ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ରାୟଗଡା ଦ୍ବାରା ରାଷ୍ଟ୍ରିୟ ଆଇନ ସେବା ଦିବସ ପାଳନ

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ରାୟଗଡା ଦ୍ବାରା ରାଷ୍ଟ୍ରିୟ ଆଇନ ସେବା ଦିବସ ପାଳନ

        ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ବାରା ଆଜି ତା ୦୯.୧୧.୨୦୨୩ ରିଖ ଗୁରୁବାର ଦିନ “ରାଷ୍ଟ୍ରିୟ ଆଇନ ସେବା ଦିବସ” ଉପଲକ୍ଷେ ସ୍ଥାନୀୟ ଜିଲ୍ଳା ଅଦାଲତ ପରିସରଠାରୁ ଡେଲି ମାର୍କେଟ ପର୍ଯ୍ୟନ୍ତ ଏକ ପ୍ରଭାତ ଫେରୀ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଜିଲ୍ଲା ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ସତ୍ୟ ନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ପ୍ରଭାତ ଫେରୀ କାର୍ଯ୍ୟକ୍ରମ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମୃତ ରଞ୍ଜନ ନନ୍ଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ତଥା ପୋକ୍ସ ଅଦାଲତର ବିଚାରପତି ଶ୍ରୀମତି ସୋନାଲି ପଟ୍ଟନାଏକ୍, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ରୀନା ଚୌଧୁରୀ, ମୁଖ୍ୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶିନି, ରେଜିଷ୍ଟ୍ରାର ଶ୍ରୀ ଦେବିଜ୍ୟୋତି ମହାପାତ୍ର, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସୋନଲ ଶର୍ମା, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସୌମ୍ୟରୂପ ସାହୁ, ରାୟଗଡା ବାର ଆସୋସିଏସନର ସଚିବ, ସମସ୍ତ ଆଇନଜୀବି, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମସ୍ତ ପାନେଲ ଓକିଲ, ପାରା ଲିଗାଲ ଭଲ୍ୟୁଣ୍ଟର, ଜିଲ୍ଳା ଅଦାଲତର ସମସ୍ତ କର୍ମଚାରୀ, ଗୋପବନ୍ଧୁ ମୁନିସିପାଲିଟି ହାଇସ୍କୁଲ ର ଶିକ୍ଷକ ଓ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିଥିଲେ I ପରିଶେଷରେ ଜିଲ୍ଲା ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ସତ୍ୟ ନାରାୟଣ ଷଡଙ୍ଗୀ ସର୍ବ ପ୍ରଥମେ ସମସ୍ତଙ୍କୁ ଅଭିବାଦନ ଜଣାଇ ରାଷ୍ଟ୍ରିୟ ଆଇନ ସେବା ଦିବସ ପାଳନ ର ଆଭିମୂଖ୍ୟ ଓ ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଗୋପବନ୍ଧୁ ମୁନିସିପାଲିଟି ହାଇସ୍କୁଲ ର ଛାତ୍ର ଛାତ୍ରୀ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ 

masiha

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଙ୍କ ସୁକନ୍ୟା ଇତିଶ୍ରୀ ଙ୍କ ରାଇରଙ୍ଗପୁର ଉଚ୍ଚ ବାଳକ ବିଦ୍ଯାଳୟ ପରିସରରେ ” ପିଡି ହିନ୍ଦୁଜା ସଭାଗୃହ ସହିତ ସାଂସ୍କୃତିକ କେନ୍ଦ୍ର” ର ଭିତ୍ତି ପ୍ରସ୍ତର ସ୍ଥାପନ

Sunil Chandra Nayak

ବଜ୍ରାଘାତରେ 2 ଗୁରୁତର

Sunil Chandra Nayak

Leave a Comment

error: Content is protected !!