ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶତାୟୁ,ବି.ବି. ହାଇସ୍କୁଲ,ଢେଙ୍କାନାଳ ପରିସରରେ ବର୍ଣ୍ଣାଢ଼୍ୟ ୭୫ତମ ସାଧାରଣତନ୍ତ୍ର ଦିବସ -୨୦୨୪ ଉତ୍ସବ ପାଳିତ

ଶତାୟୁ,ବି.ବି. ହାଇସ୍କୁଲ,ଢେଙ୍କାନାଳ ପରିସରରେ ବର୍ଣ୍ଣାଢ଼୍ୟ ୭୫ତମ ସାଧାରଣତନ୍ତ୍ର ଦିବସ -୨୦୨୪ ଉତ୍ସବ ପାଳିତ 

 ଢେଙ୍କାନାଳ(ମ ସୀ ହା)୨୬.୦୧_ ଗୁରୁବାର ଦିବା ଘ.୦୭.୩୦ ମିନିଟ ସମୟରେ ସ୍ଥାନୀୟ ଶତାୟୁ, ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳ ପରିସରରେ କୋଭିଡ-୧୯ ନିୟମ ସବୁକୁ ଅନୁପାଳନ କରି ବର୍ଣ୍ଣାଢ଼୍ୟ ୭୫ତମ ସାଧାରଣତନ୍ତ୍ର ଦିବସ -୨୦୨୪ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ,ଓଡ଼ିଶା ଶିକ୍ଷାସେବା(ଏସ. ବି)(ଗ୍ରୁପ -ଏ) ଜୁନିୟରଙ୍କ ଅସୁସ୍ଥତା ଜନିତ ନିର୍ଦ୍ଦେଶ ଅନୁସାରେ ବିଦ୍ୟାଳୟର ବରିଷ୍ଠ ସହକାରୀ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡ଼ା.ଦେବୀ ପ୍ରସାଦ ମିଶ୍ର ମୁଖ୍ଯ ଅତିଥି ଭାବରେ ଯୋଗଦାନ କରି ବିଦ୍ୟାଳୟସ୍ତରୀୟ ଜାତୀୟ ପତାକା ଉତ୍ତୋଳନ କରି ପ୍ୟାରେଡ୍ ରେ ଅଂଶଗ୍ରହକାରୀ ଚାରି ଗୋଟି ଦଳର ଅଭିବାଦନ ଗ୍ରହଣ କରିବା ସଙ୍ଗେ ସଙ୍ଗେ ସ୍ଵୀୟ ଅଭିଭାଷଣରେ ବିଶ୍ୱର ସର୍ବବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତବର୍ଷର ସର୍ବବୃହତ୍ ସମ୍ବିଧାନରେ ପ୍ରଦତ୍ତ ସ୍ୱାଧିନତା ସ୍ବେଚ୍ଛାଚାରିତା ନୁହେଁ ଓ ଭାରତର କଷ୍ଟଲବ୍ଧ ସ୍ୱାଧିନତା ପାଇଁ ଯେଉଁ ସେନା ବାହିନୀ ସଦା ସଜାଗ ହୋଇ ଜାଗ୍ରତ ପ୍ରହରୀ ସାଜିଛନ୍ତି,ଯେଉଁ କୃଷକ ବନ୍ଧୁମାନେ ଆମକୁ ଖାଦ୍ୟ ଯୋଗାଇ ବଞ୍ଚାଇ ରଖିଛନ୍ତି ,ଯେଉଁମାନେ ଶିକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନିର୍ବାହ କରି ମଣିଷ ତିଆରି କାରଖାନାରେ ମଣିଷ ତିଆରି କରୁଛନ୍ତି ଦେଶ ଗଠନରେ ପ୍ରତ୍ୟେକ କ୍ଷେତ୍ରରେ ଯେଉଁମାନେ ପ୍ରମୁଖ ଭୁମିକା