ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭୈରବ ସ୍ନାତକ ମହାବିଦ୍ୟାଳୟ ରେ ଭିଜିଲାନ୍ସ ସପ୍ତାହ ପାଳିତ 

ଭୈରବ ସ୍ନାତକ ମହାବିଦ୍ୟାଳୟ ରେ ଭିଜିଲାନ୍ସ ସପ୍ତାହ ପାଳିତ 

 ଡାବୁଗାଁ, ୩୦/୧୦ (ମ.ନି.ସ.) – ନବରଙ୍ଗପୁର ଜିଲା ଡାବୁଗାଁ ଭୈରବ ସ୍ନାତକ ମହାବିଦ୍ୟାଳୟ ରେ ସୋମବାର ଭିଜିଲାନ୍ସ ସପ୍ତାହ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଭୈରବ ସ୍ନାତକ ମହାବିଦ୍ୟାଳୟ ର ଭାର ପ୍ରାପ୍ତ ଅଧ୍ୟକ୍ଷ ତଥା ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ଶଙ୍କର ପ୍ରସାଦ ଗନ୍ତାୟତ ଯୋଗ ଦେଇ ଯେତେବେଳେ ଦେଶରେ ଅର୍ଥନୀତିକୁ ଗୁରୁତ୍ଵ ଦିଆଯାଇଥାଏ ସେତେବେଳେ ଆମକୁ ସାମାଜିକ ଓ ରାଜନୈତିକ ସମସ୍ତ କ୍ଷେତ୍ରରେ ଦୁର୍ନୀତି କୁ ମୂଳ ଉତ୍ପାଟନ କରିବା ଦରକାର ବୋଲି କହିଥିଲେ । ଏଥି ସହିତ ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପିକା ଓ ଅଧ୍ୟାପକ ଶପଥ ପାଠ କରିଥିଲେ କି ଦୁର୍ନୀତି ସମ୍ପର୍କିତ କୌଣସି ଘଟଣାକୁ ଉଚ୍ଚ କର୍ତ୍ତୃପକ୍ଷ ଙ୍କୁ ଜଣାଇବି, ବ୍ୟକ୍ତିଗତ ଆଚରଣରେ ଦୃଷ୍ଟାନ୍ତ ମୂଳକ ସାଧୁତା ବଜାୟ ରଖିବା, ଜନ ସାଧାରଣ ଙ୍କ ହିତ ସାଧନ ପାଇଁ କାର୍ଯ୍ୟ କରିବା ଏଥି ସହିତ ସମସ୍ତ ଦାୟିତ୍ଵ କୁ ସାଧୁତା ବଜାୟ ରଖିବା ନିତ୍ୟାନ୍ତ ଜରୁରୀ ବୋଲି ଅଧ୍ୟକ୍ଷ ଙ୍କ ସହ ସମସ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ଶପଥ ପାଠ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭୈରବ ସ୍ନାତକ ମହାବିଦ୍ୟାଳୟ ର ଅର୍ଥନୀତି ବିଭାଗୀୟ ମୁଖ୍ୟ ଉର୍ମିଳା ବ୍ରହ୍ମା, ଇତିହାସ ବିଭାଗୀୟ ମୁଖ୍ୟ ଷ୍ପାଞ୍ଜଳି ସାହୁ, ଓଡ଼ିଆ ବିଭାଗୀୟ ମୁଖ୍ୟ ଚନ୍ଦନା ପଣ୍ଡା, ଓଡ଼ିଆ ବିଭାଗୀୟ ଅଧ୍ୟାପିକା ମନିଷା ସରକାର, ଇତିହାସ ବିଭାଗୀୟ ଅଧ୍ୟାପକ ଦୟାରାମ ମନୋହର, ଇଂରାଜୀ ବିଭାଗୀୟ ଅଧ୍ୟାପକ ମହେନ୍ଦ୍ର ଦେବର ପଲ୍ଲୀ ଓ ପଞ୍ଚାନନ ପୂଜାରୀ ଙ୍କ ସହ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ବଣିକ କଲ୍ୟାଣ ସଂଘର ମହାଯଜ୍ଞ ଓ ପ୍ରବଚନ ଆସନ୍ତା ୨ ରୁ

Sunil Chandra Nayak

ଗାଁ ରେ ମଦ କୋଠି ବନ୍ଦ କରିବାକୁ ଥାନାର ଦ୍ୱାରସ୍ଥ ହେଲେ ସୁନାମାଲ ମହିଳା ଗୋଷ୍ଠି

masiha

ନିଜ ସୁରକ୍ଷା ପାଇଁ କବିରାଜମାନେ ସାଜିଛନ୍ତି ନକଳି ସାମ୍ବାଦିକ ୨ୟ ଭାଗ

masiha

Leave a Comment

error: Content is protected !!