ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା
ମ.ରାମପୁର,୨୩/୧୨(ମସୀହା):ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱର ର ମିଳିତ ସହଯୋଗ ରେ ମ.ରାମପୁର ବ୍ଲକ ର ମାଣିକେରା ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ନାଏବ ସରପଞ୍ଚ ସବିତା ପାତ୍ର, ସମ୍ମାନିତ ଅତିଥି ପିଇଓ ତ୍ରିନାଥ ଶବର , ଆଇଆଇ ଏଫ୍ଏଲ ବ୍ୟାଙ୍କ ପରିଚାଳକ ସୁନିଲ କୁମାର ପଧାନ, ଜିପିଏଲ ଏଫ୍ ସଭାନେତ୍ରୀ ପୁଷ୍ପାଞ୍ଜଳି ଶର୍ମା, ଏମବିକେ ତପସ୍ଵିନୀ ନାଗ । ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମ ଦାତା ଶ୍ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ l
ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।
କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା ।
ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାର କୁ ଠିକ୍ ଭାବେ ପରିଚାଳନା କରିପାରିବେ ।
ପ୍ରକାଶ ଚନ୍ଦ୍ର ସାହୁ, ସୁନିଲ କୁମାର ପଧାନ ଓ ମମିତା ପୁଝାରୀ ତାଲିମ୍ ପ୍ରଦାନ କରିଥିଲେ । ମମିତା ପୁଝାରୀ, ହାଡ଼ି ପାତ୍ର, ପୁଷ୍ପାଞ୍ଜଳି ଶର୍ମା, ତପସ୍ଵିନୀ ନାଗ, ବଂଶୀ ଧର ରଣା ଓ ଗ୍ରାମ ପଞ୍ଚାୟତ ର କର୍ମ କର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।