ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୌଶିକ ବାବା +୩ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

କୌଶିକ ବାବା +୩ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ଅନ୍ତର୍ଗତ କୌଶିକ ବାବା ଯୁକ୍ତ ତିନି ମହାବିଦ୍ୟାଳୟରେ ନୂତନ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦ୍ଵିତୀୟ ଓ ତୃତୀୟବର୍ଷର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷl ଶ୍ରୀମତୀ ଲିପ୍ସାମୟୀ ଦୁବେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥିଭାବେ ପରିଚାଳନା କମିଟୀର ସଭାପତି ବିବେକ ଅଗ୍ରୱାଲ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଅଧିକାରୀ ବିଜୟ କୁମାର ପୁରୋହିତ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ତଥା ନାଟ୍ୟକାର ମଙ୍ଗଳ ମାଝୀ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଲୋକନାଥ ଗହୀର, ପରିଚାଳନା କମିଟୀର ସଦସ୍ୟ ବିଶ୍ଵାମିତ୍ର ନାଗ, ସଦସ୍ୟା ଧୀର ବୁଡ଼େକ ପ୍ରମୁଖ ମଂଚାସୀନ ହୋଇଥିଲେ l ପ୍ରଥମ ପର୍ଯ୍ୟାୟରେ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ଉତ୍ସବରେ ଇଂରାଜୀ ଅଧ୍ୟାପକ ମାନସ ରଞ୍ଜନ ବାଗ ମଞ୍ଚ ପରିଚାଳନା କରିଥିବା ବେଳେ ରାଜନୀତି ବିଜ୍ଞାନ ଅଧ୍ୟାପକ ରବି ମାଝୀ, ଶିକ୍ଷା ଅଧ୍ୟାପକ ସମୀର ପଧାନ, ଇତିହାସ ଅଧ୍ୟାପକ କୌସ୍ତୁଭ ସାହୁ, ଗ୍ରନ୍ଥlଗାରିକ ବସନ୍ତ କୁମାର ସାହୁ, କନିଷ୍ଠ କିରାଣୀ ଭୂପିନ୍ଦର ରଣା ଚତୁର୍ଥ କର୍ମଚାରୀ ଚମ୍ପୁଲାଲ ରଣା, ଡୋଲେଶ୍ୱର ରଣା ପ୍ରମୁଖ ସହଯୋଗ କରିଥିଲେ l ପରିଶେଷରେ ଦ୍ଵିତୀୟ ବର୍ଷର ଛାତ୍ରୀ ଉଷା ବେବର୍ତ୍ତା ଧନ୍ୟବାଦ ଅର୍ପଣ କରିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ମାସିକ ବୈଠକ

masiha

ଉଚ୍ଚଶିକ୍ଷା ମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ 

masiha

ସାରଙ୍ଗଧର ଷ୍ଟାଡିୟମ୍ ରେ ରାଜ୍ୟ ବିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ୨୦୨୨_୨୩ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!