ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଉଲ୍ଲେଖନୀୟ ସେବା କାର୍ଯ୍ୟ ପାଇଁ ଡାକ୍ତର ପାଣିଗ୍ରାହୀ ସମ୍ବର୍ଦ୍ଧିତ

ଡାକ୍ତର ସଦାନନ୍ଦ ପାଣିଗ୍ରାହୀ ଙ୍କ ୩୦ ହଜାର ସଫଳ ମହିଳା ବନ୍ଧ୍ୟାକରଣ ଅସ୍ତ୍ରୋପଚାର
ପରିବାର ନିୟୋଜନ କ୍ଷେତ୍ର ରେ ଏକ ମାଇଲ ଖୁଣ୍ଟ ..

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସରକାରୀ ଚିକିତ୍ସାଲୟରେ ଅବସ୍ଥାପିତ ଡାକ୍ତର ସଦାନନ୍ଦ ପାଣିଗ୍ରାହୀ ନିଜର ୨୬ ବର୍ଷ ଚାକିରୀ କାଳ ମଧ୍ୟରେ ୩୦ ହଜାର ମହିଳା ଙ୍କୁ ସଫଳ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କରି ଏକ ଇତିହାସ ସୃଷ୍ଟି କରି ଥିବାରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଠାରେ ଆୟୋଜିତ ଆଶା ଓ ଗାଁ କଲ୍ୟାଣ ସମିତି ସମାବେଶରେ ନବ ନିର୍ବାଚିତ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ତାଙ୍କୁ ସଂମାନିତ କରିଥିଲେ।ଏହି ସମାବେଶରେ ଅତିରିକ୍ତ ଜିଲ୍ଲାପାଳ ଶରତ ଶ୍ରୀ ଚନ୍ଦନ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର କସ୍ତୁରୀ ମିଶ୍ର,ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ(ପରିବାର କଲ୍ୟାଣ) ଡାକ୍ତର ଚନ୍ଦ୍ରକାନ୍ତି ଆଚାର୍ଯ୍ୟ, ଡିପିଏମ ଅବନୀ ରଞ୍ଜନ ମହାପାତ୍ର,ଏମସିଏଚ ସଂଯୋଜକ ଭବାନୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ସେବା କାର୍ଯ୍ୟରେ ସଫଳତା ପାଇଁ ସେ ଥରେ ଜାତୀୟ ସ୍ତରରେ ସମ୍ବର୍ଦ୍ଧିତ ହୋଇଥିବା ବେଳେ ରାଜ୍ୟ ସ୍ତରରେ ସାତଥର ଓ ଜିଲ୍ଲା ସ୍ତରରେ ଚାରିଥର ସମ୍ବର୍ଦ୍ଧିତ ହୋଇଛନ୍ତି।ତାଙ୍କର ଏହି ସେବା କାର୍ଯ୍ୟ ପାଇଁ ୨୦୧୪ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ।ଡାକ୍ତର ପାଣିଗ୍ରାହୀଙ୍କୁ ନିକଟରେ ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନେସେନାଲ ଫ୍ରେଣ୍ଡସିପ ସୋସାଇଟି ପକ୍ଷରୁ ଭାରତ ଜ୍ୟୋତି ସଂମାନ ପ୍ରଦାନ କରାଯାଇଥିଲା।ଡାକ୍ତର ପାଣିଗ୍ରାହୀ ଙ୍କ ଏଭଳି ସଫଳତା ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ର ସୁଅ ଛୁଟୁଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ

Related posts

ସମର୍ଥ ଦୃଷ୍ଟି ହୀନ ଆଶ୍ରମ କୁ କଳାହାଣ୍ଡି ଏସପି ଙ୍କ ପରିଦର୍ଶନ

ତ୍ରିନାଥ ପଟ୍ଟନାୟକ ଙ୍କ କବିତା ସ୍ମୃତିରେ ପଦ୍ମଶ୍ରୀ ରଜତ କୁମାର କର

ଭ୍ରମର ବାଗ ଙ୍କ କବିତା ହେ କଳା ଠାକୁର 

Leave a Comment

error: Content is protected !!