ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

୭୫ ତମ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ

୭୫ ତମ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ

ଜୁନାଗଡ଼,୨୧/୧(ମ ନି ସ)ଜୁନାଗଡ଼ ଠାରେ ଏନଏସି ସ୍ତରୀୟ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଏନଏସି ପରିସର ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ନଗରପାଳ ମୁକେଶ ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଜୁନାଗଡ଼ ହାଇସ୍କୁଲ ପଡିଆ ଠାରେ ପତାକା ଉତ୍ତୋଳନ କରାଯିବ।ଏଥିରେ ପ୍ରଭାତ ଫେରି, ମହାପୁରୁଷଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ ଓ ପ୍ୟାରେଡ଼ ପ୍ରତିଯୋଗିତା ପ୍ରଭୁତି କାର୍ଯ୍ୟକ୍ରମ ନେଇ ଆଲୋଚନା ହୋଇଥିଲା। ସନ୍ଧ୍ୟାରେ ଏନଏସି ପରିସର ମଧ୍ୟରେ ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଦେଶାତ୍ମକ ବୋଧକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଗ୍ରନ୍ଥା ଗାରିକ କନ୍ଦର୍ପ ଗୁରୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ପାରିଷଦ ହିମାଦ୍ରୀ ସିନ୍ଦୁର ଧନ୍ୟବାଦ ଦେଇଥିଲେ।ଏଥିରେ ସହରର ପାରିଷଦ, ବୁଦ୍ଧିଜୀବୀ, ସାମ୍ବାଦିକ ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ ଓ ସହରବାସୀ ଉପସ୍ଥିତ ରହି ଥିଲେ।

ଜୁନାଗଡ଼ ରୁ ନରେନ୍ଦ୍ର ଖିତି ଙ୍କ ରିପୋର୍ଟ୍ 

Related posts

କଳାରୁଦ୍ର ଯୁବକ ସଂଘ ପକ୍ଷରୁ ଜଳ ସଂରକ୍ଷଣ କାର୍ଯ୍ୟକ୍ରମ

masiha

ଆଦିବାସୀ ନୃତ୍ୟ ସଙ୍ଗୀତ ଡଙ୍ଗର ମହୋତ୍ସବ ୨୦୨୩ ଉଦଘାଟିତ

Sunil Chandra Nayak

ଚଇତି ଓ ପଲ୍ଲିଶ୍ରୀ ମେଳା ୨୦୨୩ ଉଦ୍ଘାଟିତ, ରାୟଗଡ ଜିଲ୍ଲାର ବିକାଶ ଓ ବିକଶିତ ଜିଲ୍ଲା ଗଠନ ପାଇଁ ଅତିଥି ଗଣଙ୍କ ଆହ୍ବାନ

masiha

Leave a Comment

error: Content is protected !!