ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନର୍ଲା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟ୍ସ ପ୍ରତିଯୋଗିତା ଅନୁଷ୍ଠିତ

ନର୍ଲା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟ୍ସ ପ୍ରତିଯୋଗିତା ଅନୁଷ୍ଠିତ

ନର୍ଲା, (ମନିସ): ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୩’ ଓ ‘ମିଲେଟ୍ସ ପ୍ରତିଯୋଗିତା-୨୦୨୩’ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବକୁ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ ଉଦଘାଟନ କରିଥିବା ବେଳେ ଏଥିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ସାଂସ୍କୃତିକ କାର୍ଯ୍ୟକ୍ରମ, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚିତ୍ରକଳା ଓ ଶିଳ୍ପକଳା ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ସମାରୋହରେ ମୁଖ୍ୟ ଅତିଥି ଭାବେ ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷା ମନୋରମା ମହାନ୍ତି, ବିଶିଷ୍ଟ ଅତିଥି ଭାବେ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଗୋବର୍ଦ୍ଧନ ମାଝୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୂର୍ଯ୍ୟଦେବ ବାଗ ପ୍ରମୁଖ ଯୋଗଦେଇ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ଅନୀଲ ପ୍ରସାଦ ସାହୁ। ଏଥିରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ଆସନ୍ତା ୪ ତାରିଖ ଦିନ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟ୍ସ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି ସୂଚନା ମିଳିଛି। ପ୍ରତିଯୋଗିତା ଓ ଉତ୍ସବ ପରିଚାଳନାରେ ବ୍ଲକର ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।

ନର୍ଲାରୁ ଦୀପକ ଠାକୁରଙ୍କ ରିପୋର୍ଟ

Related posts

ଗୁରୁକୃପା ମହୋତ୍ସବ, ଯୋଗ ଦେଲେ ମହା ମହିମ ରାଜ୍ୟପାଳ

Sunil Chandra Nayak

ଆଦିବାସୀଙ୍କ କୁଇଁ ସଙ୍ଘର ବନ୍ଧୁମିଳନ

Sunil Chandra Nayak

କବି ସମ୍ମିଳନୀ ଓ କବିତା ପାଠୋତ୍ସବରେ କବି ମାନଙ୍କ କବିତା ପାଠ

masiha

Leave a Comment

error: Content is protected !!