ନିର୍ବାହ କରୁଛନ୍ତି ସମସ୍ତଙ୍କୁ ପ୍ରଣାମ ଜଣାଇ ଏହି କଷ୍ଟଲବ୍ଧ ସ୍ୱାଧୀନତା ଓ ସମ୍ବିଧାନକୁ ସୁରକ୍ଷିତ ଓ ଅକ୍ଷୁର୍ଣ୍ଣ ରଖିବାକୁ ସମସ୍ତେ ଚେଷ୍ଟିତ ହେବାକୁ ଦୃଢ଼ ଆହ୍ୱାନ ଜଣାଇଥିଲେ। ମୁଖ୍ଯ ଅତିଥି ସ୍ଵୀୟ ଅଭିଭାଷଣକୁ ସୁବିସ୍ତୃତ ଭାବରେ ପ୍ରଦାନ ନକରି ସଂକ୍ଷିପ୍ତ ଅଭିଭାଷଣ ରଖିଥିଲେ ଓ ତାଙ୍କ ପରିବର୍ତ୍ତେ ନବମ ଶ୍ରେଣୀର ଛାତ୍ରୀ ଚିନ୍ମୟୀ ବେହେରାଙ୍କୁ ଏଥିପାଇଁ ଏକ ସୁଯୋଗ ପ୍ରଦାନ କରିଥିଲେ। ସୁଶ୍ରୀ ଚିନ୍ମୟୀ ବେହେରା ସ୍ଵୀୟ ଅଭିଭାଷଣରେ ବିଶ୍ୱର ସର୍ବବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ରର ସର୍ବବୃହତ ସମ୍ବିଧାନକୁ ସମ୍ମାନ ଜଣାଇବା ଓ ଦେଶର କୃଷି,ଶିକ୍ଷା,ସ୍ୱାସ୍ଥ୍ୟ,ଶିଳ୍ପ,ଗମନାଗମନ,ଯୋଗାଯୋଗ,ବିଜ୍ଞାନ, ବୈଷୟିକ ବିଜ୍ଞାନ,ମହାକାଶ ଅଭିଯାନ ଆଦି ସମସ୍ତ କ୍ଷେତ୍ରରେ ଭାରତର ସାମଗ୍ରିକ ସଫଳତା ଭାରତକୁ ବିଶ୍ଵଗୁରୁର ମର୍ଯ୍ୟାଦା ପ୍ରଦାନ କରିପାରିଛି ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ ଓ ଆଜାଦୀର ଅମୃତ ମହୋତ୍ସବ ତଥା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିବାକୁ ଦୃଢ଼ ଆହ୍ବାନ ଜଣାଇଥିଲେ। ବିଦ୍ୟାଳୟ ସ୍ତରୀୟ ଏହି ପ୍ୟାରେଡ୍ ରେ ସମର ଶିକ୍ଷାର୍ଥୀ ସ୍ଥଳବାହିନୀ ବାଳିକା ପ୍ରଥମ ସ୍ଥାନ,ଆକାଶ ବାହିନୀ ବାଳକ ବିଭାଗ ଦ୍ୱିତୀୟ ସ୍ଥାନ,ସ୍ଥଳବାହିନୀ ବାଳକ ବିଭାଗ ଓ ନୌ -ବାହିନୀ ବାଳକ ଓ ବାଳିକା ବିଭାଗ ଯୁଗ୍ମ ଭାବରେ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଏହିପରି ଚାରି ଗୋଟି ଦଳ ଏହି ବିଦ୍ୟାଳୟସ୍ତରୀୟ ବର୍ଣ୍ଣାଢ଼୍ୟ ପ୍ୟାରେଡ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣକରି ଉଚ୍ଚ ପ୍ରଶଂସିତ ହୋଇ ମୁଖ୍ୟ ଅତିଥିଙ୍କ ଠାରୁ ରାଜ୍ୟ ଓ ଜାତୀୟ ପୁରସ୍କାର ପ୍ରାପ୍ତ ପଣ୍ଡିତ ଡ଼ା.