ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡ ଜିଲ୍ଲାରେ ଲକ୍ଷ୍ମୀ ବସ ଶୁଭରମ୍ଭ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ 

ରାୟଗଡ ଜିଲ୍ଲାରେ ଲକ୍ଷ୍ମୀ ବସ ଶୁଭରମ୍ଭ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ 

ରାୟଗଡ:-ତା.୨୫/୧୧-ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ରାୟଗଡା ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ଜିଲ୍ଲାରେ ୫୨ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ । ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ବସ୍‌ ଚଳାଚଳ ହେବ। ଏଥିପାଇଁ ୨୯୮ଟି ବସ୍‌ ଷ୍ଟପେଜ ମଧ୍ୟ କରାଯାଇଛି ।

ଅନ୍‌ ଲାଇନ ଜରିଆରେ କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଓ ଆନନ୍ଦ ଆଣିବ । ଏହା ଆମର ଗ୍ରାମାଞ୍ଚଳର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ଗାଁ ଲୋକଙ୍କ ଜୀବନରେ ଗତି ଓ ପ୍ରଗତି ଆଣିବ ବୋଲି ସେ କହିଥିଲେ। 

ମୋ ପାଇଁ ଲୋକଙ୍କ ମତାମତ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯୋଗାଯୋଗର ଅସୁବିଧା ସଂପର୍କରେ ମୁଁ ଜାଣିଲି। ତା ପରେ ହିଁ ଆରମ୍ଭ ହୋଇଥିଲା ଲକ୍ଷ୍ମୀ ଯୋଜନା ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁକୁ ଗାଁ ସହିତ ଯୋଡିବ। ସାମାଜିକ ସଂପର୍କ ସୁଦୃଢ କରିବା ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଧ୍ୟ ମଜବୁତ କରିବ ।

ଯୋଗାଯୋଗ ବିକାଶର ଇଞ୍ଜିନ ବୋଲି ମୁଖ୍ୟମନ୍ତ୍ରୀ କହିଲେ ଯେ ଲକ୍ଷ୍ମୀ ବସ୍‌ ପିଲାମାନଙ୍କୁ ସ୍କୁଲ ଓ କଲେଜ ସହିତ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବା ସହିତ ରୋଗୀକୁ ହସ୍‌ପିଟାଲ ମଧ୍ୟ ନେବ। ମା ମାନଙ୍କ ପାଇଁ ଏହା ବିଭିନ୍ନ କାମରେ ମୁଖ୍ୟ ସାରଥୀ ହେବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା । 

କାର୍ଯ୍ୟକ୍ରମରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାୟଗଡା ଜିଲ୍ଲାରେ ଏହି କାର୍ଯ୍ୟକ୍ରମରେ ୯୦ କୋଟିରୁ ଅଧିକ ଟଙ୍କା ବିନିଯୋଗରେ ୨୬୦୦ରୁ ଅଧିକ ପ୍ରକଳ୍ପ କରାଯାଉଛି । ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର ଓ ଡିଜିଟାଲ ଭିତ୍ତିଭୂମିର ଉନ୍ନତିକରଣ କରାଯାଉଛି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତ ଗୁଡିକ ହେଉଛି ମୋ ସରକାରର ବିକାଶ କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍‌ । ସବୁ ପଞ୍ଚାୟତରେ ରୂପାନ୍ତର ଆଣି ସାରା ଓଡିଶାର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କାର୍ଯ୍ୟକ୍ରମରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁ କହିଲେ ଯେ ମାର୍ଗଶିର ମାସ ଲକ୍ଷ୍ମୀ ମାସରେ ମୁଖ୍ୟମନ୍ତ୍ରୀ ରାୟଗଡ଼ାରେ ଲକ୍ଷ୍ମୀ ବସ ଯୋଜନା ଆରମ୍ଭ କରି ଘରେ ଘରେ ଲକ୍ଷ୍ମୀ ପହଞ୍ଚାଇଛନ୍ତି। ଆଜି ଓଡ଼ିଶାରେ ନାରୀ ମାନେ ସବୁ କ୍ଷେତ୍ରରେ ଆଗରେ ରହୁଛନ୍ତି। ଘରୁ ବିଭିନ୍ନ କାମରେ ବାହାରକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆଜି ଓଡ଼ିଶାରେ ନାରୀ ସଶକ୍ତିକରଣ ହୋଇବପାରିଛି ବୋଲି ପ୍ରକାଶ କରି ସେ ଧନ୍ୟବାଦ୍ ଦେଇଥିଲେ।

ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କହିଲେ ଯେ ଲକ୍ଷ୍ମୀ ବସ ଯୋଗୁ ଚାଷୀ, ବ୍ୟବସାୟୀ ଓ ମା ମାନେ ଉପକୃତ ହେବେ।

