ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆନ୍ଧ୍ରପ୍ରଦେଶରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଗାଁକୁ ଫେରିଲା ଶବ

ଆନ୍ଧ୍ରପ୍ରଦେଶରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଗାଁକୁ ଫେରିଲା ଶବ

କୋକସରା,୧୦/୧୧ // ପରିବାର ମୁହଁରେ ଆହାର ଦେବାକୁ ଦାଦନ ଖଟିବାକୁ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଯାଇଥିଲେ । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଶିବାହଲ ପଂଚାୟତ କାଶିବାହଲ ଗାଁ ର ମାନସିଂ ପୋଢ (୫୫) । ତେବେ ବୁଧବାର ତାଙ୍କର ଅସ୍ୱାଭାବିକ ମୃତ୍ୟୁ ହୋଇଛି। ସାଥି ଶ୍ରମିକଙ୍କ ଠାରୁ ଏହି ଦୁଃଖଦ ଖବର ମିଳିବା ପରେ ପରିବାର ଭାଙ୍ଗି ପଡିଥିଲେ। କାମ କରୁଥିବା ସଂସ୍ଥା ଏକ ଆମ୍ବୁଲାନ୍ସରେ ମାଧ୍ୟମରେ ଶ୍ରମିକର ଶବକୁ ପଠାଇବା ପରେ ଆଜି ଗାଁକୁ ପହଞ୍ଚିଛି । ଗତ ୩/୪ ମାସ ତଳେ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ। ମୃତ ଦାଦନ ଶ୍ରମିକଙ୍କ ସ୍ତ୍ରୀ ଓ ୫ ଝିଅ ରହିଥିବା ବେଳେ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତିଙ୍କୁ ହରାଇ ପରିବାର ନିଃସହାୟ ହୋଇ ପଡିଛନ୍ତି । ଶୁକ୍ରବାର ସକାଳେ ଗାଁକୁ ଶବ ପହଞ୍ଚିବା ପରେ କାନ୍ଦ ବୋବାଳିରେ ଘର ଫାଟି ପଡୁଛି। ପରିବାର ଗରିବ ଶ୍ରେଣୀର ହୋଇଥିବା ବେଳେ ସରକାରୀ ସ୍ତରରେ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ମାନେ ଦାବି କରିଛନ୍ତି ।

ମସିହା ନିୟୁଜ୍ ସର୍ଭିସ୍ 

Related posts

ସାନଜୟଧନି ଆଦର୍ଶ ବିଦ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ବାଦାମ ପାହାଡ଼ ବନାଞ୍ଚଳ ତରଫରୁ ୭୪ ତମ ବନୋତ୍ସଵ ପାଳିତ

କେନ୍ଦ୍ରାପଡ଼ାରେ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ* ଅନୁଷ୍ଠିତ

masiha

କମ୍ୟୁନିଟି ସେଣ୍ଟର, ସେକ୍ଟର-୪, ରାଉରକେଲା ରେ ମହାପ୍ରଭୂ ବଳଭଦ୍ରଙ୍କ ପବିତ୍ର ଜନ୍ମୋତ୍ସବ  ଏବଂ ପବିତ୍ର ରାକ୍ଷୀ ବନ୍ଧନ ମହୋତ୍ସବ ଓ ପୂଜ୍ୟ ପୂଜା କାର୍ଯ୍ୟକ୍ରମ 

Sunil Chandra Nayak

Leave a Comment

error: Content is protected !!