ରୁଦ୍ରନାରାୟଣ ମିଶ୍ର ସ୍ମୃତି ପୁରସ୍କାର ଗୁଡ଼ିକର ମେମେଣ୍ଟୋ ଗ୍ରହଣ କରିଥଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସାରଙ୍ଗଧର ସାହୁ,ଉପସଭାପତି ସୁପ୍ରଭା ସ୍ୱାଇଁ,ସଦସ୍ୟା ଝରଣା ପାତ୍ର,ମୀନା ନାଏକ,ସୀମା ରାଣୀ ସାହୁ,ପ୍ରଭାସିନୀ ସାହୁ, ବିଜୟଲକ୍ଷ୍ମୀ ଜେନା,ଲକ୍ଷ୍ମୀକାନ୍ତ ଜେନା,ଦିଲାବର ହୁସେନ, ବିରଞ୍ଚି ନାଏକ,ବରିଷ୍ଠ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡ଼ା.ଦେବୀ ପ୍ରସାଦ ମିଶ୍ର,ବରିଷ୍ଠ ପ୍ରାକ୍ତନ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସ୍ଵର୍ଣମୟୀ ଶତପଥୀ,ସମର ଶିକ୍ଷାର୍ଥୀ ନୌବାହିନୀ ପ୍ରାକ୍ତନ ଚିଫ ଅଫିସର ଧ୍ୟାନଚାନ୍ଦ ମିଶ୍ର,ବରିଷ୍ଠ ଅବସରପ୍ରାପ୍ତ ପ୍ରାକ୍ତନ ସମର ଶିକ୍ଷାର୍ଥୀ ସ୍ଥଳବାହିନୀ ଚିଫ ଅଫିସର ତଥା ବର୍ତ୍ତମାନର ଅତିଥି ଶିକ୍ଷକ ସୁଭାଷ କୁମାର ନନ୍ଦ,ସୁନିତାବାଳା ଷଡ଼ଙ୍ଗୀ,ଡେପୁଟେସନରେ କାର୍ଯ୍ୟରତା ଶିକ୍ଷୟିତ୍ରୀ ସୁନିତା ନାଥ,ସ୍ୱାଗତିକା ରଥ,ସୁଜାତା ପଣ୍ଡା,ସମର ଶିକ୍ଷାର୍ଥୀ ସ୍ଥଳ ବାଳିକା ବାହିନୀ ଥାର୍ଡ ଅଫିସର ଅନୁପମା ପଣ୍ଡା,ଗାଇଡ଼ ଶିକ୍ଷୟିତ୍ରୀ କ୍ଷୀରାବଧିତନୟା ମହାପାତ୍ର,ସୁଚିତ୍ରା ସାହୁ,ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର,ସଂସ୍କୃତ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ସ୍ଥଳ ବାହିନୀ ବାଳକ ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ ଦିପ୍ତିଶ କୁମାର ଶତପଥୀ, ସମର ଶିକ୍ଷାର୍ଥୀ ନୌ -ବାହିନୀ ବାଳକ ଓ ବାଳିକା ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ କିରଣମୟୀ ମହାଳିକ,ବ୍ୟାଣ୍ଡ ଦଳ ଦାୟିତ୍ୱରେ ଥିବା କ୍ରୀଡ଼ା ଶିକ୍ଷୟିତ୍ରୀ ସ୍ମିତିସୁଧା ଜେନା,କଲ୍ୟାଣୀ ବଡ଼ଜେନା,କିରଣ କଣ୍ଟା,ଭୂପେନ୍ଦ୍ର ସିଂ ମାଝୀ,ସପର୍ଯ୍ୟା ଶୁଭଶ୍ରୀ ମିଶ୍ର,ସ୍ମିତା ପଟ୍ଟନାୟକ,ଅନିତା ସାହୁ,ଶୁଭଶ୍ରୀ ଦେବସ୍ମିତା ରାଉତ,ସୁଜିତ କୁମାର