ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜଳିଗଲା ଚା ଦୋକାନ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ

ଜଳିଗଲା ଚା ଦୋକାନ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ

କନ୍ଧମାଳ:ତା,୧୭/୧୧:(ମନିସ): ଜଳିଗଲା ଚା ଦୋକାନ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଗଲା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ନିକଟସ୍ଥ ବୁଡାଗୁଡ଼ା ଯିବା ରାସ୍ତା ଛକ ନିକଟରେ । ଘଟଣା ପ୍ରକାରେ ଗୁରୁବାର ରାତ୍ର ୧୦ଟା ପରେ ଚା’ ଦୋକାନୀ ଦୋକାନ ବନ୍ଦ କରି ଘରକୁ ଚାଲି ଯାଇଥିଲେ । ପାଖାପାଖି ରାତି ୧୧ଟା ସମୟରେ ଦୋକାନ ଭିତରୁ ଧୁଆଁ ବାହାରୁଥିବା ଥିବା ଦେଖି ଆଖପାଖ ଦୋକାନୀ ଏକାଠି ହୋଇ ଦୋକାନରେ ନିଆଁ ଲାଗିଥିଲା ଜାଣି ନିଆଁ ଲିଭାଇବାକୁ ଉଦ୍ୟମ କରିବା ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବରପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଦୋକାନର ସମସ୍ତ ସାମଗ୍ରୀ ଓ ଆସବାବପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଥିଲା । ଦୋକାନରେ ଥିବା ଏକ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା କୁହାଯାଉଛି । ତେବେ ଏହି ଅଗ୍ନିକାଣ୍ଡର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ଭାବରେ ଜଣାପଡିନାହିଁ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ଉତ୍କଳ ଆଲୁମିନାର ବାଫିଲମାଳି ବକ୍ସାଇଟ ଖଣିରେ ସ୍ୱଚ୍ଛତା ହି ସେବା ଅଭିଯାନ

masiha

ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ତମାଖୁ ବର୍ଜନ ସଚେତନତା ଓ ଶପଥ ଗ୍ରହଣ କାର୍ଯ୍ୟକ୍ରମ      

Sunil Chandra Nayak

ଯୁବ ଗବେଷକ ମହେନ୍ଦ୍ର କୁମାର ନାୟକଙ୍କୁ ଡକ୍ଟରେଟ୍ ଉପାଧି

Sunil Chandra Nayak

Leave a Comment

error: Content is protected !!