ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡାରେ ଚତୁର୍ଥ ରାଷ୍ଟ୍ରୀୟ ଲୋକଅଦାଲତ ରେ ୧୭୬୦ ଟି ମାମଲା ଫଇସଲା ହୋଇ ଜୋରିମାନା ବାବଦକୁ ୫୬୧୩୯୦୦ ଟଙ୍କା ଆଦାୟ ହୋଇଛି

ରାୟଗଡାରେ ଚତୁର୍ଥ ରାଷ୍ଟ୍ରୀୟ ଲୋକଅଦାଲତ ରେ ୧୭୬୦ ଟି ମାମଲା ଫଇସଲା ହୋଇ ଜୋରିମାନା ବାବଦକୁ ୫୬୧୩୯୦୦ ଟଙ୍କା ଆଦାୟ ହୋଇଛି

ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ଚତୁର୍ଥ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର ରେ ଦୀର୍ଘ ଦିନ ଧରି ପଡିରହିଥିବା ୨୯୨ ଟି ମାମଲାର ଫଇସଲା ହୋଇ ଜୋରିମାନା ବାବଦକୁ ଟ. ୫୫୧୨୪୦୦ (ପଞ୍ଛାବନ ଲକ୍ଷ ବାର ହଜାର ଚାରି ଶହ) ଟଙ୍କା, ରାଜସ୍ବ ସମ୍ବନ୍ଧିତ ୧୪୬୧ ଟି ମାମଲା ଫଇସଲା ଜୋରିମାନା ବାବଦକୁ ଟ. ୩୧୯୦୦ (ଏକତିରିସ୍ ହଜାର ନଅ ସହ) ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୭ ଟି ମାମଲାର ଫଇସଲା ହୋଇ ଜୋରିମାନା ବାବଦକୁ ଟ.୬୯୬୦୦( ଅଣସ୍ତରୀ ହଜାର ଛଅ ଶହ) ଟଙ୍କା ଆଦାୟ ହୋଇଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମୃତ ରଞ୍ଜନ ନନ୍ଦ, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ରୀନା ଚୌଧୁରୀ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶିନି, ମହିଳା କୋଟ ର ବିଚାରପତି ଶ୍ରୀମତି ଶୋନଲ ସର୍ମା, ରେଜିଷ୍ଟର ଦେବିଜ୍ୟୋତି ମହାପାତ୍ର, ସବ୍ ଜଜ୍ ଶ୍ରୀ ସୋମ୍ୟରୂପ ସାହୁ, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ଗ୍ରାମ୍ୟ ନ୍ୟାୟଧିକାରୀ ଶ୍ରୀ ଚନ୍ଦନ କୁମାର ଦେହୁରୀ ପ୍ରମୁଖ ଯୋଗଦେଇଥିଲେ l ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ l

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ପାର୍ବତୀ ଗୋବିନ୍ଦ ସ୍ମୃତି ସଂସଦ ସମେତ ତିନୋଟି ସଙ୍ଗଠନର ମିଳିତ ଆନୁକୂଲ୍ୟରେ ସାହିତ୍ୟ ଓ ସାରସ୍ୱତ କାର୍ଯ୍ୟକ୍ରମ ଆସନ୍ତା ୫ରେ…… 

masiha

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ବିଶ୍ୱ କବିତା ଦିବସ ପାଳନ  

masiha

ପାଚିକା ଓ ସହାୟିକା ମହାସଗଂ ର ବ୍ଲକ ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!