 ଏହି କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ଏହି ଅବସରରେ ଶ୍ରୀ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସେ ଜିଲ୍ଲା ଗସ୍ତ କରିଥିଲେ। ରାୟଗଡ଼ାରେ ମଧ୍ଯ ଲୋକଙ୍କ ଠାରୁ ପ୍ରସ୍ତାବ ଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ଜଣାଇବା ପରେ ଜିଲ୍ଲାରେ ଅନେକ ମଠ ମନ୍ଦିର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଅନୁମୋଦନ ଦେଇଥିଲେ। ଲୋକଙ୍କ ମତକୁ ମୁଖ୍ୟମନ୍ତ୍ରୀ ସର୍ବାଧିକ ଗୁରୁତ୍ବ ଦିଅନ୍ତି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଗୁଣୁପୁର ବିଧାୟକ ଶ୍ରୀ ରଘୁନାଥ ଗମଙ୍ଗୋ, ରାୟଗଡ଼ା ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି ପ୍ରମୁଖ ଯୋଗ ଦେଇ କହିଥିଲେ ଓଡ଼ିଶାର ବିକାଶ ପାଇଁ, ରାଜ୍ୟର ଗରିବ, ଆଦିବାସୀ ଓ ମହିଳା ମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସାରା ଜୀବନ ସମର୍ପିତ କରିଚନ୍ତି। ଆଜି ଆମ ଘର ମାନଙ୍କୁ ଲକ୍ଷ୍ମୀ ଆସୁଛନ୍ତି । ଆମେ ସମସ୍ତେ ଖୁସି।

ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତି ସରସ୍ଵତୀ ମାଝୀ କହିଥିଲେ ଯେ ଏହାଦ୍ବାରା ଗରିବ, ଆଦିବାସୀ ଓ ମହିଳା ମାନେ ବହୁତ୍ ଉପକାର ପାଇବେ। ରାୟଗଡ଼ା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅନସୂୟା ମାଝୀ ସ୍ଵାଗତ ଭାଷଣ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀ ତାଙ୍କ ପଞ୍ଚମ ପାଳିରେ ମା ମାନଙ୍କୁ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ଭେଟି ଦେଇଛନ୍ତି। ୫ ଟଙ୍କାରେ ଆହାର, ବିଜୁ ସ୍ବାସ୍ଥ୍ୟରେ ଆଉ ୫ ଲକ୍ଷ, ମିଶନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ମମତାରେ ୫ ହଜାର ଟଙ୍କା ସହିତ ଏବେ ଲକ୍ଷ୍ମୀ ବସରେ ମା ମାନଙ୍କ ପାଇଁ ମାତ୍ର ୫ ଟଙ୍କାରେ ଯିବାର ସୁବିଧା ମାନଙ୍କୁ ସଶକ୍ତ କରିଛି।

ଏହାପରେ ରାୟଗଡା ବ୍ଲକର ହାଲୁଆ ଠାରେ ନୂତନ ବସ ରହଣି କେନ୍ଦ୍ର ମାନ୍ୟବର ମନ୍ତ୍ରୀ ଟୁକୁନି ସାହୁ, ଏବଂ ଜଗନ୍ନାଥ ସlରକା ଉଦଘାଟନ କରିଥିଲେ l

ଆଜିର ଏହି କାର୍ଯ୍ୟକ୍ରମରେ ପରିବହନ ସଚିବ ଶ୍ରୀମତୀ ଉଷା ପାଢ଼ୀ,ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଉପଦେଷ୍ଠା ସୁଧୀର କୁମାର ଦାସ, ପୂର୍ବତନ ରାଜ୍ୟସଭା ସାଂସଦ ଏନ. ଭାସ୍କର ରାଓ, ପୂର୍ବତନ ମନ୍ତ୍ରୀ ଲାଳବିହାରୀ ହିମିରିକା, ଜିଲ୍ଲାପାଳ ସ୍ୱାଧା ଦେବ ସିଂ, ଆରୋକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ଅତିରକ୍ତ ରାମେଶ୍ୱର ପ୍ରଧାନ, ଭାସ୍କର ଚନ୍ଦ୍ର ରାଇତ, ସିଡିଓ ତଥା ଇଓ ଜିଲ୍ଲାପରିଷଦ ନିହାର ରଞ୍ଜନ କହଁର, ଉପଜିଲ୍ଲାପାଳ କଲ୍ୟାଣି ସଂଘମିତ୍ରା ଦେବୀ, ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଜିଲ୍ଲାସ୍ଥରୀୟ ଅଧିକାରୀ ମନେ,ସ୍ୱୟଂ ସହାୟକ ଗୋଷ୍ଠୀ/ମିଶନ ଶକ୍ତିର ସଦସ୍ୟ ସଦସ୍ୟା ମନେ ଉପସ୍ଥିତ ଥିଲେ l

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ସମ୍ପର୍କ ସହଯୋଗ ସଂସ୍କାର ସେବା ସମର୍ପଣ ହିଁ ରାଷ୍ଟ୍ର ଗଠନର ମୂଳମନ୍ତ୍ର  ରାଷ୍ଟ୍ର ଦେବୋ ଭବ ଭାବଧାରା ରାଷ୍ଟ୍ର ଭକ୍ତି ଭାବନା ଜାଗରଣ ତଥା ନୈତିକ ମୂଲ୍ୟବୋଧର ବିକାଶର ମୂଳାଧାର 

Sunil Chandra Nayak

ଖଡିଆଳ ର ଦୈନିକ ଓଡ଼ିଆ ଖବର କାଗଜ ଓଡିଶା ଭାସ୍କର ସାମ୍ବାଦିକ୍ ମନୁ ତାଣ୍ଡି ସ୍ୱର୍ଗବାସ

Sunil Chandra Nayak

ଆଜାଦୀ କା ଅମୃତ ମହୋତ୍ସବ ଏବଂ ମିଶନ ଲାଇଫ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

Sunil Chandra Nayak

Leave a Comment

error: Content is protected !!