ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିକାଶ ଭାରତ ସଂକଳ୍ପ ଯାତ୍ରା ଉଦଘାଟିତ 

ବିକାଶ ଭାରତ ସଂକଳ୍ପ ଯାତ୍ରା ଉଦଘାଟିତ 

ଡାବୁଗାଁ, ୨୩/୧୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଜବାଗୁଡା ପଞ୍ଚାୟତ କାର୍ଯ୍ୟ|ଳୟ ବିକାଶ ଭାରତ ସଂକଳ୍ପ ଯାତ୍ରା ଗୁରୁବାର ପୂର୍ବାହ୍ନରେ ଉଦଘାଟିତ ହୋଇଯାଇଛି | ଏଥିରେ ନବରଙ୍ଗପୁର ଜିଲା ଅତିରିକ୍ତ ଜିଲାପାଳ ମହେଶ୍ଵର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉକ୍ତ ଯାତ୍ରାକୁ ଉଦଘାଟନ କରିଥିଲେ | ଏଥିରେ ଏଲଇଡି ମାଧ୍ୟମରେ କେନ୍ଦ୍ର ସରକାର ଙ୍କ ବିଭିନ୍ନ ଜନ କଲ୍ୟାଣ ଯୋଜନା ଉପରେ ଦେଖାଯାଇ ଜନସାଧାରଣଙ୍କୁ ସଚେତନ କରାଯାଉଛି | ଉପସ୍ଥିତ ଅଧିକାରୀ ଓ ଜନସାଧାରଣଙ୍କୁ ଶପଥ ପାଠ କରାଇଥିଲେ | ଅପରାହ୍ନରେ ବଡଓଲମା ପଞ୍ଚାୟତରେ ମଧ୍ୟ ବିକାଶ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଥିଲା | ଏହି ଅବସରରେ ଜିଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଡାବୁଗାଁ ବ୍ଲକ ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଡାବୁଗାଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ ସ୍ଵାଇଁ, ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭରପ୍ରାପ୍ତ ଚିକିତ୍ସାଧିକାରୀ ଡା. ସୁଭାଶିଷ ସାହୁ, ଜବାଗୁଡା ପଞ୍ଚାୟତ ନିର୍ବାହୀ ଅଧିକାରୀ ପର୍ଶୁରାମ ମାଳୀ, ବଡଓଲମା ପଞ୍ଚାୟତ ନିର୍ବାହୀ ଅଧିକାରୀ ହଳଧର ଜାନୀ, ଶିକ୍ଷୟତ୍ରୀ ଶିକ୍ଷକ, ଅଙ୍ଗନୱାଡି କର୍ମୀ, ଆଶା କର୍ମୀ ଓ ଜନସାଧାରଣ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

କୌଶିକ ବାବା +୩ ମହାବିଦ୍ୟାଳୟରେ “ସ୍ବଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ

masiha

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ  ଜିଲ୍ଲାସ୍ତରୀୟ ସ୍ବତନ୍ତ୍ର ସଫେଇ ଅଭିଯାନ ଏବଂ ବିକାଶ ବାହନର ଶୁଭାରମ୍ଭ

masiha

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ଅନ୍ତର୍ଜାତୀୟ ବାଳିକା ଦିବସ ପାଳନ

masiha

Leave a Comment

error: Content is protected !!