ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ କର୍ମଶାଳା

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ କର୍ମଶାଳା

ଲାଞ୍ଜିଗଡ଼,୦୧/୧୧(ମନିସ)-କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ଉ.ପ୍ରା. ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନମିତାରାଣୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି।ଜିଲ୍ଲା ଶିକ୍ଷା ଓ ତାଲିମ ପ୍ରତିଷ୍ଠାନର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଈଶ୍ୱର ଚନ୍ଦ୍ର ବେହେରା କାର୍ଯ୍ୟକ୍ରମରେ ଯୋଗ ଦେଇ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଯୋଜନାର ସଫଳ କାର୍ଯ୍ୟକାରିତା ଉପରେ ଆଲୋଚନା କରି ସାକ୍ଷରତା କିଟ ର ବ୍ୟବହାର ଓ ସିଆରଏ ପଦ୍ଧତି ଆଧାରରେ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାଦାନ କରିଥିଲେ।ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଯୋଜନାକୁ ସଫଳ କରିବା ପାଇଁ ପର୍ଯ୍ୟାୟକ୍ରମେ ବ୍ଲକର ପାଞ୍ଚ ଗୋଟି ସ୍ଥାନରେ ପ୍ରଧାନ ଶିକ୍ଷକ ଓ ଏଫ୍ଏଲ୍ଏନ୍ ଶିକ୍ଷକମାନଙ୍କ କର୍ମଶାଳା ଆୟୋଜନ ପାଇଁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯୋଜନା କରାଯାଇଛି। ଗୁଣାତ୍ମକ ଶିକ୍ଷାର ଅଭିବୃଦ୍ଧି ପାଇଁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ଜିଲ୍ଲା ଶିକ୍ଷା ଓ ତାଲିମ ପ୍ରତିଷ୍ଠାନର ମିଳିତ ଉଦ୍ୟମକୁ ଶିକ୍ଷକ ମହଲରେ ସ୍ୱାଗତ କରାଯାଇଛି।ଆଜିର ପ୍ରଶିକ୍ଷଣ ଶିବିରରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦ୍ରୋଣ ରଣା, ସୁଢ଼ଳଦେବ ମୁଣ୍ଡ ଓ ଭାରତଭୂଷଣ ସାହୁ ଯୋଗଦାନ କରି ମାର୍ଗଦର୍ଶନ କରିଥିଲେ। ବ୍ଲକର ମନୋନୀତ ସମସ୍ତ ସାଧନକର୍ମୀ ଓ ସମସ୍ତ ସିଆରସିସି କର୍ମଶାଳାରେ ଅଂଶ ଗ୍ରହଣ କରିଥିଲେ। ଗୋବର୍ଦ୍ଧନପୁର ସିଆରସିସି ତପନ କୁମାର ଭୋଇ ଅତିଥି ପରିଚୟ ପ୍ରଦାନ ସହିତ ଧନ୍ୟବାଦ ଅର୍ପଣ କରିଥିଲେ।

ଲାଞ୍ଜିଗଡ଼ ରୁ ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

ରାଇରଙ୍ଗପୁରରେ ଶିକ୍ଷା ବିକାଶ ଏଡୁକେସନାଲ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ଆନୁକୂଲ୍ଯରେ ଆଦିବାସୀ ଯୁବକଙ୍କ ଦକ୍ଷତା ବିକାଶ ନେଇ ଏକ ଦିବସୀୟ ରାଜ୍ୟସ୍ତରୀୟ କର୍ମଶାଳା

Sunil Chandra Nayak

ଅସହାୟ ଙ୍କୁ ସାହାଯ୍ୟ ର ହାତ ବଢ଼େଇଲେ ସୁବର୍ଣ୍ଣରେଖା ସେବା ସଂଘ

Sunil Chandra Nayak

ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ

Sunil Chandra Nayak

Leave a Comment

error: Content is protected !!