ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ସତିଶ ପଧାନ ଓ ଉପାଧ୍ୟକ୍ଷ ଦୀପକ କୁମାର ବରାଳ ଛାତ୍ରଛାତ୍ରୀମାନଙ୍କୁ ତାଙ୍କ ବକ୍ତବ୍ୟରେ ସାଧାରଣତନ୍ତ୍ର ଦିବସର ବିଶେଷତ୍ଵ ଉପରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ପରିଚାଳନା କମିଟିର ସଂପାଦକ ଗୋପାଳ କୃଷ୍ଣ ସିଂହଦେଓ, କୋଷାଧ୍ୟକ୍ଷ ଆଲୋକ ବେଦବାକ, ବାଦଲ ମହାକୁର, ସଭ୍ୟ ଶିରିଶ ଚନ୍ଦ୍ର ହୋତା, ସଭ୍ୟ ସଞ୍ଜିବ ସାହୁ, ଉପାଧ୍ୟକ୍ଷ ସୁଶ୍ରୀ ମମିତା ବେହେରା ମଞ୍ଚାସୀନ ଥିଲେ । ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ହରେକୃଷ୍ଣ ନାୟକ ସଭା ସଂଯୋଜନା କରି ଧନ୍ୟବାଦ ଅର୍ପଣ କରିଥିଲେ । ପରେପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ କର୍ମଚାରୀ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିଥିଲେ ।

ବଲାଙ୍ଗିର ରୁ ଦୁର୍ଯ୍ୟୋଧନ ବର୍ଗେ ଙ୍କ ରିପୋର୍ଟ୍ 

Related posts

୫ ଟି ସଚିବଙ୍କ ଗସ୍ତ ପୂର୍ବରୁ ଡୋକରିଚଞ୍ଚରାରେ ସ୍ଥିତି ଅନୁଧ୍ୟାନ କଲେ ଧର୍ମଗଡ଼ ଉପ ଜିଲ୍ଲାପାଳ

ରାଜପୁର ପଂଚାୟତରେ ଆମ ଓଡ଼ିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମରେ ପୁଣି ଠୁମକା ମାରିଲେ ଜୁନାଗଡ଼ ବିଧାୟକ

masiha

ଫାଇଲେରିଆ ରୋଗର ନିରାକରଣ ନିମନ୍ତେ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ନେଇ ସଚେତନତା ଶିବିର  

Sunil Chandra Nayak

Leave a Comment

error: Content is protected !!