ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୁଟିଆଚୁରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ “ରାଜ୍ୟସ୍ତରୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୁଟିଆଚୁରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ “ରାଜ୍ୟସ୍ତରୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
 ପ୍ରଧାନ ଶିକ୍ଷକ ମନୋରଞ୍ଜନ ସାହୁ ଙ୍କୁ ଶ୍ରେଷ୍ଠ ପ୍ରଧାନ ଶିକ୍ଷକ ପୁରସ୍କାର ରେ ପୁରସ୍କୃତ

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୁଟିଆଚୁରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ “ରାଜ୍ୟସ୍ତରୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର”୨୦୨୪, ମିଳିଥିବା ବେଳେ ପ୍ରଧାନ ଶିକ୍ଷକ ମନୋରଞ୍ଜନ ସାହୁ ଙ୍କୁ ମଧ୍ୟ ପ୍ରଧାନ ଶିକ୍ଷକ ପୁରସ୍କାର ରେ ପୁରସ୍କୃତ କରାଯାଇଛି।

୫ଟି ଓ ମୋ ସ୍କୁଲ ଅଭିଯାନ ତରଫରୁ ଓଡିଶା ସରକାରଙ୍କ ଦ୍ୱାରା ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଆଜି ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରଦାନ କରାଯାଇଛି। ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଙ୍କ ଦ୍ବାରା ଉଦଘାଟିତ ଏହି ପୁରସ୍କାର ପ୍ରଦାନ ଉତ୍ସବରେ ଓଡିଶା ସରକାରଙ୍କ ବିଭିନ୍ନ ପଦାଧିକାରୀ ଏହି ପୁରସ୍କାର ପ୍ରଦାନ କରିଥିଲେ l ମୁଖ୍ୟଅତିଥି ଭାବେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦାନ କରି ପୁରସ୍କାର ବିତରଣ କରିବା ସହ ଉପସ୍ଥିତ ଶିକ୍ଷକ, ଛାତ୍ର ଓ ପରିଚାଳନା କମିଟି ତଥା ପୂର୍ବତନ ଛାତ୍ର ମାନଙ୍କୁ ଉତ୍ସାହିତ କରିଥିଲେ। ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏହା ପଛରେ ଥିବା ମୂଳ ଲକ୍ଷ୍ୟ ବର୍ଣ୍ଣନା କରିବା ସହ ମାର୍ଗଦର୍ଶନ କରିଥିଲେ। ପୁଟିଆଚୁରା ଉଚ୍ଚପ୍ରାଥମିକ ବିଦ୍ୟାଳୟ ପୁରସ୍କାର ପାଇଁ ପ୍ରଧାନ ଶିକ୍ଷକ ଶ୍ରୀ ମନୋରଞ୍ଜନ ସାହୁ ପୁରସ୍କାର ଗ୍ରହଣ କରିଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

“ଅମ୍ଳାନ ସୃତି”ବହିର ଉନ୍ମଚନ

Sunil Chandra Nayak

ଝିରପାଣି ରେ ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ 

masiha

ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ଆଇନ ସଚେତନତା କର୍ମଶାଳା 

Sunil Chandra Nayak

Leave a Comment

error: Content is protected !!