ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ,ଅକ୍ଷର ଭୂମିର ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଅକ୍ଷର ଭୂମିର ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ରୁଚିପୂର୍ଣ୍ଣ କଳାକୃତି ପାଇଁ ପୂର୍ତ୍ତ ବିଭାଗକୁ ଧନ୍ୟବାଦ ଜଣାଇଲେ

ଭୁବନେଶ୍ୱର ତା.୦3.୦୨.୨୦୨4 // ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କଳା ମଣ୍ଡଳ ପ୍ରାଙ୍ଗଣରେ ଉଦ୍‌ଘାଟିତ ହୋଇଯାଇଛି ଅକ୍ଷର ଭୂମି। ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ସ୍ମୃତିକୁ ଚିରସ୍ମରଣୀୟ କରିବା ସହିତ ଏହି ସମ୍ମିଳନୀର ସ୍ମାରକୀ ଭାବେ ଅକ୍ଷର ଭୂମି, ଓଡିଆ ଭାଷା, କଳା ଓ ସଂସ୍କୃତିର ଜୟଗାନ କରିବ। ଓଡିଆ ଭାଷାର ଗୌରବ ବିଷୟରେ ଏହା ଆଗାମୀ ପିଢିକୁ ପ୍ରେରଣା ଦେବ।

କଳିଙ୍ଗ ଶୈଳୀରେ ନିର୍ମିତ ଏହି ସୁଦୃଶ୍ୟ କଳାକୃତି ଅକ୍ଷର ଭୂମିର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି। ଓଡିଆ ବର୍ଣ୍ଣମାଳାର ପ୍ରତ୍ୟେକ ଅକ୍ଷରକୁ ଯେପରି କଳାତ୍ମକ ଭାବେ ସେଠାରେ ସଜ୍ଜିତ କରି ରଖାଯାଇଛି ତାହା ଓଡିଆ ଭାଷାର ସୌନ୍ଦର୍ଯ୍ୟକୁ ସଫଳ ଭାବେ ଉପସ୍ଥାପିତ କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେବା ସହ ତା’ର ଉଚ୍ଚ ପ୍ରଶଂସା କରିଛନ୍ତି। ଅକ୍ଷର ଭୂମିର ନିର୍ମାଣ ଦାୟିତ୍ୱ ନେଇଥିବା ଏବଂ ତାକୁ ସଫଳ ଭାବେ ସମ୍ପନ୍ନ କରିଥିବା ପୂର୍ତ୍ତ ବିଭାଗକୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।

ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ!!

Related posts

ରେଳ ଦୁର୍ଘଟଣାରେ ଆସିଲା ମୃତାହତଙ୍କ ସଂଖ୍ୟା, ଅପରାହ୍ନ ୨ଟା ସୁଦ୍ଧା ୨୮୮ ଜଣଙ୍କ ମୃତ୍ୟୁ ହୋଇଛି। ୭୪୭ ଜଣ ଆହାତ, ୫୬ ଜଣ ସଙ୍କଟାପନ୍ନ ଅଛନ୍ତି । ଏନେଇ ରେଳ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ବର୍ଷେ ଯାଏଁ ମିଳିବ ମାଗଣା ଚାଉଳ, ଖର୍ଚ୍ଚ ହେବ ୧୮୫ କୋଟି

Sunil Chandra Nayak

ଖୁବଶୀଘ୍ର ବଣ୍ଟାଯିବ ୯ ଲକ୍ଷ ଆବାସ ଗୃହ , ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ବିଭାଗୀୟ ସଚିବ ଓ ମନ୍ତ୍ରୀଙ୍କ ସୂଚନା

Leave a Comment

error: Content is protected !!