ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଳାହାଣ୍ଡି ଭବାନୀପାଟଣା ମେଡିକାଲରେ ନିଆଁ।ସ୍ତ୍ରୀ ଓ ପ୍ରସୂତୀ ବିଭାଗର ଏମସିଏଚ ବିଲ୍ଡିଂରେ ଅଗ୍ନିକାଣ୍ଡ । ଅଳ୍ପକେ ବର୍ତ୍ତିଗଲେ ରୋଗୀ 

କଳାହାଣ୍ଡି ଭବାନୀପାଟଣା ମେଡିକାଲରେ ନିଆଁ।ସ୍ତ୍ରୀ ଓ ପ୍ରସୂତୀ ବିଭାଗର ଏମସିଏଚ ବିଲ୍ଡିଂରେ ଅଗ୍ନିକାଣ୍ଡ । ଅଳ୍ପକେ ବର୍ତ୍ତିଗଲେ ରୋଗୀ 

କଳାହାଣ୍ଡି ଜିଲ୍ଳା ସହିଦ ରେଣ୍ଡୋ ମାଝୀ ଭେଷଜ୍ ମହାବିଦ୍ୟାଳୟ ପରିସରରେ ଥିବା ଏମସିଏଚ ର ଚତୁର୍ଥ ମହଲାରେ ଲାଗିଲା ନିଆଁ । ବିଳମ୍ବିତ ରାତିରେ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା।

 ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି I କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଲାଗିଲା ନିଆଁ । ସ୍ତ୍ରୀ ପ୍ରସୂତି ଓ ଶିଶୁ ବିଭାଗ ୱାର୍ଡରେ ନିଆଁ।ରାତି ପ୍ରାୟ ୧୨ଟା ବେଳେ ସ୍ତ୍ରୀ ପ୍ରସୂତି ଓ ଶିଶୁ ବିଭାଗ ବିଲ୍ଡିଂର ଚତୁର୍ଥ ମହଲାରେ ନିଆଁ ଲାଗିଥିଲା । ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି ।

ସଦର ଏସଡିପିଓ ଓ ଟାଉନ ଥାନା ଆଇଆଇସି ଘଟଣାସ୍ଥଳରେ ପହଞ୍ଚିଥିଲେ । ଖବର ପାଇ ଅଗ୍ନିଶମ ବିଭାଗର ୩୦ଜଣିଆ ଟିମ ଘଟଣାସ୍ଥଳରେ ପହଞ୍ଚିି ନିଆଁକୁ ଆୟତ କରିଥିଲା । ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ଶିଶୁମାନଙ୍କୁ ତଳ ମହଲାରେ ରଖାଯାଇଛି । କଳାହାଣ୍ଡି ଏସପି ଓ ଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଲୋକଙ୍କ ସେବାରେ ଯାତ୍ରୀ ବିଶ୍ରାମଗାର, ଆନନ୍ଦିତ ହେଉଛନ୍ତି ଯାତ୍ରୀ

Sunil Chandra Nayak

ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ୫ଟି ସଚିବ ,ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା କଲେ 

ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର 

Sunil Chandra Nayak

Leave a Comment

error: Content is protected !!