ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ କେଲିଆ ଶୈବ ପୀଠରେ କାର୍ତ୍ତିକ ପୂର୍ଣ୍ଣିମା ପାଳିତ

ଡାବୁଗାଁ କେଲିଆ ଶୈବ ପୀଠରେ କାର୍ତ୍ତିକ ପୂର୍ଣ୍ଣିମା ପାଳିତ 

  ଡାବୁଗାଁ, ୨୭/୧୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକର ଚଚରାଗୁଡା ପଞ୍ଚାୟତ ଅଧୀନ କେଲିଆ ଶୈବ ପୀଠରେ କାର୍ତ୍ତିକ ପୂର୍ଣ୍ଣିମା ସୋମବାର ଧୂମଧାମରେ ପାଳିତ ହୋଇଯାଇଛି | ଚଳିତ ବର୍ଷ କାର୍ତ୍ତିକ ପୂର୍ଣ୍ଣିମା ରେ ଶ୍ରଦ୍ଧାଳୁ ମାନେ ଝାଡେଶ୍ଵର ମହାଦେବଙ୍କୁ ଦର୍ଶନ କରିବା ନିମନ୍ତେ ରାତି ୪ ଘ. ସମୟରୁ ଲମ୍ବା ଧାଡିରେ ଛିଡା ହୋଇଥିଲେ | ଏହି କେଲିଆ ଶୈବ ପୀଠକୁ ଡାବୁଗାଁ ବ୍ଲକ ସମେତ ଜିଲାର ବିଭିନ୍ନ ବ୍ଲକ ଓ ପଡୋଶୀ ଜିଲା କୋରାପୁଟ, କଳାହାଣ୍ଡି ଏବଂ ପଡୋଶୀ ଛତିଶଗଡ ରାଜ୍ୟରୁ ମଧ୍ୟ ଭକ୍ତମାନେ ଆସି ଝାଡେଶ୍ଵର ମହାଦେବଙ୍କୁ ଦର୍ଶନ କରିଥିଲେ | ଏଥିରେ ଜିଲା ପରିଷଦ ସଭ୍ୟ ଗୁପ୍ତ ବିଶୋୟୀ, ଚଚରାଗୁଡା ପୂର୍ବତନ ସରପଞ୍ଚ ଧର୍ମାନନ୍ଦ ନାୟକ, ସୁରେନ୍ଦ୍ର କୁମାର ମିଶ୍ର, ଜି. ସାଇ ରାଜୁ, ଦେବରାଜ ପାତ୍ର, ଓ କମିଟି କର୍ମକର୍ତା, ସ୍ଵଚ୍ଛାସେବୀ ମାନେ ପରିଚାଳନା କରିଥିଲେ | ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ଅଧିକାରୀ ସୁନୀଲ କୁମାର ପ୍ରଧାନ ଉପସ୍ଥିତ ରହିବା ସମେତ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା | ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା ଦଳ ଭକ୍ତ ମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଇଥିଲେ | ଏଠାରେ ୪୦ ହଜାର ଊର୍ଦ୍ଧ୍ଵ ଭକ୍ତଙ୍କ ସମାଗମ ହୋଇଥିଲା | ଏଠାରେ ପ୍ରାୟ ୧୨ ହଜାର ଭକ୍ତଙ୍କ ପାଇଁ ଅନ୍ନଭୋଗ ବଣ୍ଟନ କରାଯାଇଥିଲା | ଡାବୁଗାଁରୁ କେଲିଆ ପର୍ଯ୍ୟନ୍ତ ୧୩ କି.ମି ଗ୍ରାମ୍ୟ ଉନ୍ନୟନ ରାସ୍ତା ର ଅବସ୍ଥା ଶୋଚନୀୟ ଥିବାରୁ ମନ୍ଦିର କମିଟି ପକ୍ଷରୁ ଡାବୁଗାଁ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ଙ୍କୁ ରାସ୍ତାରେ ଥିବା ଖାଲଖମା ଗୁଡିକ ମରାମତି ପାଇଁ ଅନୁରୋଧ କରାଯାଇଥିଲା କିନ୍ତୁ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନଥିଲା | ଯାହାଦ୍ୱାରା ମନ୍ଦିରକୁ ଆସୁଥିବା ଭକ୍ତ ମାନେ ରାସ୍ତା ଯୋଗୁଁ ଯାତାୟାତରେ ସମସ୍ୟା ହୋଇଥିଲା ଓ ଛୋଟ ଛୋଟ ଦୁର୍ଘଟଣା ମାନ ଘଟିଥିବା ଦେଖିବାକୁ ମିଳିଥିଲା | ଏହା ସହ ଡାବୁଗାଁ ଶିବ ମନ୍ଦିର ,ବାଘବେଡା, ଜୁନାପାଣି, ବଡଓଲମା ଓ ବିରିଶୋଲା ଶିବ ମନ୍ଦିର ରେ ମଧ୍ୟ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଥିଲା |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ କୌଶଳ ରଥକୁ ସ୍ବାଗତ ସମ୍ବର୍ଦ୍ଧନା 

masiha

ଅସହାୟ ଯୁବକଙ୍କୁ ସହାୟତାର ହାତ ବଢ଼ାଇଲା ନର୍ଲା ବେଡମିଣ୍ଟନ ଏସୋସିଏସନ୍

masiha

ରବୀନ୍ଦ୍ର ମଣ୍ଡପ ବଖାଣିଲା ଢେ଼ଙ୍କାନାଳ ମାଟିର ଅଭା ବିଭା ପ୍ରତିଭା

Sunil Chandra Nayak

Leave a Comment

error: Content is protected !!