ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍ 
ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ 
୬ଟି ଜିଲ୍ଲାର ୧୧୩୧ଟି ପଞ୍ଚାୟତ, ୬୩ ଲକ୍ଷ ଲୋକ ଉପକାର ପାଇଲେ 
କୋରାପୁଟରେ ୬୩ଟି ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡିଲା,
ଉପକୃତ ହେବେ ୧୩ ଲକ୍ଷ ଲୋକ
ଲକ୍ଷ୍ମୀ ଯୋଜନା ଗାଁ ଲୋକଙ୍କ ପାଇଁ ଆଶୀର୍ବାଦ,
 ବିକାଶର ଆଲୋକକୁ ଆହୁରି ଉଜ୍ଜଳ କରିଛି ଲକ୍ଷ୍ମୀ- ମୁଖ୍ୟମନ୍ତ୍ରୀ
କୋରାପୁଟ ନୂଆ ବସଷ୍ଟାଣ୍ଡ ପାଇଁ ଜମି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଲକ୍ଷ୍ମୀ ଯୋଜନାର ବସ୍‌କୁ ନିଜ ସମ୍ପତ୍ତି ପରି ରକ୍ଷଣାବେକ୍ଷଣ କରିବା ପାଇଁ 5T ଅଧ୍ୟକ୍ଷଙ୍କ ଅନୁରୋଧ

କୋରାପୁଟ :- ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। କୋରାପୁଟରେ ୬୩ଟି ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡିବ।

  ଏହି ଅବସରରେ ଉଦ୍‌ବୋଧନ ଦେଇ କୋରାପୁଟ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଥମ ପର୍ଯ୍ୟାୟରେ ମାଲକାନଗିରିରୁ ଲକ୍ଷ୍ମୀ ବସ୍‌ସେବା ଆରମ୍ଭ ହୋଇ ଆଜି କୋରାପୁଟରେ ପହଞ୍ଚିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଲେ। ଏହି ୬ଟି ଜିଲ୍ଲାର ୧୧୩୧ଟି ପଞ୍ଚାୟତକୁ ଲକ୍ଷ୍ମୀ ବସ୍‌ ସୁବିଧା ମିଳିଲା। ଏ ସବୁ ଜିଲ୍ଲାର ୬୩ ଲକ୍ଷ ଲୋକଙ୍କ ପାଇଁ ଘର ପାଖରୁ ସେମାନଙ୍କୁ ଯିବା ଆସିବା ପାଇଁ ସୁବିଧା ହେଲା। ଗମନାଗମନ ପାଇଁ ଦୈନନ୍ଦିନ ଅସୁବିଧା ଦୂର ହେବା ସହିତ ଲୋକମାନେ ସୁବିଧାରେ କମ୍ ଖର୍ଚ୍ଚରେ ଯିବାଆସିବା ସୁବିଧା ପାଇପାରିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକମାନଙ୍କର ଯାତାୟତ ଅସୁବିଧା ବିଷୟରେ ଜାଣି ଏହି ଯୋଜନା ଆରମ୍ଭ କରାଯାଇଛି। ଲକ୍ଷ୍ମୀ ବସ୍‌ ସମସ୍ତଙ୍କୁ ଯୋଡିବା କାମ କରିବ। ପିଲାମାନଙ୍କୁ ସ୍କୁଲ କଲେଜ ନେବ। ରୋଗୀକୁ ହସ୍ପିଟାଲ ନେବ। ଚାଷୀକୁ ମାର୍କେଟ ସହିତ ଯୋଡିବ। ମା’ମାନଙ୍କୁ ବିଭିନ୍ନ କାର୍ଯ୍ୟରେ ଯିବାଆସିବା ପାଇଁ ସୁବିଧା ହେବ। ସମସ୍ତଙ୍କ ପାଇଁ ଲକ୍ଷ୍ମୀ ବସ୍‌ ଏକ ଆଶୀର୍ବାଦ ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ଲକ୍ଷ୍ମୀ ବସ୍‌ ବିକାଶର ଆଲୋକକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ। 

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଏବେ ଆମ ରାଜ୍ୟରେ ଗାଁ ଗାଁରେ ବିକାଶର ଉତ୍ସବ ଚାଲିଛି। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ମାଧ୍ୟମରେ ପଞ୍ଚାୟତ ମାନଙ୍କରେ ନୂଆ ଜାଗରଣ ଆସିଛି। ଜଗନ୍ନାଥ ସଂସ୍କୃତିର ପ୍ରସାର ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ହୋଇଛି। ବିକାଶ ଆଜି ଏକ ଜନ ଆନ୍ଦୋଳନରେ ପରିଣତ ହୋଇ ପଞ୍ଚାୟତଗୁଡିକ ବିକାଶ କାର୍ଯ୍ୟକ୍ରମର ପ୍ରାଣକେନ୍ଦ୍ର ପାଲଟିଛି। ଗାଁର ରୂପାନ୍ତର ସାରା ଓଡିଶାର ରୂପାନ୍ତର ପାଇଁ ରାସ୍ତା ଖୋଲିଛି। ଓଡିଶା ଆମ ସମସ୍ତଙ୍କର। ଏ ବିକାଶ ମଧ୍ୟ ଆମ ସମସ୍ତଙ୍କର ବୋଲି କହିବା ସହିତ ସମସ୍ତଙ୍କର ସହଯୋଗରେ ନୂଆ ଓଡିଶା ଗଠନ ସାକାର ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶା ବ୍ୟକ୍ତ କରିଥିଲେ। 

