏହି ଯାତ୍ରା ତେରେସିଂହା ସ୍କୁଲ ପଡ଼ିଆର ଗୋଟିଏ ପାର୍ଶ୍ୱରେ ତେରେସିଂହା ଓ ଅପର ପାର୍ଶ୍ଵରେ ବେଲପଡ଼ାର ଯାତ୍ରା ହୋଇଥାଏ l ତେରେସିଂହା ଯାତ୍ରା ଖଳା ପଡ଼ିଆ ଓ ବେଲପଡ଼ା ଯାତ୍ରା ଖଳାରେ ଶହ ଶହ ଭକ୍ତଙ୍କର ଭିଡ଼ ଦେଖିବାକୁ ମିଳିଥିଲା l ଏହି ଯାତ୍ରା କୈବର୍ତ୍ତ ସମ୍ପ୍ରଦାୟର ହୋଇଥିଲେ ହେଁ ଏଥିରେ ବିଭିନ୍ନ ଜାତିର ଲୋକ ବାର ଦେହେଲିଆ ଭାବେ ରହିଥାନ୍ତି l ଯାତ୍ରାର ଆଠ ଦିନ ପୂର୍ବରୁ ଗୁଡ଼ି ପ୍ରବେଶ ହୋଇ ପ୍ରତି ଦିନ ସନ୍ଧ୍ୟାରେ ମା’ ଙ୍କର ପୂଜା ହୋଇଥାଏ l ଯାତ୍ରାର ଏକ ଲୋକ ବିଶ୍ୱାସ ଆଜିବି ରହିଆସିଛି ଯେ, ଯାତ୍ରାର ପୂର୍ବ ରାତ୍ରୀ ପୂଜା ସ୍ଥାନରେ ଗୋରସ ରଖି ଦିଆଯାଇ ଥାଏ ଓ ସେହି ଗୋରସକୁ ରାତ୍ରୀରେ ବାଘ ଆସି ପିଇ ଯାଉଥିବା କୁହାଯାଏ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ରାଇରଙ୍ଗପୁର ହରେକୃଷ୍ଣ ମହତାବ ଭବନ ପରିସରରେ ରାଇରଙ୍ଗପୁର ଡାକ ଡିଭିଜନର ଦ୍ବିତୀୟ ସ୍ଥାପନା ଦିବସ ମହାସମାରୋହରେ ପାଳିତ     

Sunil Chandra Nayak

ବିଭିନ୍ନ ଦାବିନେଇ ଅଗ୍ନିଶମ ବାହିନୀ ଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

masiha

ସ୍ପନ୍ଦନ ଙ୍କ ବିୟୋଗେ ଯୋଡ଼ା ବାସୀ ସ୍ତୋବ୍ଧ

Sunil Chandra Nayak

Leave a Comment

error: Content is protected !!