ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ଼ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସାମାଜିକ ସଚେତନତା କାର୍ଯ୍ୟକ୍ରମ ଉଦଘାଟିତ

ଧର୍ମଗଡ଼ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସାମାଜିକ ସଚେତନତା କାର୍ଯ୍ୟକ୍ରମ ଉଦଘାଟିତ

ଧର୍ମଗଡ଼: ନୂଆଁ-ଓ ଯୁବ ଓଡିଶା ଆନୁକୂଲ୍ୟରେ ସାମାଜିକ ସଚେତନତା କାର୍ଯ୍ୟକ୍ରମ ଧର୍ମଗଡ଼ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମୂଖ୍ୟ ଅଥିତି, ଧର୍ମଗଡ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବବିତା ପଟ୍ଟଯୋଷିଙ୍କ ଦ୍ୱାରା ଆଜି ଉଦଘାଟିତ ହୋଇଯାଇ ଅଛି l ଅନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ପ୍ରିୟମ୍ବଦା ଚାନ୍ଦ ଙ୍କ ସଭାପତିତ୍ୱରେ ଆଞ୍ଚଳିକ ପରିବହନ ଅଧିକାରୀ, କଳାହାଣ୍ଡି ଶ୍ରୀ ଗତିକୃଷ୍ଣ ସାମନ୍ତରାୟ ଏବଂ ବରିଷ୍ଠ ସାମ୍ବାଦିକ ଶ୍ରୀ ଅଂଶୁମାନ ପାତ୍ର ସମ୍ମାନିତ ଅଥିତି ଭାବରେ ଯୋଗଦାନ ପୂର୍ବକ ଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ସଡ଼କ ସୁରକ୍ଷାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ l ଅଧ୍ୟାପକ ବଙ୍କିମ ମୁଣ୍ଡ ମଞ୍ଚ ପରିଚାଳନା କରିଥିବା ବେଳେ ଅଧ୍ୟାପକ ସଂଜୀବ କୁମାର ମୁଣ୍ଡ ଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ l ଏହି ଅବସରରେ ବିଦ୍ୟାଳୟର ଛାତ୍ରୀମାନେ ସଡ଼କ ସୁରକ୍ଷା ସଚେତନତା ପାଇଁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ l ଖେଳ ଶିକ୍ଷକ ଶ୍ରୀ ସୋଦନ ନା ଏ କ ଓ ଶ୍ରୀ ସନ୍ତୋଷ କୁମାର ପାଣିଗ୍ରାହୀ, ଅନୁଷ୍ଠାନର ସମସ୍ତ କର୍ମଚାରୀ ତଥା ସ୍ଥାନୀୟ ପୋଲିସ କର୍ମଚାରୀ ସହଯୋଗ ପ୍ରଦାନ କରିଥିଲେ l

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

Rotary Club of Rourkela Steel City Organizes Inspiring Teachers’ Training Seminar at DAV Public School

Sunil Chandra Nayak

ଆଦର୍ଶ ବିଦ୍ୟାଳୟ ପାଚିକା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

Sunil Chandra Nayak

ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ମତଦାତା ଦିବସ ପାଳିତ 

masiha

Leave a Comment

error: Content is protected !!