ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାମନଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ରାମନଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

ରାମନଗୁଡା/ରାୟଗଡ: 20/11/2023 ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାମନଗୁଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ, ଗୁଣପୁର ଉପ ଜିଲ୍ଲାପାଳ ଲଳିତ କୁମାର କହଁର, ପ୍ରକଳ୍ପ ପ୍ରଶାସକ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ଗୁଣପୁର ଶାନ୍ତିପ୍ରଭା ପ୍ରଧାନ, ଉପଖଣ୍ଡ ଚିକିତ୍ସା ଅଧିକାରୀ ଡାକ୍ତର ରମେଶ ଚନ୍ଦ୍ର ସାହୁ ରାମନଗୁଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ରବି ଗମାଙ୍ଗ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

       ଆଜି ମୋଟ 45 ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ 36ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ 09ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଅଭିଯୋଗ ଗୁଡିକ ଶୁଣି ତୁରନ୍ତ ସମାଧାନ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଶେଷ କରି ରାସ୍ତା, ପାନୀୟ ଜଳ ଯୋଗାଣ, ଧନପୋକ ନିରାକରଣ, ରେସନ କାର୍ଡ, ଆଦିର ଦରଖାସ୍ତ ଗ୍ରହଣ କରିଥିବା ବେଳେ ସମସ୍ତ ଆବେଦନ ଗୁଡିକୁ ତ୍ୱରିତ ସମାଧାନ କରିବା ସହ ଜିଲ୍ଲା କାର୍ଯ୍ୟାଳୟକୁ ବିବରଣୀ ପ୍ରଦାନ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଅତିରିକ୍ତ ଜିଲ୍ଲାପାଳଙ୍କ ସମେତ ସମସ୍ତ ଅଧିକାରୀ ପାଲୁପାଇ ଷ୍ଟବରୀ ଚାଷ ବୁଲି ଦେଖିବା ସହ ଚାଷୀଙ୍କୁ ଉତ୍ସାହିତ କରିଥିଲେ ।  ଏହି ଅଭିଯୋଗ ଶିବିରରେ ଜଳ ବିଭାଜିକା ମିଶନ ପ୍ରକଳ୍ପ ନିର୍ଦେଶକ ଡ଼ଃ ଦୟାନିଧି ବାଘ, ନିର୍ବାହୀ ଯନ୍ତ୍ରୀ ବିଦ୍ୟୁତ, ରାସ୍ତା ଓ କୋଠାବାଡ଼ି, ଗ୍ରାମ୍ୟ ଉନ୍ନୟନ, ରାମନଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ , ପ୍ରଦ୍ୟୁମ୍ନ କୁମାର ମଣ୍ଡଳ, ତହସିଲଦାର ରାମନଗୁଡା ନିର୍ମଳ ଚନ୍ଦ୍ର ସାହୁ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ କାମାକ୍ଷୀ ପାଢ଼ୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୂର୍ଯ୍ୟମଣି ଭୋଇ, ଜିଲ୍ଲା ମଙ୍ଗଳ ଅଧିକାରୀ ବିଭୁତି ଭୂଷଣ ବିଶ୍ୱାଳ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜିର ଏହି ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ବିପିଏମ ଯସ୍ମୀନ ମୁଟୁକା ଓ ବ୍ଲକ କର୍ମଚାରୀ ପରିଚାଳନା କରିଥିଲେ ।

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ମୁକୁଳା ଟ୍ରାନ୍ସଫମର ନେଇ ଗ୍ରାମବାସୀ ଚିନ୍ତିତ ଓ ଭୟଭୀତ   ସୁରକ୍ଷା ନାମ ନେଇରେ ସୁଖିଲାଟାରେ ଟିପିଏନଓଡିଏଲ ବାହା ବାହା ନେଉଛି 

masiha

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ  ମଧୁସୂଦନ ଥିଲେ ଓଡ଼ିଶାର ପ୍ରଥମ ସ୍ୱପ୍ନଦ୍ରଷ୍ଟା

masiha

୩୫ତମ ବୋଇତ ବନ୍ଦାଣ ଉତ୍ସବର ପ୍ରଥମ ଦିବସ      ପ୍ରାର୍ଥନା, ପ୍ରଚେଷ୍ଟା, ପ୍ରତୀକ୍ଷା, ପ୍ରେରଣା କୁ ଗୁରୁତ୍ୱାରୋପ

Sunil Chandra Nayak

Leave a Comment

error: Content is protected !!