ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋକସରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ ଓ ଓଡ଼ିଆ ସାହିତ୍ୟ ଉଦଯାପନି ସମାରୋହ ଅନୁଷ୍ଠିତ

କୋକସରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ ଓ ଓଡ଼ିଆ ସାହିତ୍ୟ ଉଦଯାପନି ସମାରୋହ ଅନୁଷ୍ଠିତ

କୋକସରା,୨୪/୧ // ରାଜ୍ୟ ସରକାରଙ୍କ ନୂଆ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଦ୍ଵିତୀୟ ପର୍ଯ୍ୟାୟରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ଓଡ଼ିଆ ଭାଷା ସାହିତ୍ୟ ସମ୍ମିଳନୀ ଆୟୋଜନ କରାଯାଉଛି । ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ପଞ୍ଚାୟତ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟରେ ଓଡ଼ିଆ ସାହିତ୍ୟ ଭାଷା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ ଉପେନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଛାତ୍ରୀ ମାନେ ସମସ୍ତ ଅତିଥୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୋକସରା ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ପୁଷ୍ପରାଜ ମେହେର, ମୁଖ୍ୟ ବକ୍ତା ଭାବେ ଶିକ୍ଷକ ଲକ୍ଷ୍ମୀଧର ସାହୁ, ସମ୍ମାନିତ ଅତିଥି ଭାବେ ଓଡ଼ିଆ ଅଧ୍ୟାପକ ଅଶ୍ୱିନ କୁମାର ପଟ୍ଟନାୟକ, ଅଧ୍ୟାପକ ଯୁଗଳ କିଶୋର ବାଗ, ରାମକୃଷ୍ଣ ଚୌଧୁରୀ ଉପସ୍ଥିତ ରହି ଥିବାବେଳେ କାର୍ଯ୍ୟକ୍ରମ ସଂଯୋଜନା ଅଧ୍ୟାପକ ଦେବେନ୍ଦ୍ର ମେହେର କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ଭାଷା ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ଓଡ଼ିଆ ଜାତିର ଅସ୍ମିତା ଉପରେ ଆଲୋଚନା ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମଞ୍ଚ ପରିଚାଳନା ଜୟରାମ ସୁନାନୀ କରିଥିଲେ। ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ଅଧ୍ୟାପକ ଅନୀଲ ବାଗ, ଜିତାମିତ୍ର ମେହେର, ଲିପ୍ସା ଦାସ, ଜ୍ୟୋତିର୍ମୟୀ ପାଣିଗ୍ରାହୀ, ଖେଳ ଶିକ୍ଷକ ନିରଞ୍ଜନ ନେଗି, କର୍ମଚାରୀ ମୋହନ ବାଗ, ସୁଜିତ ପଣ୍ଡା ଓ ଅନ୍ୟ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ମସିହା ନିୟୁଜ ସର୍ଭିସ୍ 

Related posts

ମେଗାଲିଫ୍ଟ ଚାଷି ଙ୍କ ଆମରଣ ଅନଶନ, ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ଓହରିଲେ ଆନ୍ଦୋଳନକାରୀ। ପଞ୍ଜିକରଣ ଆରମ୍ଭ ନ ହେବା ଯାଏଁ ଧାରଣା ଜାରି ରହିବ….

ସହିଦ୍ ମନୋଜ କୁମାର ସ୍ବାଇଁ ଙ୍କୁ ଶ୍ରଦ୍ଧାଞ୍ଜଳି 

masiha

କୁସୁମିତ ବ୍ଳକ! ଵଡହାତନାଵେଡା ପଞ୍ଚାୟତର ରାଇପଡା ଗ୍ରାମ୍ୟ ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀଙ୍କ ଦାବି 

Sunil Chandra Nayak

Leave a Comment

error: Content is protected !!