ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକ ସ୍ତରୀୟ ପରାମର୍ଶ ଶିବିର 

ବ୍ଲକ ସ୍ତରୀୟ ପରାମର୍ଶ ଶିବିର 

ଡାବୁଗାଁ, ୨୨/୧୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ବ୍ଲକ ସ୍ତରୀୟ ପରାମର୍ଶ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି ପରାମର୍ଶ ଶିବିର ମାଧ୍ୟମରେ କିପରି ଯୁବତୀଯୁବକ ମାନେ ତାଲିମ ନେଇ ରୋଜଗାର କ୍ଷମ ହୋଇପାରିବେ, ବୈଷୟିକ ଶିକ୍ଷା ମାଧ୍ୟମରେ ବାଳିକା ବାଳକ ମାନଙ୍କର କିପରି ଉତ୍ତୋରତର ଉନ୍ନତି ହୋଇ ପାରିବ ସେ ବିଷୟରେ ଅତିଥି ମାନେ ପରାମର୍ଶ ଦେଇଥିଲେ । ଏହି ଶିବିରରେ ଜିଲା ନିଯୋଜନ ଅଧିକାରୀ ଆନନ୍ଦ ପଲେଇ, ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ପର୍ଶୁରାମ ମାଳୀ ଓ ନିର୍ବାଚିତ ପ୍ରତିନିଧି ମାନେ ଉପସ୍ଥିତ ଥିଲେ । ଏଥିରେ ୬ ଟି ତାଲିମ ଏଜେନ୍ସି ଯୋଗ ଦେଇଥିଲେ | ଏଥିରେ ବ୍ଲକ ରୁ ମୋଟ ୬୩ ଜଣ ଯୁବତୀ ବିଭିନ୍ନ ବିଭାଗରେ ତାଲିମ ନେବା ପାଇଁ ନାମ ରେଜିଷ୍ଟେସନ କରିଛନ୍ତି | ଏହି କାର୍ଯ୍ୟକ୍ରମକୁ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଙ୍କ କାର୍ଯ୍ୟାଳୟ ର ବରିଷ୍ଠ ରାଜସ୍ୱ ସହାୟକ ରମେଶ ଚନ୍ଦ୍ର ଶେଖର ପଟ୍ଟନାୟକ ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳ ସାତ ଘଣ୍ଟା ରେ ମୃତ୍ୟୁ     

masiha

ଯୁଗଯାତ୍ରୀ ସାହିତ୍ୟ ସଂସଦର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ଓ ନୂତନ କର୍ମକର୍ତ୍ତା ମନୋନୟନ

masiha

ପ୍ରିୟଦର୍ଶିନୀ ଇନ୍ଦିରା ମହାବିଦ୍ୟାଳୟରେ ସେଲ୍ଫ ଡିଫେନ୍ସ ପ୍ରଶିକ୍ଷଣ ଶିବିର ଉଦଯାପିତ

Sunil Chandra Nayak

Leave a Comment

error: Content is protected !!