ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ମୟୂରଭଞ୍ଜ :ତା ୧୩-୧୧-୨୦୨୩ ( ମସିହା )ଆଜି ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି. ବାମନଘାଟି ଉପଜିଲ୍ଲାପାଳ ଶ୍ରୀଯୁକ୍ତ ସରୋଜ କୁମାର ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱlବଧାନ ରେ ଆୟୋଜିତ ତଥା ମୟୁରଭଞ୍ଜ ଜିଲ୍ଲାପାଳ ଶ୍ରୀଯୁକ୍ତ ବିନୀତ ଭରଦ୍ୱାଜ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ଓ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡ଼ା.ରବୀନ୍ଦ୍ର ମାରାଣ୍ଡି ପ୍ରମୁଖ ଯୋଗ ଦେଇଥିଲେ ।

ପ୍ରାରମ୍ଭ ରେ ଜିଲ୍ଲାପାଳ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୬୪ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୪୯ ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୫ ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା. ଗ୍ରହଣ ହୋଇଥିବା ଆପତ୍ତି ଅଭିଯୋଗ ମଧ୍ୟରୁ ୦୩ ଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା ଏବଂ ଅଭିଯୋଗ ର ଗୁରତ୍ୱ କୁ ବିଚାର କରି ୦୩ ଜଣ ଆବେଦନ କାରୀଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ରୁ ପ୍ରତ୍ୟେକ ଙ୍କୁ ୫୦୦୦/- ଟଙ୍କା ଲେଖାଏଁ ମୋଟ ୧୫୦୦୦/-ଟଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି।

ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ. ଅନୁଷ୍ଠିତ ଉକ୍ତ ବୈଠକ ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍

Related posts

ୟଙ୍ଗ ଅଥର୍ସ ଲିଗ୍ ଆୱାର୍ଡ଼ ରେ ସତ୍ୟ ସିଦ୍ଧାର୍ଥ ପଣ୍ଡାଙ୍କ ପୁସ୍ତକ ମନୋନୀତ

Sunil Chandra Nayak

କଳାହାଣ୍ଡି: ନୂଆ-ଓ ଯୁବ ଓଡିଶା କାର୍ଯ୍ୟକ୍ରମ ,ଜିଲ୍ଳା ସ୍ତରୀୟ ଖୋ ଖୋ ପ୍ରତିଯୋଗିତା ଉଦଯାପିତ

masiha

ଇଣ୍ଟରନ୍ୟାସନାଲ ହ୍ଯୁମାନ ରାଇଟସ୍ କାଉନସିଲ୍ ଦ୍ବାରା ସୁନ୍ଦରଗଡ ସେବା ରତ୍ନ ସମ୍ମାନରେ ସମ୍ମାନୀତ ହେଲେ ଜୀବନ ସିଂ ମୁଣ୍ଡା

masiha

Leave a Comment

error: Content is protected !!