ଏହି କାର୍ଯ୍ୟକ୍ରମରେ ଯୋଗଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ଲକ୍ଷ୍ମୀ ଯୋଜନାର ବସ୍‌ ରାଜ୍ୟବାସୀଙ୍କ ଟଙ୍କାରେ କିଣା ଯାଇଛି। ତେଣୁ ଏହାକୁ ନିଜ ସମ୍ପତ୍ତି ଭାବି ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବା ପାଇଁ ଶ୍ରୀ ପାଣ୍ଡିଆନ ସମସ୍ତଙ୍କୁ ଅନୁରୋଧ କରିଥିଲେ। କୋରାପୁଟର ନୂଆ ବସ୍‌ଷ୍ଟାଣ୍ଡ ପାଇଁ ମୁଖ୍ୟମନ୍ତ୍ରୀ ଜମି ଯୋଗାଇବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ବୋଲି ସେ ସୂଚନା ଦେଇଥିଲେ।

କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ ଓ ଦିଗ୍‌ଦର୍ଶନରେ ରାଜ୍ୟରେ ସବୁକ୍ଷେତ୍ରରେ ବିକାଶର ଧାରା ଜାରି ରହିଛି । ଗାଁରୁ ସହର, ସବୁଠି ଆଜି ଦିଶୁଛି ବିକାଶର ଝଲକ । ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳରେ ଯାତାୟତକୁ ସୁଗମ କରି ସମୃଦ୍ଧି ଆଣିବ । ଓଡିଶାକୁ ଭାରତର ଏକ ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସରେ ସେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଏହି କାର୍ଯ୍ୟକ୍ରମରେ କୋଟପାଡ ବିଧାୟିକା ଶ୍ରୀମତୀ ପଦ୍ମିନୀ ଦିଆନ, ପଟାଙ୍ଗୀ ବିଧାୟକ ଶ୍ରୀ ପିତମ ପାଢୀ, ଜୟପୁର ବିଧାୟକ ଶ୍ରୀ ତାରା ପ୍ରସାଦ ବାହିନୀପତି, ଲକ୍ଷ୍ମୀପୁର ବିଧାୟକ ଶ୍ରୀ ପ୍ରଭୁ ଜାନି, କୋରାପୁଟ ବିଧାୟକ ଶ୍ରୀ ରଘୁରାମ ପଡାଲ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ଚନ୍ଦ୍ରଶେଖର ମାଝୀ, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା ପ୍ରମୁଖ ନିଜର ବ୍ୟକ୍ତବ୍ୟ ରଖି ଜିଲ୍ଲାର ପରିବହନ ବ୍ୟବସ୍ଥାରେ ବିରାଟ ରୂପାନ୍ତର ସହ ଜନସାଧାରଣଙ୍କ ଆର୍ଥିକ ବିକାଶରେ ଲକ୍ଷ୍ମୀ ଯୋଜନା ବିଶେଷ ସହାୟକ ହେବ ବୋଲି ପ୍ରକାଶ କରି ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ପରିବହନ ବିଭାଗର ସଚିବ ଶ୍ରୀମତୀ ଉଷା ପାଢ଼ୀ, ରାଜ୍ୟ ସଡକ ପରିବହନ ନିଗମ ର ପରିଚାଳନା ନିର୍ଦେଶକ ଦିପ୍ତେଶ ପଟନାୟକ, ଜିଲ୍ଲାପାଳ କୋରାପୁଟ ଶ୍ରୀ ଅବ୍ଦାଲ ମ. ଅଖତର୍ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ। ଅଭିନବ ସୋନକର, ପରିବହନ ବିଭାଗର ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

କୋରାପୁଟ ରୁ ଗୋରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ପ୍ରିୟ ଦର୍ଶିନୀ ଇନ୍ଦିରା ମହାବିଦ୍ୟାଳୟ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

ବର ଘରୁ ବାହାରି ଗ୍ରାମ ରେ ବାଜା ବାଣ କରି ଯିବା ବେଳେ ଅଘଟଣ ,ଲୋକଙ୍କୁ ମାଡି ଗଲା ବରକୁ ନେଇ ଯିବାକୁ ଥିବା କାର , ୧୦ ଗୁରୁତର ୧ ମୃତ

Sunil Chandra Nayak

ଧର୍ମଗଡ ପଞ୍ଚାୟତ ସମିତି ବୈଠକ: ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ କୁ ବିରୋଧ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort