ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ରେ ମା ଦୂର୍ଗାଙ୍କ ଅଷ୍ଟମୀ ପୂଜା

ଡାବୁଗାଁ ରେ ମା ଦୂର୍ଗାଙ୍କ ଅଷ୍ଟମୀ ପୂଜା 

ଡାବୁଗାଁ, ୨୨/୧୦(ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ଠାରେ ରବିବାର ମା ଦୁର୍ଗାଙ୍କ ଅଷ୍ଟମୀ ପୂଜା ଅନୁଷ୍ଠିତ ହୋଇଛି | ଆଜି ମାଙ୍କ ଅଷ୍ଟମୀ ପୂଜା ଶେଷ ହୋଇଥିଲା | ଏକ ଆକର୍ଷଣୀୟ ମୂର୍ତି ସହ ଆକର୍ଷଣୀୟ ତୋରଣ ଏବଂ ରଙ୍ଗ ବେରଙ୍ଗ ଆଲୋକ ମାଳାରେ ଝଲସି ଉଠୁଛି ଡାବୁଗାଁ ସହର | ମାଙ୍କ ପୂଜା ଦେଖିବାକୁ ବହୁ ଭକ୍ତଙ୍କ ସମାଗମ ହେଉଛି | ଏହି ପୂଜାରେ କର୍ତ୍ତାଭାବେ ବିକାଶ ରଞ୍ଜନ ନିଶଙ୍କ, ଜି. ଜଗନ୍ନାଥ ରାଓ ଓ ଟି. ଜୁଗୁନୁ ପ୍ରମୁଖ ଦାୟିତ୍ଵ ତୁଲାଉଛନ୍ତି | ଏଥିରେ ମୁଖ୍ୟ ପୂଜକ ଶିବ କୁମାର ପଣ୍ଡା ଙ୍କ ସହ ସହଯୋଗୀ ସୁନୀଲ ରଥ, ଶାନ୍ତନୁ ପାତ୍ର ଓ ସୁଶାନ୍ତ ପଣ୍ଡା ପ୍ରମୁଖ ପୂଜା କାର୍ଯ୍ୟ ସମ୍ପାଦନା କରୁଛନ୍ତି | ସୋମବାର ମାଁ ଙ୍କ ନବମୀ ପୂଜା ଓ ମଙ୍ଗଳବାର ମାଁ ଙ୍କ ଦଶମୀ ପୂଜା ଅନୁଷ୍ଠିତ ହେବ | ଆଜି ସନ୍ଧ୍ୟାରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଓ ତାଙ୍କର ସପରିବାର ସହ ଆସି ମାଁ ଦୂର୍ଗା ଙ୍କ ଦର୍ଶନ କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଜିଲ୍ଲାରେ ଖଡ଼ି ଛୁଆଁ ଏବଂ ପ୍ରବେଶ ଉତ୍ସବ ଅନୁଷ୍ଠିତ

masiha

ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦଯାପିତ

Sunil Chandra Nayak

ଜିଲ୍ଲା ସ୍ତରୀୟ ଆନ୍ତ ବିଦ୍ୟାଳୟ ନାଟକ, ପ୍ରବନ୍ଧ, ବକୃତା, ଚିତ୍ରାଙ୍କନ ପ୍ରତିଯୋଗିତା କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!