ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

ମ.ରାମପୁର,୨୩/୧୨(ମସୀହା):ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱର ର ମିଳିତ ସହଯୋଗ ରେ ମ.ରାମପୁର ବ୍ଲକ ର ମାଣିକେରା ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ନାଏବ ସରପଞ୍ଚ ସବିତା ପାତ୍ର, ସମ୍ମାନିତ ଅତିଥି ପିଇଓ ତ୍ରିନାଥ ଶବର , ଆଇଆଇ ଏଫ୍ଏଲ ବ୍ୟାଙ୍କ ପରିଚାଳକ ସୁନିଲ କୁମାର ପଧାନ, ଜିପିଏଲ ଏଫ୍ ସଭାନେତ୍ରୀ ପୁଷ୍ପାଞ୍ଜଳି ଶର୍ମା, ଏମବିକେ ତପସ୍ଵିନୀ ନାଗ । ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମ ଦାତା ଶ୍ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ l 

ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।

କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା ।

ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ପରିବାର କୁ ଠିକ୍ ଭାବେ ପରିଚାଳନା କରିପାରିବେ ।

ପ୍ରକାଶ ଚନ୍ଦ୍ର ସାହୁ, ସୁନିଲ କୁମାର ପଧାନ ଓ ମମିତା ପୁଝାରୀ ତାଲିମ୍ ପ୍ରଦାନ କରିଥିଲେ । ମମିତା ପୁଝାରୀ, ହାଡ଼ି ପାତ୍ର, ପୁଷ୍ପାଞ୍ଜଳି ଶର୍ମା, ତପସ୍ଵିନୀ ନାଗ, ବଂଶୀ ଧର ରଣା ଓ ଗ୍ରାମ ପଞ୍ଚାୟତ ର କର୍ମ କର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।

ମ.ରାମପୁର ରୁ ପରମାନନ୍ଦ ବିଶିଙ୍କ ରିପୋର୍ଟ

Related posts

ବିଜେପି ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ବେଛାକୃତ ରକ୍ତଦାନ ଶିବିର

Sunil Chandra Nayak

ଗୋଲାପ ଫୁଲ ଦେଇ ସଡକ ସୁରକ୍ଷା ସଚେତନତା 

masiha

ରାଉରକେଲା ସାହିତ୍ଯ ସଂସଦ ଗଠିତ 

masiha

Leave a Comment

error: Content is protected !!