ବାରା, ଏକମାତ୍ର ବରିଷ୍ଠ କାର୍ଯ୍ୟାଳୟ ସହକାରୀ ପ୍ରଫୁଲ୍ଲ କୁମାର ବିଶ୍ବାଳ,ବାସୁଦେବ ରଣା,ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ,ସନ୍ତୋଷ ଜେନା,ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ କୋଭିଡ-୧୯ ନିୟମାବଳୀ ଅନୁପାଳନ କରି ଯୋଗଦାନ କରି ବର୍ଣ୍ଣାଢ଼୍ୟ ସାଧାରଣତନ୍ତ୍ର ଦିବସ -୨୦୨୪ ପାଳନ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ। ପ୍ରକାଶଥାଉକି ଏହି ସମସ୍ତ ସମର ଶିକ୍ଷାର୍ଥୀ ବାହିନୀ ୪ ଗୋଟି ଦଳ ୭୫ତମ ଜିଲ୍ଲାସ୍ତରୀୟ ବର୍ଣ୍ଣାଢ଼୍ୟ ସାଧାରଣତନ୍ତ୍ର ଦିବସ -୨୦୨୪ ଉତ୍ସବରେ ସକ୍ରିୟ ଅଂଶଗ୍ରହଣ କରିବା ସଙ୍ଗେ ସଙ୍ଗେ ଢେଙ୍କାନାଳ ସହର ରାଜରାସ୍ତାରେ ସଫଳ ପ୍ୟାରେଡ୍ ପ୍ରଦର୍ଶନ କରିଥିଲେ। ସମର ଶିକ୍ଷାର୍ଥୀ ସ୍ଥଳ ବାଳିକା ବାହିନୀ ଥାର୍ଡ ଅଫିସର ଅନୁପମା ପଣ୍ଡାଙ୍କ ସଫଳ ମାର୍ଗଦର୍ଶନରେ ବି.ବି.ହାଇସ୍କୁଲ ସମର ଶିକ୍ଷାର୍ଥୀ ସ୍ଥଳବାହିନୀ ବାଳିକା ଦଳ ପ୍ରଥମ ସ୍ଥାନ ଅଧିକାର କରି ମୁଖ୍ୟମନ୍ତ୍ରୀ ରନିଂ ସିଲଡ ମୁଖ୍ୟଅତିଥି ଢେଙ୍କାନାଳ ଜିଲ୍ଲାପାଳ ମନୋରଞ୍ଜନ ମଲ୍ଲିକଙ୍କ ହସ୍ତରୁ ପରିଶେଷରେ ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡା.ଦେବୀ ପ୍ରସାଦ ମିଶ୍ର ୭୫ତମ ବର୍ଣ୍ଣାଢ଼୍ୟ ସାଧାରଣ ତନ୍ତ୍ର ଦିବସ -୨୦୨୪ ଉତ୍ସବର ସଫଳ ପରିଚାଳନା କରିବା ସଙ୍ଗେ ସଙ୍ଗେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଢେଙ୍କାନାଳରୁ ନାୟକ ଅକ୍ଷୟ ରାଜହସ୍ତୀଙ୍କ ରିପୋର୍ଟ୍

Related posts

ତୈଳିକ ସମାଜ ବାର୍ଷିକ ବୈଠକ

Sunil Chandra Nayak

ଅଧ୍ୟାପକ ଡକ୍ଟର ଅଜିତ ବେହେରାଙ୍କୁ କଳାହାଣ୍ଡି ଗବେଷକ ସମ୍ମାନ

Sunil Chandra Nayak

ଯୋରନ୍ଦାପୀଠର ଉନ୍ନତି ପାଇଁ ଏକାଠି ହେଲେ ଜିଲ୍ଲପାଳ ଓ ସାଧୁ ସମାଜ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort