ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ ବ୍ଲକ ବଗାଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବିଶ୍ବଜିତ ବେହେରାଙ୍କୁ ମିଳିଲା ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଧର୍ମଗଡ ବ୍ଲକ ବଗାଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବିଶ୍ବଜିତ ବେହେରାଙ୍କୁ ମିଳିଲା ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

 ମୋ ସ୍କୁଲ ଅଭିଯାନ ତରଫରୁ ଓଡିଶା ସରକାରଙ୍କ ଦ୍ୱାରା ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଆଜି ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରଦାନ କରାଯାଇଛି I ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଙ୍କ ଦ୍ବାରା ଉଦଘାଟିତ ଏହି ପୁରସ୍କାର ପ୍ରଦାନ ଉତ୍ସବରେ ଓଡିଶା ସରକାରଙ୍କ ବିଭିନ୍ନ ପଦାଧିକାରୀ ଏହି ପୁରସ୍କାର ପ୍ରଦାନ କରିଥିଲେ l ମୁଖ୍ୟଅତିଥି ଭାବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗଦାନ କରି ପୁରସ୍କାର ବିତରଣ କରିବା ସହ ଉପସ୍ଥିତ ଶିକ୍ଷକ, ଛାତ୍ର ଓ ପରିଚାଳନା କମିଟି ତଥା ପୂର୍ବତନ ଛାତ୍ର ମାନଙ୍କୁ ଉତ୍ସାହିତ କରିଥିଲେl ୫ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଏହା ପଛରେ ଥିବା ମୂଳ ଲକ୍ଷ୍ୟ ବର୍ଣ୍ଣନା କରିବା ସହ ମାର୍ଗଦର୍ଶନ କରିଥିଲେ l 

ଧର୍ମଗଡ ବ୍ଲକ ଅନ୍ତର୍ଗତ ବଗାଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ବିଶ୍ବଜିତ ବେହେରା ଙ୍କୁ ଉତ୍ତମ ଶିକ୍ଷା ପରିବେଶ ସୃଷ୍ଟି ପାଇଁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଜିଲ୍ଲା ସ୍ତରୀୟ ଯୁବରେଡକ୍ରସ ଶିବିର ଉଦଘାଟିତ

Sunil Chandra Nayak

ଡ଼. ମୌମିତା ଦେବନାଥ ଙ୍କୁ ନ୍ୟାୟ ପ୍ରଦାନ ଦାବି ରେ କେସିଙ୍ଗା ଟେଣ୍ଟ, ଲାଇଟ୍, ଫ୍ଲାୱାର, ଆଣ୍ଡ ଡିଜେ ସଂଘ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା

masiha

ଭଙ୍ଗା ଦଦରା ଘରେ ବିତୁଛି ଜୀବନ 

masiha

Leave a Comment

error: Content is protected !!