ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ଫେବୃଆରୀ ୩ରୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ଫେବୃଆରୀ ୩ରୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ୱର (ମ ସୀ ହା)୧୯/୦୧_ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ତୃତୀୟ କ୍ଯାବିନେଟ୍‌ ନିଷ୍ପତ୍ତି ଅନୁଯାୟୀ ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜିତ ହେବ।

ଏହି ପରିପ୍ରେକ୍ଷୀରେ ଆଜି ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି.କାର୍ତ୍ତିକ ପାଣ୍ଡିଆନ୍‌ ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ।

ସମ୍ମିଳନୀ ଉପଲକ୍ଷେ ପ୍ରସ୍ତୁତ କରାଯାଉଥିବା ଅକ୍ଷର ଭୂମିକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ମିଳନୀର ପ୍ରଥମ ଦିନରେ ଲୋକାର୍ପଣ କରିବେ। ଉକ୍ତ ସମ୍ମିଳନୀ ଅବସରରେ ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ତଥା ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଓଡ଼ିଆ ଭାଷା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ।

ଏହି ସମ୍ମିଳନୀରେ ଭାଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟ ବସ୍ତୁ ଗୁଡ଼ିକୁ ନେଇ ୧୬ଗୋଟି ସମ୍ପାନ ଆୟୋଜନ କରାଯିବ। ଏତଦବ୍ଯତୀତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସ୍ଵତନ୍ତ ସମ୍ପାନର ଆୟୋଜନ କରାଯିବ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଲୋକାର୍ପିତ ଲୋଗୋକୁ ଚୟନିତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକର ପ୍ରମୁଖ ସ୍ଥାନ ତଥା କାନ୍ଥରେ ଚିତ୍ରଣ କରାଯିବ।

ଏହି ଲୋଗୋକୁ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରାଯିବା ସହିତ ସମସ୍ତ ସରକାରୀ ଗାଡ଼ିରେ ଷ୍ଟିକରିଂ କରାଯାଇ ସମ୍ମିଳନୀର ପ୍ରଚାର ପ୍ରସାର କରାଯିବ। ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ବିଷୟଭିତ୍ତିକ ସଙ୍ଗୀତ ପ୍ରସ୍ତୁତ କରାଯିବ। ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମ ଗୁଡ଼ିକର ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ଉଭୟ ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମର ବ୍ଯବହାର କରାଯିବ। 

ଓଡ଼ିଶା ପରିବାର ତରଫରୁ ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆ ସଂଗଠନମାନଙ୍କୁ ଲାଇଭ୍ ୱେବ୍‌କାଷ୍ଟ୍ ଦ୍ଵାରା ଯୋଡ଼ାଯାଇ ସମ୍ମିଳନୀର ଉଦଘାଟନ ଓ ଉଦଯାପନ ଉତ୍ସବରେ ବାସ୍ତବ ଓ ଆଭାସୀ ଉପସ୍ଥିତି ନିମନ୍ତେ ଉତ୍ସାହିତ କରାଯିବ।

ଏଥିସହିତ ସେମାନଙ୍କର ମତାମତକୁ ବୈଦ୍ୟୁତିକ ଗଣମାଧ୍ୟମ ଓ ମୁଦ୍ରଣ ଗଣମାଧ୍ୟମରେ ପ୍ରକାଶ କରାଯିବା ସହିତ ମତାମତର କ୍ୟାଟଲଗ ମଧ୍ୟ ପ୍ରସ୍ତୁତ କରାଯିବ। ଏହି ସମ୍ମିଳନୀ ଉପଲକ୍ଷେ ସମ୍ମିଳନୀ ସମ୍ବନ୍ଧୀୟ ଆଲୋଚନା ଚକ୍ର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଗୁଡ଼ିକୁ ତଥ୍ୟପୁସ୍ତିକା (Brochure) ମାଧ୍ୟମରେ ପ୍ରକାଶ କରାଯିବ। ପ୍ରତିବର୍ଷ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ ପାଳନ କରାଯିବା ସହିତ ରାଜ୍ୟ ମାତୃଭାଷା ଦିବସ ପାଳନ କରାଯିବ।

ମାତୃଭାଷାର ବହୁଳ ବ୍ୟବହାର ନିମନ୍ତେ ବିଭିନ୍ନ ନିଗମ କାର୍ଯ୍ଯାଳୟ/ ସରକାରୀ କାର୍ଯ୍ଯାଳୟ/ ବେସରକାରୀ କାର୍ଯ୍ଯାଳୟ/ ଅନୁଷ୍ଠାନମାନଙ୍କରେ ଓଡ଼ିଆ ଭାଷାର ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ/ସମ୍ବର୍ଦ୍ଧିତ କରାଯିବ। ରାଜ୍ୟ ବାହାରେ ବିଭିନ୍ନ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ।

ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଆ ଶିଖିବା ନିମିତ୍ତ ଉଭୟ ଡିଜିଟାଲ ଓ କଠିନ ପୁସ୍ତକ ଯୋଗାଇ ଦିଆଯିବ। ସେମାନଙ୍କୁ ସପ୍ତମ ଶ୍ରେଣୀ ସ୍ତରର ଓଡ଼ିଆ ଉତ୍ତୀର୍ଣ୍ଣ ପ୍ରମାଣପତ୍ର ପ୍ରଦାନ ନିମିତ୍ତ ଏକ ପରୀକ୍ଷା ପ୍ଲାଟଫର୍ମ ମଧ୍ୟ ଉପଲବ୍ଧ କରାଯିବ। ରାଜ୍ୟରେ ଶହେ ବର୍ଷରୁ ପୁରୁଣା ୧୦୯ଟି ପ୍ରାଥମିକ ବିଦ୍ୟାଳୟ ଏବଂ ୪୫ଟି ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ଭାବେ ଘୋଷଣା କରାଯିବା ସହ ଉକ୍ତ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ବରପୁତ୍ରମାନଙ୍କୁ ସମ୍ବର୍ଦ୍ଧନା କରାଯିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ନାୟକ ଅକ୍ଷୟ ରାଜହସ୍ତୀ ଙ୍କ ରିପୋର୍ଟ୍ 

Related posts

୫-ଟି ସ୍କୁଲର ରକ୍ଷାଣବେକ୍ଷଣ କରିବେ ମିଶନ ଶକ୍ତି ମହିଳା

Sunil Chandra Nayak

ଗିନିସ୍‌ ବୁକ୍‌ ଅଫ୍‌ ରେକର୍ଡ୍ସରେ ବିର୍ସା ମୁଣ୍ଡା ଷ୍ଟାଡିୟମ୍‌ !

Sunil Chandra Nayak

ମିଶନ ଶକ୍ତି କମ୍ୟୁନିଟି ପାର୍ଟନର ପାଇଲେ ୮ ହଜାର ସାଇକେଲ

Sunil Chandra Nayak

Leave a Comment

error: Content is protected !!