ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆସନ୍ତା ୨୪ରୁ ବିଶ୍ବନାଥପୁରରେ ବିରାଟ ଧନୁଯାତ୍ରା ମହୋତ୍ସବ

ଆସନ୍ତା ୨୪ରୁ ବିଶ୍ବନାଥପୁରରେ ବିରାଟ ଧନୁଯାତ୍ରା ମହୋତ୍ସବ

ଲାଞ୍ଜିଗଡ,୨୨/୦୧(ମନିସ)-ଆସନ୍ତା ୨୪ ତାରିଖରୁ ମାର୍ଚ୍ଚ ୩ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁରଠାରେ ମହା ସମାରୋହରେ ପାଳିତ ହେବ ବିରାଟ ଧନୁଯାତ୍ରା ମହୋତ୍ସବ। ଏଇ ଧନୁଯାତ୍ରା ମହୋତ୍ସବକୁ ନେଇ ଅଞ୍ଚଳରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି। ଏଥିପାଇଁ ବିଶ୍ବନାଥପୁରଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ବନାଥପୁର ଗୌନ୍ତିଆ ତଥା ଲାଞ୍ଜିଗଡ଼ ବିଧାୟକଙ୍କ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇଙ୍କ ଆବାହକତ୍ବରେ ଅନୁଷ୍ଠିତ ବୈଠକରେ ଧନୁଯାତ୍ରା ମହୋତ୍ସବ ପରିଚାଳନା କମିଟିର ସଭାପତି ଭାବେ ଅନନ୍ତରାମ ପ୍ରଧାନୀ, କାର୍ଯ୍ୟକାରୀ ସଭାପତି ଅଚ୍ୟୁତ ଘଡ଼େଇ, ଉପସଭାପତି ମୀନକେତନ ଦଳେଇ, ସାଧାରଣ ସଂପାଦକ ମନୋରଞ୍ଜନ ବିଶି, ଯୁଗ୍ମ ସଂପାଦକ ତରୁଣ କୁମାର ଦାସ, କ୍ଷୀରସିନ୍ଧୁ ସାହୁ, କୋଷାଧ୍ୟକ୍ଷ ମନମୋହନ ନାଏକ ପ୍ରମୁଖ ଦାୟିତ୍ବ ତୁଲାଉଛନ୍ତି। ଧନୁଯାତ୍ରା ଉପଲକ୍ଷେ ମୀନାବଜାର, ଖାଦ୍ୟ ବଜାର ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଅପେରା ପ୍ରଦର୍ଶିତ ହେବ ବୋଲି କମିଟି ସୂତ୍ରରୁ ଜଣାପଡ଼ିଛି।

ଲାଞ୍ଜିଗଡ଼ ରୁ ସୁଶିଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ କର୍ମଚାରୀଙ୍କ ସାମୁହିକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

“ଆମେ ପଢ଼ିବା ଆମ ଭାଷାରେ” ଉମରକୋଟ ଠାରେ ଏକ ଦିବସୀୟ ଜିଲ୍ଲା ସ୍ତରୀୟ କର୍ମଶାଳା

Sunil Chandra Nayak

ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା

Leave a Comment

error: Content is protected !!