ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , କର୍ଲାପଡା ଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ସ୍ଵମନିତ ଯୁବ ବିକାଶ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବ

ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , କର୍ଲାପଡା ଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ସ୍ଵମନିତ ଯୁବ ବିକାଶ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବ

 ଓଡ଼ିଶା ସରକାରଙ୍କ ପ୍ରାୟୋଜିତ କାର୍ଯ୍ୟକ୍ରମ ଯୁବ ଓଡିଶା – ନବୀନ ଓଡିଶା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ନୁଆ ଓ ସ୍ଵମନିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦ୍ଘାଟନୀ ଉତ୍ସବ ସ୍ଥାନୀୟ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , କର୍ଲାପଡା ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ମନୋଜ କୁମାର ବେହେରା ତଥା ସମ୍ମାନିତ ଅତିଥି ଭାବେ ମଞ୍ଚ ଅଭିନେତା ତଥା ଅଧ୍ୟାପକ ଶ୍ରୀ ଶୁଭେନ୍ଦୁ କୁମାର ମହାପାତ୍ର ଯୋଗଦାନ କରି ଏହି ଉତ୍ସବକୁ ଉଦଘାଟନ କରିଥିଲେ । ଆଜି ଠାରୁ ୦୬ଡିସେମ୍ବର ପର୍ଯ୍ୟନ୍ତ ହେବାକୁ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଛାତ୍ର ଛାତ୍ରୀ ମାନେ ୧୧ ଟି ପ୍ରତିଯୋଗିତାରେ ଭାଗ ନେବେ । ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀମାନଙ୍କ ଭିତରେ ପ୍ରତିଭାରେ ଅନ୍ଵେଷଣ କରିବାରେ ଏହା ଏକ ସୁଯୋଗ ସୃଷ୍ଟି କରିବା ସଙ୍ଗେ ସଙ୍ଗେ ସେମାନଙ୍କ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରିତ କରିବାରେ ସହାୟକ ହେବ ବୋଲି ମତ ବ୍ୟକ୍ତ କରିଥିଲେ ।

  ସମ୍ମାନିତ ଅତିଥି ଶ୍ରୀ ଶୁଭେନ୍ଦୁ କୁମାର ମହାପାତ୍ର ମଧ୍ୟ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ ଶୃଙ୍ଖଳିତ ଜୀବନ ଯାପନ କରିବା ପାଇଁ ଉପଦେଶ ପ୍ରଦାନ କରିଥିଲେ । ସଭାରେ ସଭାପତିତ୍ଵ କରିଥିବା ଅନୁଷ୍ଠାନ ର ଅଧ୍ୟକ୍ଷ ଶ୍ରୀ ବିନୋଦ ବିହାରୀ ପଟ୍ଟନାୟକ ଛାତ୍ରଛାତ୍ରୀମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭାର ବିକାଶ ନିମିତ୍ତ ଏହି କାର୍ଯ୍ୟକ୍ରମ ଏକ ମଞ୍ଚ ପ୍ରଦାନ କରିଛି ବୋଲି ମତବ୍ୟକ୍ତ କରିଛନ୍ତି । 

 ପରିଶେଷରେ ଅନୁଷ୍ଠାନର ଇଂରାଜୀ ପ୍ରାଧ୍ୟାପକ ଡଃ ତପନ କୁମାର ରଥ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ଏହି ଉତ୍ସବର ମଞ୍ଚ ପରିଚାଳନା କରିଥିଲେ ଅନୁଷ୍ଠାନ ର ଗ୍ରନ୍ଥାଗାରିକ କଶ୍ୟପ ପ୍ରଧାନ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ……

Related posts

ଚିଲିଗୁଡା ଇଂଲିଶ ମେଡିୟମ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

Sunil Chandra Nayak

ଭୈରବ ସ୍ନାତକ ମହାବିଦ୍ୟାଳୟ ରେ ଜାତୀୟ ସେବା ସଂସ୍ଥାର ଜାତୀୟ କର୍ମଶାଳା ଅନୁଷ୍ଠିତ

masiha

ବଡ଼ ଧୂମଧାମରେ ପାଳିତ ହୋଇଛି ଜଗନ୍ନାଥ ମହାପ୍ରଭୁଙ୍କ ବାହୁଡା଼ ଯାତ୍ରା 

Sunil Chandra Nayak

Leave a Comment

error: Content is protected !!