ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣା ଠାରେ ନୂଆ (ନୂତନ ଉନ୍ନତ ଅଭିଳାଷ) ଓଡ଼ିଶା ଯୋଜନା ର ଶୁଭାରମ୍ଭ

ଭବାନୀପାଟଣା ଠାରେ ନୂଆ (ନୂତନ ଉନ୍ନତ ଅଭିଳାଷ) ଓଡ଼ିଶା ଯୋଜନା ର ଶୁଭାରମ୍ଭ

କଳାହାଣ୍ଡି :ଭବାନୀପାଟଣା ମୁଖ୍ୟାଳୟ ର ଅଶ୍ଵାନ ସଭାଗୃହ ରେ ନୂଆ (ନୂତନ ଉନ୍ନତ ଅଭିଳାଷା) ଓଡିଶା ଯୋଜନା ର ଶୁଭାରମ୍ଭ ଜିଲ୍ଲାପାଳ ପି ଅନ୍ଵେଷା ରେଡ୍ଡି ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ଏହି ଯୋଜନା ର ଶୁଭାରମ୍ଭ ଭୁବନେଶ୍ୱର ରୁ ମାନ୍ୟବର ମନ୍ତ୍ରୀ ଦକ୍ଷତା ବିକାଶ ଶ୍ରୀଯୁକ୍ତ ପ୍ରୀତି ରଞ୍ଜନ ଘଡ଼ାଇ ଙ୍କ ଦ୍ୱାରା ଭିଡ଼ିଓ କନଫରେନସିଙ୍ଗ ମାଧ୍ୟମ ରେ କରାଯାଇ ଥିଲା। ଏଥିରେ ଦକ୍ଷତା ବିକାଶ ବିଭାଗ ର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢ଼ୀ, ନିର୍ଦେଶକ ଶ୍ରୀ ରେଘୁ ଜି ଏବଂ ଦକ୍ଷତା ବିକାଶ ବିଭାଗ ର ଅନ୍ୟାନ୍ୟ କର୍ମକର୍ତା ମାନେ ଯୋଗ ଦେଇଥିଲେ।ଏହି ଯୋଜନା ମାଧ୍ୟମ ରେ ୧ ଲକ୍ଷ ଯୁବକ ଯୁବତୀ ମାନଙ୍କୁ ଅତ୍ୟାଧୁନିକ ଦକ୍ଷତା ବିକାଶ ତାଲିମ ପ୍ରଦାନ କରି ନିଯୁକ୍ତିକ୍ଷମ କରାଇବାର ଲକ୍ଷ ରଖାଯାଇଛି।ଏହା ବ୍ୟତୀତ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଗୁଡିକ ର ରୂପରେଖ ପ୍ରସ୍ତୁତି ପାଇଁ ଜିଲ୍ଲା ମାନଙ୍କୁ ନୂଆ ଓଡିଶାରେ କ୍ଷମତା ପ୍ରଦାନ କରାଯାଇଛି।ଏଥିରେ କଳାହାଣ୍ଡି ଜିଲ୍ଲାରେ ବେଦାନ୍ତ ଆଲୁମିନା ସହଭାଗିତା ରେ ଚଳିତ ଆର୍ଥିକ ବର୍ଷରେ ୧୫୦ ଜଣ ଯୁବକ ଯୁବତୀ ମାନଙ୍କୁ ନିଯୁକ୍ତି ଭିତ୍ତିକ ତାଲିମ ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ,କଳାହାଣ୍ଡି ଜିଲ୍ଲା ର ଆଗାମୀ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଏବଂ ଦିଶା ନିର୍ଦେଶ ବିଷୟରେ ଉଦବୋଧନ ଦେଇଥିଲେ। ଏହି କାର୍ଯ୍ୟକ୍ରମ ଜିଲ୍ଲା ଦକ୍ଷତା ବିକାଶ ଏବଂ ନିଯୁକ୍ତି କାର୍ଯ୍ୟାଳୟ ଦ୍ୱାରା ପରିଚାଳିତ ହୋଇଥିଲା। ଏଥିରେ ଜିଲ୍ଲା ଦକ୍ଷତା ବିକାଶ ଅଧିକାରୀ ଅଜିତ କୁମାର ଉତ୍ତରାୟ, ସରକାରୀ ପଲିଟେକ୍ନିକ ର ଅଧ୍ୟକ୍ଷ ଶ୍ରୀ ଅମୁଲ୍ୟ ପଣ୍ଡା, ଶ୍ରୀ ସୁଯୋଗ୍ୟ ମିଶ୍ର , ବେଦାନ୍ତ ତରଫରୁ ଶିଶିର ତରଫଦର, ଅଭିନୟ ପ୍ରତାପ ଓ ୫୦ ଜଣ ପ୍ରଶିକ୍ଷାର୍ଥୀ ଯୋଗ ଦେଇଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ମଶାଲ ଯାତ୍ରା ସହ ଉଦଘାଟିତ ହେଲା କୋକସରା ବ୍ଲକ ସ୍ତରୀୟ ଗୁଡହାଣ୍ଡି ଉତ୍ସଵ

masiha

ତିନି ଦିନ ପରେ ସ୍ଵାଭାବିକ ହେଲା ବିଦ୍ୟୁତ୍ ସେବା 

Sunil Chandra Nayak

୩୯୧ ବ୍ଲକ କ୍ୟାଟେରିଆ ଅଧ୍ୟାପକ ଓ କର୍ମଚାରୀ ସଂଘର ବୈଠକ

masiha

Leave a Comment

error: Content is protected !!