ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜଳିଗଲା ଚା ଦୋକାନ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ

ଜଳିଗଲା ଚା ଦୋକାନ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ

କନ୍ଧମାଳ:ତା,୧୭/୧୧:(ମନିସ): ଜଳିଗଲା ଚା ଦୋକାନ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଗଲା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ନିକଟସ୍ଥ ବୁଡାଗୁଡ଼ା ଯିବା ରାସ୍ତା ଛକ ନିକଟରେ । ଘଟଣା ପ୍ରକାରେ ଗୁରୁବାର ରାତ୍ର ୧୦ଟା ପରେ ଚା’ ଦୋକାନୀ ଦୋକାନ ବନ୍ଦ କରି ଘରକୁ ଚାଲି ଯାଇଥିଲେ । ପାଖାପାଖି ରାତି ୧୧ଟା ସମୟରେ ଦୋକାନ ଭିତରୁ ଧୁଆଁ ବାହାରୁଥିବା ଥିବା ଦେଖି ଆଖପାଖ ଦୋକାନୀ ଏକାଠି ହୋଇ ଦୋକାନରେ ନିଆଁ ଲାଗିଥିଲା ଜାଣି ନିଆଁ ଲିଭାଇବାକୁ ଉଦ୍ୟମ କରିବା ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବରପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଦୋକାନର ସମସ୍ତ ସାମଗ୍ରୀ ଓ ଆସବାବପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଥିଲା । ଦୋକାନରେ ଥିବା ଏକ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା କୁହାଯାଉଛି । ତେବେ ଏହି ଅଗ୍ନିକାଣ୍ଡର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ଭାବରେ ଜଣାପଡିନାହିଁ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ବାଲ୍ୟ ବିଭାହ ଓ ଶିଶୁ ଅଧିକାର ସଚେତନତା କାର୍ଯ୍ୟକ୍ରମ   

Sunil Chandra Nayak

ଭୁବନେଶ୍ଵର ରେ ଆୟୋଜିତ ହେବ ୧୭ତମ ଆନନ୍ଦ ଉତ୍ସବ ଓ ଆନନ୍ଦ ଶ୍ରୀ ସମ୍ମାନ ସମାରୋହ

masiha

ଖାଉଟି କାର୍ଡ ବଣ୍ଟନରେ ଅନିୟମିତତା, ହିତାଧିକାରୀଙ୍କ ଠାରୁ ୫୦ ଟଙ୍କା ଆଦାୟ ଅଭିଯୋଗରେ ବିରିକୋଟ ଓ ବଡ଼ଛତରଙ୍ଗ ପଞ୍ଚାୟତର ହିତାଧିକାରୀଙ୍କ ମଧ୍ୟରେ ଅସନ୍ତୋଷ ତଦନ୍ତ ପାଇଁ ଦାବି

Leave a Comment

error: Content is protected !!