ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହା ରେ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

ତେରେସିଂହା ରେ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ୍ ଅନ୍ତର୍ଗତ ତେରେସିଂହା ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ, ତେରେସିଂହା ବସ୍ତି ଠାରେ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନନୀ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଭୁତି ଭୂଷଣ ସେଠ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା l ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ର ଶୁଭାରମ୍ଭ କରିବା ସହ ପ୍ରଥମେ ରାଜ୍ୟ ସଙ୍ଗୀତ ‌”ବନ୍ଦେ ଉତ୍କଳ ଜନନୀ” ସଙ୍ଗୀତ ଗାନ କରାଯାଇ ଥିଲା l ଏହି ଅବସରରେ ବିଦ୍ୟାଳୟର ଶିକ୍ଷକ ଗୁଣସାଗର ପଧାନ, ଅଭୟ ମିଶ୍ର, ସିଆରସିସି ହେମନ୍ତ କୁମାର ନାଏକ, ସଞ୍ଜୟ କୁମାର ଦାସଙ୍କ ସମେତ ଅଭିଭାବକ ମାନେ ଯୋଗଦେଇ ଥିଲେ l ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ପ୍ରସ୍ତୁତ ଚିତ୍ରାଙ୍କନ, ଝୋଟି ଅଙ୍କନ ପ୍ରତିଯୋଗିତା ହୋଇଥିଲା l ଶେଷରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇ ଥିଲା l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଲାଞ୍ଜିଗଡ ପଞ୍ଚାୟତ ସମିତିର ନବମ ବୈଠକ ଅନୁଷ୍ଠିତ

masiha

ଦେବାଗାଁ ପଂଚାୟତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ଅନିମିୟତା,ସରପଞ୍ଚ ଙ୍କ ନାମରେ ସାଙ୍ଘାତିକ ଅଭିଯୋଗ

masiha

ଭାରତ ବିକାଶ ପରିଷଦ,ଶହୀଦ ବାଜିରାଉତ ଶାଖା, ଢେଙ୍କାନାଳ ପକ୍ଷରୁ ରାଷ୍ଟ୍ରୀୟ ନବବର୍ଷ ପାଳିତ

masiha

Leave a Comment

error: Content is protected !!